Skip to content
The Believer's Library

Indian Revised Version(IRV) Odia - 2021

2 Samuel 13 IRVOry

Show IRVOry only
Verse × ×
1 After this, Absalom son of David had a beautiful sister named Tamar, and David's son Amnon loved her. ଏଥିଉତ୍ତାରେ ଏହି ଘଟଣା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଉଣୀ ଥିଲା; ନିଜର ସାବତ ଭଉଣୀ ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା।
2 Amnon was so distressed over his sister Tamar he made himself sick; she was a virgin, and he saw no way to get near her. ପୁଣି ଅମ୍ନୋନ ଆପଣା ଭଉଣୀ ତାମର ଲାଗି ଏପରି ଆକୁଳ ହେଲା ଯେ, ସେ ପୀଡ଼ିତ ହେଲା; କାରଣ ତାମର ଅନୂଢ଼ା ଥିଲା ଓ ତାହା ପ୍ରତି କିଛି କରିବାକୁ ଅମ୍ନୋନକୁ କଷ୍ଟକର ବୋଧ ହେଲା।
3 Amnon had a friend named Jonadab, son of David's brother Shimeah; Jonadab was very shrewd. ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍‍ ଅତି ଚତୁର।
4 He asked Amnon, "Why so haggard morning after morning, son of the king? Won't you tell me?" Amnon said, "I love Tamar, sister of my brother Absalom." ଏଣୁ ଯୋନାଦବ୍‍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କʼଣ ତାହା କହିବ ନାହିଁ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।”
5 "Lie in bed and act sick," Jonadab said. "When your father comes to see you, tell him, 'Please let my sister Tamar feed me. Let her make the meal where I can watch, so I eat from her hand.'" ଏଥିରେ ଯୋନାଦବ୍‍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର; ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ମୋହର ଭଗିନୀ ତାମରକୁ ମୋʼ ନିକଟକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦେଉନ୍ତୁ, ସେ ମୋʼ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”
6 Amnon lay down and faked illness. When the king came to see him, Amnon said, "Let my sister Tamar come make two cakes for me to watch, so I can eat from her hand." ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, “ଦୟାକରି ମୋʼ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ପୁଣି ମୁଁ ଦେଖିବା ସମୟରେ ସେ ମୋʼ ନିମନ୍ତେ ଦୁଇ ରୁଟି ପ୍ରସ୍ତୁତ କରୁ, ତହିଁରେ ମୁଁ ତାହା ହାତରୁ ଖାଇବି।”
7 David sent word to Tamar at the palace: "Go to your brother Amnon's house and make him food." ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, “ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧିଦିଅ।”
8 Tamar went to her brother Amnon's house, where he lay. She took dough, kneaded it, shaped cakes in front of him, and baked them. ତହିଁରେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା; ସେତେବେଳେ ସେ ଶଯ୍ୟାରେ ଥିଲା। ତହୁଁ ତାମର ଚକଟା ମଇଦା ନେଇ ଦଳି ତାହା ଆଗରେ ରୁଟି ପ୍ରସ୍ତୁତ କରି ତାହା ସେକିଲା।
9 She took the pan and served him, but he refused to eat. "Send everyone out," Amnon said. So everyone left him. ପୁଣି ସେ ପାତ୍ର ନେଇ ତାହା ଆଗରେ ତାହା ଦେଲା, ମାତ୍ର ସେ ଭୋଜନ କରିବାକୁ ମନା କଲା। ଆଉ ଅମ୍ନୋନ ସେବକଙ୍କୁ କହିଲା, “ଆମ୍ଭ ନିକଟରୁ ସମସ୍ତଙ୍କୁ ବାହାର କରିଦିଅ।” ତହିଁରେ ସମସ୍ତେ ତାହା ନିକଟରୁ ବାହାରିଗଲେ।
10 Amnon told Tamar, "Bring the food into the bedroom, so I may eat from your hand." Tamar took the cakes she had made and brought them to her brother Amnon in the bedroom. ତହୁଁ ଅମ୍ନୋନ ତାମରକୁ କହିଲା, “ଖାଦ୍ୟଦ୍ରବ୍ୟ ଶୟନ-ଗୃହକୁ ଆଣ, ମୁଁ ତୁମ୍ଭ ହାତରେ ଭୋଜନ କରିବି।” ଏଥିରେ ତାମର ଆପଣା ପ୍ରସ୍ତୁତ ରୁଟି ନେଇ ତାହା ଭାଇ ଅମ୍ନୋନର ଶୟନ-ଗୃହକୁ ଗଲା।
11 As she brought them near to eat, he grabbed her: "Come, sleep with me, my sister." ପୁଣି ତାହାକୁ ଖୁଆଇବା ପାଇଁ ତାହା ନିକଟକୁ ନିଅନ୍ତେ, ସେ ତାମରକୁ ଧରି କହିଲା, “ଆସ, ମୋʼ ଭଉଣୀ, ମୋʼ ସଙ୍ଗରେ ଶୁଅ।”
12 "No, my brother!" she said. "Don't force me. Such a thing is never done in Israel. Don't do this disgraceful thing. ତହିଁରେ ସେ ଉତ୍ତର କଲା, “ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; କାରଣ ଇସ୍ରାଏଲ ମଧ୍ୟରେ ଏହିପରି କର୍ମ ନ କରାଯିବା ଉଚିତ। ତୁମ୍ଭେ ଏହି ମୂଢ଼ କର୍ମ ନ କର!
