Skip to content
The Believer's Library

Indian Revised Version(IRV) Odia - 2021

2 Samuel 16 IRVOry

Show IRVOry only
Verse × ×
1 When David had passed a little beyond the summit, Ziba, Mephibosheth's servant, met him with a pair of saddled donkeys carrying 200 loaves, one hundred raisin clusters, one hundred summer fruits, and a skin of wine. ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍‍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା।
2 The king asked Ziba, "Why have you brought these?" Ziba said, "The donkeys for the king's household to ride, the bread and summer fruit for the young men to eat, the wine for whoever grows faint in the wilderness to drink." ତହିଁରେ ରାଜା ସୀବଃକୁ କହିଲେ, “ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ?” ତହୁଁ ସୀବଃ କହିଲା, “ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୁଟି ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳାନ୍ତ ହେବା ଲୋକମାନେ ପାନ କରିବେ।”
3 The king asked, "Where is your master's son?" Ziba answered, "He is staying in Jerusalem, for he said, 'Today the house of Israel will return my father's kingdom to me.'" ତେବେ ରାଜା କହିଲେ, “ତୁମ୍ଭ ପ୍ରଭୁର ପୁତ୍ର କାହିଁ?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଯିରୂଶାଲମରେ ଅଛନ୍ତି, କାରଣ ସେ କହିଲେ, ‘ଇସ୍ରାଏଲ ବଂଶ ଆଜି ଆମ୍ଭ ପୈତୃକ ରାଜ୍ୟ ଆମ୍ଭକୁ ଫେରାଇ ଦେବେ।’”
4 The king told Ziba, "Everything Mephibosheth owned is now yours." Ziba said, "I bow before you. May I find favor with you, my lord the king." ଏଥିରେ ରାଜା ସୀବଃକୁ କହିଲେ, “ଦେଖ, ମଫୀବୋଶତ୍‍ର ସର୍ବସ୍ୱ ତୁମ୍ଭର ହେଲା।” ତହୁଁ ସୀବଃ କହିଲା, “ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୋ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଯେପରି ଅନୁଗ୍ରହ ପାଏ।”
5 When King David reached Bahurim, a man from Saul's family, Shimei son of Gera, came out cursing continually. ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଅଭିଶାପ ଦେଉ ଦେଉ ଆସିଲା।
6 He threw stones at David and all King David's servants, while all the people and all the mighty warriors were on his right and left. ଆଉ ସେ ଦାଉଦଙ୍କୁ ଓ ଦାଉଦ ରାଜାଙ୍କର ସବୁ ଦାସଙ୍କୁ ପଥର ମାରିଲା; ସେତେବେଳେ ସମସ୍ତ ଲୋକ ଓ ସମସ୍ତ ବୀର ତାଙ୍କର ଦକ୍ଷିଣରେ ଓ ବାମରେ ଥିଲେ।
7 As he cursed, Shimei said: "Get out, get out, you man of bloodshed, you worthless man! ପୁଣି ଶିମୀୟି ଅଭିଶାପ ଦେଉ ଦେଉ ଏପରି କହିଲା, “ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୁର୍ ହୁଅ, ଚାଲିଯାଅ!
8 Our Father has returned on you all the blood of Saul's house, in whose place you reigned, and our Father has given the kingdom into the hand of your son Absalom. Now you are caught in your own evil, for you are a man of blood." ଯାହାର ପଦରେ ତୁ ରାଜ୍ୟ କରୁଥିଲୁ, ସେହି ଶାଉଲ ବଂଶର ସମସ୍ତ ରକ୍ତପାତର ପ୍ରତିଫଳ ତୋତେ ସଦାପ୍ରଭୁ ଦେଉଅଛନ୍ତି; ପୁଣି ସଦାପ୍ରଭୁ ତୋର ପୁତ୍ର ଅବଶାଲୋମ ହସ୍ତରେ ରାଜ୍ୟ ସମର୍ପଣ କରିଅଛନ୍ତି; ଆଉ ଦେଖ୍, ତୁ ତୋʼ ନିଜ ଦୁଷ୍ଟତାରେ ଧରା ପଡ଼ିଅଛୁ, କାରଣ ତୁ ରକ୍ତପାତୀ ମନୁଷ୍ୟ।”
9 Then Abishai son of Zeruiah said to the king, "Why let this dead dog curse my lord the king? Let me go over and cut off his head." ସେତେବେଳେ ସରୁୟାର ପୁତ୍ର ଅବୀଶୟ ରାଜାଙ୍କୁ କହିଲା, “ଏ ମଲା କୁକ୍କୁରଟା କାହିଁକି ମୋʼ ପ୍ରଭୁ ମହାରାଜାଙ୍କୁ ଅଭିଶାପ ଦେବ? ଅନୁମତି ଦେଉନ୍ତୁ, ମୁଁ ପାର ହୋଇଯାଇ ତାହାର ମୁଣ୍ଡ କାଟି ପକାଏ।”
10 But the king said, "What does this concern you, sons of Zeruiah? If he curses because our Father told him, 'Curse David,' who can ask, 'Why have you done this?'" ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋʼ ର କʼଣ କରିବାର ଅଛି? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦଙ୍କୁ ‘ଅଭିଶାପ ଦିଅ’ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ?’”
