Skip to content
The Believer's Library

Indian Revised Version(IRV) Odia - 2021

2 John 1 IRVOry

Show IRVOry only
Verse × ×
1 The elder, to the chosen lady and her children, whom I love in truth—not only I, but all who know the truth, ମୁଁ ଯେ ପ୍ରାଚୀନ, ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି।
2 because of the truth that lives in us and will be with us forever. ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ।
3 Grace, mercy, and peace will be with us from our Father and from Jesus Christ, our Father's Son, in truth and love. ପିତା ଈଶ୍ବର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ।
4 I was overjoyed to find some of your children walking in truth, as our Father commanded us. ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ।
5 Now I ask you, dear lady: not a new command, but one we've had from the start—love one another. ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ।
6 This is love: that we walk by his commands. This is the command, as you heard from the beginning: that you walk in love. ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର। ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା।
7 For many deceivers have gone out into the world, denying that Jesus Christ came in the flesh. This is the deceiver and the antichrist. କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ।
8 Watch yourselves, so that you don't lose what we have worked for, but receive a full reward. ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।
9 Anyone who oversteps, not remaining in Christ's teaching, lacks our Father; whoever remains in the teaching has both our Father and the Son. ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ବରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।
10 If someone comes to you without this teaching, don't welcome them into your home or greet them, କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ;
11 for whoever greets him shares in his evil deeds. କାରଣ ଯେକେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ।
12 I have much to write, but I'd rather not use paper and ink. I hope to come and speak with you face to face, so our joy may be complete. ତୁମ୍ଭମାନଙ୍କ ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋହର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ।
13 The children of your chosen sister greet you. ତୁମ୍ଭର ମନୋନୀତା ଭଉଣୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]