13 And I—where could I take my shame? And you—you'd be like one of Israel's contemptible fools. Please, speak to the king; he won't keep me from you." ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।”
14 But he refused to listen; being stronger than she, he forced her and had relations with her. ତଥାପି ଅମ୍ନୋନ ତାହାର ରବ ଶୁଣିଲା ନାହିଁ; ମାତ୍ର ଆପେ ତାହା ଅପେକ୍ଷା ବଳବାନ ହେବାରୁ ତାହାକୁ ବଳାତ୍କାର କରି ତାହା ସଙ୍ଗେ ଶୟନ କଲା।
15 Then Amnon hated her with intense hatred—greater than the love he had felt for her. "Get up and get out!" he said to her. ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତାʼଠାରୁ ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, ଉଠ, ଯା।
16 "No," she said, "sending me away is a worse wrong than what you already did to me." But he refused to listen. ତହିଁରେ ସେ କହିଲା, “ସେପରି ନ ହେଉ! କାରଣ ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତା ଅପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ!” ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା।
17 He called his attendant and said, "Get this woman out of here, and bolt the door behind her." ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, “ତାମରକୁ ଆମ୍ଭ ନିକଟରୁ ବାହାର କରି କବାଟରେ ଅର୍ଗଳ ଦିଅ।”
18 She wore a long decorated robe, the dress of the king's virgin daughters back then. His attendant put her out and bolted the door behind her. ତାମର ଦେହରେ ଲମ୍ବା ଅଙ୍ଗରଖା ଥିଲା, କାରଣ ଅନୂଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧୁଥିଲେ। ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ କବାଟରେ ଅର୍ଗଳ ଦେଲା।
19 Tamar put ashes on her head and tore the long ornamented robe she wore. She put her hand on her head and went off, crying aloud as she went. ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଲମ୍ବା ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା।
20 Her brother Absalom said, "Has Amnon your brother been with you? Stay quiet now, my sister; he is your brother. Don't take this to heart." So Tamar lived as a desolate woman in her brother Absalom's house. ଏଥିରେ ତାହାର ଭାଇ ଅବଶାଲୋମ ତାହାକୁ କହିଲା, “ତୁମ୍ଭ ଭାଇ ଅମ୍ନୋନ କି ତୁମ୍ଭର ବଳାତ୍କାର କରିଅଛି? ହେଉ, ଆମ୍ଭ ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ; ଏ କଥା ମନେ ଧର ନାହିଁ।” ତହିଁରେ ତାମର ଉଦାସିନୀ ହୋଇ ଆପଣା ସହୋଦର ଅବଶାଲୋମର ଗୃହରେ ରହିଲା।
21 When King David heard all about this, he was furious. ମାତ୍ର ଦାଉଦ ରାଜା ଏହିସବୁ କଥା ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲେ।
