Skip to content
The Believer's Library

Indian Revised Version(IRV) Odia - 2021

2 Peter 3 IRVOry

Show IRVOry only
Verse × ×
1 Beloved, this is now the second letter I write you; in both I stir up your sincere mind by reminder. ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ୱିତୀୟ ପତ୍ର ଲେଖୁଅଛି।
2 Remember the words the holy prophets spoke beforehand, and the command of our Lord and Savior given through your apostles. ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥିନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହିସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି।
3 Know this first: mockers will come in the last days, mocking, following their own lusts. ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,
4 They will ask, "Where is his promised coming? Since the fathers fell asleep, everything continues as it has since creation's beginning." ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃ-ପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି।
5 They willfully ignore this: long ago, by our Father's word, heavens existed, and earth formed out of water and through water, ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଈଶ୍ବରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା,
6 and through these the world of that time was deluged with water and perished. ଆଉ ତଦ୍ୱାରା ସେହି କାଳର ଜଗତ ଜଳରେ ପ୍ଳାବିତ ହୋଇ ବିନଷ୍ଟ ହେଲା;
7 By the same word, today's heavens and earth are stored up for fire, kept for the day of judgment and destruction of the wicked. ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।
8 Don't overlook this, loved ones: with our Father, one day is like 1,000 years, and 1,000 years like one day. କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।
9 Our Father isn't slow to keep his promise, as some think; he's patient with you, wanting no one to perish, but all to reach repentance. ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।
10 But the day of our Lord Jesus will come like a thief: the heavens will vanish with a rushing sound, the elements will burn and melt, and the earth with all its works will be exposed. ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।
11 Since all this will dissolve, what sort of people should you be? You should live holy lives, devoted to God, ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,
12 as you wait for and hasten the coming of our Father's day, when the heavens will be set ablaze and dissolved, and the elements melt in the heat. ସେହି ଈଶ୍ବରଙ୍କ ନ୍ୟାୟବିଚାର ଦିନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ।
13 But as he promised, we wait for new heavens and a new earth, where righteousness lives. ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।
14 So, beloved, awaiting these things, strive to be found by him in peace, spotless and without defect. ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;
15 Regard our Lord's patience as salvation, just as our beloved brother Paul wrote you, with the wisdom given him, ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି।
16 as in all his letters, where he speaks about these things. Some parts are hard to understand, and the ignorant and unstable twist them—as they do the other Scriptures—to their own destruction. ସେ ଆପଣାର ସମସ୍ତ ପତ୍ରରେ ମଧ୍ୟ ଏହିସବୁ ବିଷୟ ଉଲ୍ଲେଖ କରି ସେହି ପ୍ରକାରେ କହନ୍ତି; ସେହି ସବୁରେ ଏପରି କେତେକ ବିଷୟ ଅଛି, ଯାହାକି ବୁଝିବାକୁ ଜଟିଳ, ପୁଣି, ଅଶିକ୍ଷିତ ଚଞ୍ଚଳମତି ଲୋକେ ଆପଣା ଆପଣା ବିନାଶାର୍ଥେ ଅନ୍ୟ ସମସ୍ତ ଶାସ୍ତ୍ରର ଯେପରି, ସେସବୁର ମଧ୍ୟ ସେହିପରି ବିକୃତ ଅର୍ଥ କରନ୍ତି।
17 So then, loved ones, knowing this in advance, guard yourselves, so you aren't swept away by the error of lawless people and lose your own firm standing. ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୂରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,
18 Grow in the grace and knowledge of our Lord and Savior Jesus Christ. To him be glory, now and to the day of eternity. Amen. ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍‍।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]