Skip to content
The Believer's Library

Indian Revised Version(IRV) Odia - 2021

2 Samuel 1 IRVOry

Show IRVOry only
Verse × ×
1 After the death of Saul, David returned from defeating the Amalekites and stayed in Ziklag two days. ଶାଉଲଙ୍କ ମୃତ୍ୟୁୁ ପରେ, ଦାଉଦ ଅମାଲେକୀୟମାନଙ୍କୁ ବଧ କରି ଫେରି ସିକ୍ଲଗ୍‍ ନଗରରେ ଦୁଇ ଦିନ ରହିଲେ।
2 On the third day a man came from Saul's camp, clothes torn, dirt on his head. Reaching David, he fell to the ground and bowed. ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।
3 David asked him, "Where have you come from?" "I escaped from the camp of Israel," he replied. ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି।”
4 "What happened?" David asked. "Tell me." He said, "The people fled the battle. Many fell and died. Saul and his son Jonathan are dead too." ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।”
5 David asked the young man who brought the news, "How do you know Saul and his son Jonathan are dead?" ତହିଁରେ ଦାଉଦ ସେହି ଯୁବାକୁ କହିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଲେ ବୋଲି ତୁମ୍ଭେ କିପରି ଜାଣିଲ?”
6 The young man said, "I happened onto Mount Gilboa, and there was Saul, leaning on his spear, the chariots and horsemen bearing down on him. ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍‍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି।
7 He turned around, saw me, and called to me. I said, 'Here I am.' ଶାଉଲ ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, ‘ଏଠାରେ ମୁଁ ଅଛି।’
8 He asked me, 'Who are you?' I told him, 'I am an Amalekite.' ତେଣୁ ସେ ମୋତେ କହିଲେ, ‘ତୁମ୍ଭେ କିଏ?’ ମୁଁ ଉତ୍ତର କଲି, ‘ମୁଁ ଜଣେ ଅମାଲେକୀୟ ଲୋକ।’
9 He said to me, 'Stand over me and kill me; anguish has seized me, but I'm still alive.' ତେବେ ସେ ମୋତେ କହିଲେ, ‘ବିନୟ କରୁଅଛି, ମୋʼ ଉପରେ ଠିଆ ହୋଇ ମୋତେ ବଧ କର, ମୋତେ ବଡ଼ କଷ୍ଟ ହେଉଅଛି; କାରଣ ଏପର୍ଯ୍ୟନ୍ତ ମୋʼ ଠାରେ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।’
10 So I stood over him and killed him, since I knew he wouldn't survive his fall. Then I took the crown from his head and the band on his arm, and brought them here to my lord." ତହିଁରେ ମୁଁ ତାଙ୍କ ଉପରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେ ପତନ ହେଲା ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋʼ ସ୍ୱାମୀଙ୍କ କତିକି ଆଣିଅଛି।”
11 Then David grabbed his own clothes and tore them, and so did all the men with him. ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ;
12 They mourned, wept, and fasted until evening for Saul, his son Jonathan, our Father's people, and the house of Israel, because they had fallen by the sword. ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ।
13 David asked the young man who brought the news, "Where are you from?" He said, "I'm the son of a foreigner, an Amalekite." ଏଉତ୍ତାରେ ଦାଉଦ ସେହି ଯୁବାକୁ କହିଲେ, “ତୁମ୍ଭେ କେଉଁ ସ୍ଥାନର ଲୋକ?” ସେ ଉତ୍ତର କଲା, “ମୁଁ ଜଣେ ବିଦେଶୀ ଅମାଲେକୀୟ ଲୋକର ପୁତ୍ର।”
14 David said, "How were you not afraid to raise your hand to kill our Father's anointed?" ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?”
15 David called one of his young men and said, "Go, strike him down." He struck him, and he died. ଏଥିରେ ଦାଉଦ ଯୁବାମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, “ପାଖକୁ ଯାଇ ତାକୁ ଆକ୍ରମଣ କର।” ତହିଁରେ ସେ ତାକୁ ଆଘାତ କରନ୍ତେ, ସେ ଅମାଲେକୀୟ ମଲା।
16 David had said to him, "Your blood is on your own head, for your own mouth testified against you when you said, 'I killed our Father's anointed.'" ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।”
17 Then David sang this lament over Saul and his son Jonathan, ଏଥିଉତ୍ତାରେ ଦାଉଦ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନଙ୍କ ମୃତ୍ୟୁୁରେ ବିଳାପ କଲେ;
18 and ordered the people of Judah taught this lament, called The Bow; it is written in the Book of Jashar: ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍‍ ପୁସ୍ତକରେ ଲେଖାଅଛି।
19 "Your glory, Israel, lies slain on your heights. How the mighty have fallen! “ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ! ବୀରମାନେ କିପରି ପତିତ ହେଲେ!
20 Don't tell it in Gath, don't proclaim it in the streets of Ashkelon, or the daughters of the Philistines will rejoice, the daughters of the uncircumcised will exult. ଗାଥ୍‍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ଡରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ୱନି କରିବେ।
21 Mountains of Gilboa, may you have no dew or rain, no fields yielding offerings. For there the shield of the mighty was defiled, the shield of Saul, no longer rubbed with oil. ହେ ଗିଲ୍‍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା।
22 From the blood of the slain, from the flesh of the mighty, the bow of Jonathan did not turn back, the sword of Saul did not return unsatisfied. ହତ ଲୋକମାନଙ୍କ ରକ୍ତରୁ, ବୀରମାନଙ୍କ ମେଦରୁ ଯୋନାଥନଙ୍କ ଧନୁ ଫେରେ ନାହିଁ ଓ ଶାଉଲଙ୍କର ଖଡ୍ଗ ଖାଲି ହୋଇ ଫେରେ ନାହିଁ।
23 Saul and Jonathan, beloved and cherished in life, in death they were not parted. They were swifter than eagles, stronger than lions. ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।
24 Daughters of Israel, weep for Saul, who clothed you in scarlet and finery, who adorned your garments with ornaments of gold. ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂର ବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ-ଅଳଙ୍କାର ମଣ୍ଡିଲେ।
25 How the mighty have fallen in the thick of battle! Jonathan lies slain on your heights. ବୀରମାନେ ଯୁଦ୍ଧ ମଧ୍ୟରେ କିପରି ମରିଅଛନ୍ତି। ଯୋନାଥନ ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ।
26 I grieve for you, my brother Jonathan; you were very dear to me. Your love for me was wonderful, surpassing the love of women. ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।
27 How the mighty have fallen! The weapons of war have perished." ବୀରମାନେ କିପରି ପତିତ ହେଲେ ଓ ଯୁଦ୍ଧାସ୍ତ୍ରସକଳ ବିନଷ୍ଟ ହେଲା।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]