22 Absalom said nothing to Amnon, good or bad, for he hated him for violating his sister Tamar. ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।
23 Two full years later Absalom had sheepshearers at Baal-hazor near Ephraim, and invited all the king's sons. ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଉତ୍ତାରେ ଇଫ୍ରୟିମ ନିକଟସ୍ଥ ବାଲ-ହାସୋରରେ ଅବଶାଲୋମର ମେଷର ଲୋମ ଛେଦନ ହେଲା; ତହୁଁ ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ନିମନ୍ତ୍ରଣ କଲା।
24 Absalom went to the king: "Your servant has shearers. Will the king and his servants join me?" ପୁଣି ଅବଶାଲୋମ ରାଜାଙ୍କ ନିକଟକୁ ଆସି କହିଲା, “ଦେଖନ୍ତୁ, ଆପଣଙ୍କ ଦାସର ମେଷଲୋମ ଛେଦନ ହେଉଅଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସର ସଙ୍ଗରେ ଆସନ୍ତୁ।”
25 "No, my son," the king told Absalom, "we shouldn't all go, or we'd burden you." Though Absalom urged him, he would not go but blessed him. ଏଥିରେ ରାଜା ଅବଶାଲୋମଙ୍କୁ କହିଲେ, “ନାହିଁ, ମୋହର ପୁତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତୁମ୍ଭ ପ୍ରତି ଭାର ସ୍ୱରୂପ ହେବୁ।” ମାତ୍ର ସେ ବହୁତ ବାଧ୍ୟ କଲା; ତଥାପି ରାଜା ଯିବାକୁ ସମ୍ମତ ନ ହୋଇ ତାହାକୁ ଆଶୀର୍ବାଦ କଲେ।
26 Absalom said, "If not, please let my brother Amnon come with us." "Why should he go with you?" the king asked. ଏଥିରେ ଅବଶାଲୋମ କହିଲା, “ଯେବେ ଏହା ନ ହୁଏ, ତେବେ ଆପଣ ଆମ୍ଭ ଭାଇ ଅମ୍ନୋନକୁ ଆମ୍ଭମାନଙ୍କ ସଙ୍ଗରେ ଯିବାକୁ ଦିଅନ୍ତୁ।” ତେବେ ରାଜା ତାହାକୁ କହିଲେ, “ଅମ୍ନୋନ କାହିଁକି ତୁମ୍ଭ ସଙ୍ଗେ ଯିବ?”
27 But Absalom pressed him, so he let Amnon and all the king's sons go with him. ମାତ୍ର ଅବଶାଲୋମ ବାଧ୍ୟ କରିବାରୁ ରାଜା ଅମ୍ନୋନକୁ ଓ ସବୁ ରାଜପୁତ୍ରଙ୍କୁ ତାହା ସଙ୍ଗେ ପଠାଇଲେ।
28 Absalom ordered his servants, "Watch carefully. When wine makes Amnon merry and I say, 'Strike Amnon down,' kill him. Don't be afraid. Haven't I commanded you myself? Be strong and brave." ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କʼଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”
29 Absalom's servants did to Amnon as Absalom had ordered. Then all the king's sons rose, each mounted his mule, and fled. ଏଥିରେ ଅବଶାଲୋମର ଆଜ୍ଞା ପ୍ରମାଣେ ଅବଶାଲୋମର ଯୁବାମାନେ ଅମ୍ନୋନ ପ୍ରତି କଲେ। ତହୁଁ ରାଜପୁତ୍ର ସମସ୍ତେ ଉଠି ପ୍ରତ୍ୟେକେ ଆପଣା ଆପଣା ଖଚର ଉପରେ ଚଢ଼ି ପଳାଇଲେ।
30 On the way, David heard: "Absalom has killed all the king's sons; not one is left." ସେମାନେ ବାଟରେ ଥାଉ ଥାଉ ଦାଉଦଙ୍କ ନିକଟରେ ସମ୍ବାଦ ଉପସ୍ଥିତ ହେଲା ଯେ, “ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ନାହିଁ।”