11 David told Abishai and all his servants, "My own son, from my own body, wants to kill me; how much more this Benjamite! Leave him, let him curse, for our Father told him to. ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।
12 Maybe our Father will see my misery and repay me good for today's cursing. ହୋଇପାରେ, ମୋʼ ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”
13 David and his men went on along the road, while Shimei kept pace on the hillside opposite, cursing as he went, throwing stones at him and flinging dust." ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ପଥ ଦେଇ ଗଲେ; ପୁଣି ଶିମୀୟି ତାଙ୍କ ପାଖେ ପାଖେ ପର୍ବତ ପାର୍ଶ୍ୱ ଦେଇ ଚାଲିଲା, ପୁଣି ଚାଲୁ ଚାଲୁ ଅଭିଶାପ ଦେଲା ଓ ତାଙ୍କ ଉପରେ ପଥର ଓ ଧୂଳି ପକାଇଲା।
14 The king and all the people with him arrived weary, and there he refreshed himself. ଏଉତ୍ତାରେ ରାଜା ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ କ୍ଳାନ୍ତ ହୋଇ ଆସିଲେ; ପୁଣି ସେଠାରେ ସେମାନେ ରାତିରେ ବିଶ୍ରାମ କଲେ।
15 Meanwhile Absalom and all the people, the men of Israel, came to Jerusalem, and Ahithophel was with him. ଏଥିମଧ୍ୟରେ ଅବଶାଲୋମ ଓ ତାହା ସଙ୍ଗେ ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକ ଯିରୂଶାଲମକୁ ଆସିଲେ।
16 When Hushai the Archite, David's friend, came to Absalom, Hushai said to Absalom, "Long live the king! Long live the king!" ପୁଣି ଦାଉଦଙ୍କର ମିତ୍ର ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ହୂଶୟ ଅବଶାଲୋମଙ୍କୁ କହିଲା, “ମହାରାଜ ଚିରଜୀବୀ ହେଉନ୍ତୁ, ମହାରାଜ ଚିରଜୀବୀ ହେଉନ୍ତୁ!”
17 Absalom asked Hushai, "Is this your loyalty to your friend? Why didn't you go with your friend?" ତହିଁରେ ଅବଶାଲୋମ ହୂଶୟକୁ କହିଲା, “ତୁମ୍ଭ ମିତ୍ର ପ୍ରତି ତୁମ୍ଭର କି ଏହି ଦୟା? ତୁମ୍ଭେ କାହିଁକି ଆପଣା ମିତ୍ର ସଙ୍ଗରେ ଗଲ ନାହିଁ?”
18 Hushai said to Absalom, "No; the one our Father and this people and all Israel's men have chosen—I'll be his, and stay with him. ହୂଶୟ ଅବଶାଲୋମଙ୍କୁ କହିଲା, “ତାହା ନୁହେଁ! ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି।
19 Besides, whom should I serve? Should it not be his son? As I served your father, I'll serve you." ପୁନଶ୍ଚ ମୁଁ କାହାର ସେବା କରିବି? ମୁଁ କି ତାଙ୍କ ପୁତ୍ର ସାକ୍ଷାତରେ ସେବା କରିବି ନାହିଁ? ମୁଁ ଯେପରି ତୁମ୍ଭ ପିତାଙ୍କ ସାକ୍ଷାତରେ ସେବା କରିଅଛି, ସେପରି ଆପଣଙ୍କ ସାକ୍ଷାତରେ ମଧ୍ୟ କରିବି।”
20 Then Absalom said to Ahithophel, "Give us your counsel. What should we do?" ସେତେବେଳେ ଅବଶାଲୋମ ଅହୀଥୋଫଲକୁ କହିଲା, “ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏ ବିଷୟରେ ତୁମ୍ଭେ ପରାମର୍ଶ ଦିଅ।”
21 Ahithophel told Absalom, "Sleep with your father's concubines, whom he left to keep the house. Then all Israel will hear you've made yourself reek to your father, and everyone with you will be strengthened." ତହିଁରେ ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ଆପଣାର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ି ଯାଇଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କର; ତହିଁରେ ତୁମ୍ଭେ ଆପଣା ପିତାର ଦୁର୍ଗନ୍ଧ ସ୍ୱରୂପ ହେବ, ଏହା ସମୁଦାୟ ଇସ୍ରାଏଲ ଶୁଣିବେ; ତହୁଁ ତୁମ୍ଭ ସଙ୍ଗୀ ସମସ୍ତ ଲୋକଙ୍କ ହସ୍ତ ସବଳ ହେବ।”
22 So they pitched a tent for Absalom on the roof, and he slept with his father's concubines before all Israel. ଏଉତ୍ତାରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ପ୍ରସାରିଲେ; ତହୁଁ ଅବଶାଲୋମ ସମସ୍ତ ଇସ୍ରାଏଲ ସାକ୍ଷାତରେ ଆପଣା ପିତାଙ୍କ ଉପପତ୍ନୀମାନଙ୍କ ସହିତ ସହବାସ କଲା।
23 Back then Ahithophel's counsel was like consulting our Father directly; both David and Absalom regarded all his counsel that way. ସେସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ୱରଙ୍କ ବାକ୍ୟ ଦ୍ୱାରା ଉତ୍ତର ପାଇବା ତୁଲ୍ୟ ଥିଲା; ଦାଉଦ ଓ ଅବଶାଲୋମ ଉଭୟଙ୍କ ପ୍ରତି ଅହୀଥୋଫଲର ସମସ୍ତ ମନ୍ତ୍ରଣା ଏହି ପ୍ରକାର ଥିଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]