31 The king stood, tore his clothes, and lay on the ground; all his servants stood by, clothes torn. ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ଆପଣା ଆପଣା ବସ୍ତ୍ର ଚିରି ତାଙ୍କ ନିକଟରେ ଠିଆ ହେଲେ।
32 But Jonadab son of Shimeah, David's brother, said: "My lord should not think they killed all the young men, the king's sons. Only Amnon is dead. Absalom intended this from the day Amnon violated his sister Tamar. ସେତେବେଳେ ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ଉତ୍ତର ଦେଇ କହିଲା, “ସେମାନେ ରାଜକୁମାର ସମସ୍ତଙ୍କୁ ବଧ କରିଅଛନ୍ତି ବୋଲି ମୋହର ପ୍ରଭୁ ବୋଧ ନ କରନ୍ତୁ; କେବଳ ଅମ୍ନୋନ ମରିଅଛି, କାରଣ ଅବଶାଲୋମର ଭଗିନୀ ତାମରକୁ ଅମ୍ନୋନ ବଳାତ୍କାର କରିବା ଦିନାବଧି ଅବଶାଲୋମର ମୁଖରେ ଏହା ସ୍ଥିରୀକୃତ ହୋଇଥିଲା।
33 My lord the king must not take it to heart, thinking all the king's sons are dead. Only Amnon is dead." ଏହେତୁ ସମସ୍ତ ରାଜପୁତ୍ର ମରିଅଛନ୍ତି ବୋଲି ମୋହର ପ୍ରଭୁ ମହାରାଜ ମନରେ ନ ଘେନନ୍ତୁ; କାରଣ କେବଳ ଅମ୍ନୋନ ମରିଅଛି।”
34 Meanwhile Absalom had fled. The young watchman looked up and saw many people coming down the road on the hillside behind him. ଏଥିମଧ୍ୟରେ ଅବଶାଲୋମ ପଳାଇ ଯାଇଥିଲା। ଏଉତ୍ତାରେ ଯେଉଁ ଯୁବା ଲୋକ ପ୍ରହରୀକର୍ମ କରୁଥିଲା, ସେ ଅନାନ୍ତେ, ଦେଖିଲା ଯେ, ଦେଖ, ଆପଣା ପଶ୍ଚାଦ୍ଦିଗରୁ ପର୍ବତ-ପାର୍ଶ୍ୱସ୍ଥ ପଥ ଦେଇ ଅନେକ ଲୋକ ଆସୁଅଛନ୍ତି।
35 Jonadab said to the king, "Look, the king's sons have come. It's just as your servant said." ତହିଁରେ ଯୋନାଦବ୍‍ ରାଜାଙ୍କୁ କହିଲା, “ଦେଖନ୍ତୁ, ରାଜପୁତ୍ରମାନେ ଆସୁଅଛନ୍ତି; ଆପଣଙ୍କ ଦାସ ଯେପରି କହିଲା, ସେପରି ହେଲା।”
36 As he finished speaking, the king's sons arrived weeping loudly; the king and all his servants also wept very bitterly. ସେ ଏହି କଥା କହିବା ସମାପ୍ତ କଲାକ୍ଷଣେ ଦେଖ, ରାଜପୁତ୍ରମାନେ ଉପସ୍ଥିତ ହେଲେ ଓ ଆପଣା ଆପଣା ରବ ଉଠାଇ ରୋଦନ କଲେ; ଆଉ ରାଜା ଓ ତାଙ୍କ ଦାସମାନେ ମଧ୍ୟ ଅତିଶୟ ରୋଦନ କଲେ।
37 Absalom fled and went to Talmai son of Ammihud, king of Geshur. David mourned for his son day after day. ମାତ୍ର ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୂଦର ପୁତ୍ର ତଲ୍ମୟ ନିକଟକୁ ଗଲା। ପୁଣି ଦାଉଦ ପ୍ରତିଦିନ ଆପଣା ପୁତ୍ର ପାଇଁ ଶୋକ କଲେ।
38 After Absalom had fled and gone to Geshur, he stayed there three years. ଏହିରୂପେ ଅବଶାଲୋମ ପଳାଇ ଗଶୂରକୁ ଯାଇ ସେଠାରେ ତିନି ବର୍ଷ ରହିଲା।
39 And King David's heart longed to go to Absalom, for he had found comfort after Amnon's death. ପୁଣି ଦାଉଦ ରାଜାଙ୍କର ପ୍ରାଣ ଅବଶାଲୋମ ଆଡ଼େ ଯିବା ଆକାଂକ୍ଷାରେ ବ୍ୟାକୁଳ ହେଲା; କାରଣ ସେ ଅମ୍ନୋନକୁ ମୃତ ଜାଣି ତାହା ବିଷୟରେ ସାନ୍ତ୍ୱନାପ୍ରାପ୍ତ ହେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]