Skip to content
The Believer's Library

Indian Revised Version(IRV) Odia - 2021

2 Samuel 19 IRVOry

Show IRVOry only
Verse × ×
1 Word reached Joab: "Look, the king is weeping and mourning for Absalom." ଏଥିଉତ୍ତାରେ କେହି ଯୋୟାବକୁ କହିଲା, “ଦେଖ, ରାଜା ଅବଶାଲୋମ ନିମନ୍ତେ ରୋଦନ ଓ ଶୋକ କରୁଅଛନ୍ତି।”
2 So that day the victory became mourning for all the people, because they heard that day, "The king grieves over his son." ଏଣୁ ସେହି ଦିବସର ଜୟ ସକଳ ସୈନ୍ୟମାନଙ୍କ ପ୍ରତି ଶୋକଜନକ ହେଲା; କାରଣ ରାଜା ଆପଣା ପୁତ୍ର ବିଷୟରେ ରୋଦନ କରୁଅଛନ୍ତି, ଏହା ଲୋକମାନେ ସେହି ଦିନ ଶୁଣିଲେ।
3 The people crept into the city that day, like those shamed and slinking away after fleeing battle. ପୁଣି ଯୁଦ୍ଧକ୍ଷେତ୍ରରୁ ପଳାଇବା ବେଳେ ଲୋକମାନେ ଯେପରି ଲଜ୍ଜିତ ହୋଇ ଚୋର ପରି ଚାଲନ୍ତି, ସେପରି ସେହି ଦିନ ଚୋର ପରି ସୈନ୍ୟମାନେ ନଗରରେ ପ୍ରବେଶ କଲେ।
4 The king covered his face, crying loudly, "My son Absalom! Absalom, my son, my son!" ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚସ୍ୱରରେ କାନ୍ଦି କହିଲେ, “ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର।”
5 Joab came to the king and said, "Today you have shamed all your servants, who this day saved your life, the lives of your sons and daughters, and the lives of your wives and concubines, ଏଉତ୍ତାରେ ଯୋୟାବ ଗୃହ ଭିତରକୁ ରାଜାଙ୍କ ନିକଟକୁ ଆସି କହିଲା, “ଯେଉଁମାନେ ଆଜି ଆପଣଙ୍କ ଜୀବନ ଓ ଆପଣଙ୍କ ପୁତ୍ରକନ୍ୟାଗଣର ଜୀବନ ଓ ଭାର୍ଯ୍ୟାମାନଙ୍କ ଜୀବନ ଓ ଆପଣଙ୍କ ଉପପତ୍ନୀମାନଙ୍କ ଜୀବନ ରକ୍ଷା କଲେ, ଆପଣ ଆଜି ନିଜର ସେହି ସମସ୍ତ ଦାସଙ୍କୁ ଲଜ୍ଜିତ କରିଅଛନ୍ତି;
6 by loving those who hate you and hating those who love you. Today you've shown that commanders and servants mean nothing to you. Now I know that if Absalom lived and we all had died, you'd be pleased. କାରଣ ଯେଉଁମାନେ ଆପଣଙ୍କୁ ଘୃଣା କରୁଅଛନ୍ତି, ଆପଣ ସେମାନଙ୍କୁ ପ୍ରେମ କରୁଅଛନ୍ତି ଓ ଯେଉଁମାନେ ଆପଣଙ୍କୁ ପ୍ରେମ କରୁଅଛନ୍ତି, ଆପଣ ସେମାନଙ୍କୁ ଘୃଣା କରୁଅଛନ୍ତି। ଯେହେତୁ ଆପଣ ଆଜି ଜଣାଇ ଅଛନ୍ତି ଯେ, ଅଧିପତିମାନେ ଓ ଦାସମାନେ ଆପଣଙ୍କ ପ୍ରତି କିଛି ନୁହନ୍ତି; କାରଣ ମୁଁ ଆଜି ଦେଖୁଅଛି ଯେ, ଯଦି ଅବଶାଲୋମ ବଞ୍ଚିଥାʼନ୍ତା ଓ ଆମ୍ଭେ ସମସ୍ତେ ଆଜି ମରିଥାʼନ୍ତୁ, ତେବେ ଆପଣଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା।
7 Now get up, go out, and speak kindly to your servants. I swear by our Father, if you don't go out, not one man will stay with you tonight—worse for you than all the trouble you've had since your youth." ଏଣୁ ଏବେ ଉଠି ବାହାରକୁ ଯାଇ ଆପଣା ଦାସମାନଙ୍କୁ ଦୟାରେ କଥା କହନ୍ତୁ; କାରଣ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛି, ଯଦି ଆପଣ ବାହାରକୁ ନ ଯାʼନ୍ତି, ତେବେ ଏହି ରାତ୍ରି ଆପଣଙ୍କ ସହିତ ଜଣେ ହେଁ ରହିବ ନାହିଁ; ଆଉ ଆପଣଙ୍କ ଯୌବନକାଳ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯେତେ ଅମଙ୍ଗଳ ଆପଣଙ୍କୁ ଘଟିଅଛି, ସେ ସବୁରୁ ହିଁ ଏହି ଅମଙ୍ଗଳ ଆପଣଙ୍କ ପ୍ରତି ଅଧିକ ହେବ।”
8 So the king got up and sat in the gate. When the people were told, "Look, the king is sitting in the gate," they all came before him. Now Israel had fled, everyone to his home. ତହିଁରେ ରାଜା ଉଠି ନଗର-ଦ୍ୱାରରେ ବସିଲେ। ସେତେବେଳେ ସମସ୍ତ ଲୋକଙ୍କୁ କୁହାଗଲା, ଦେଖ, ରାଜା ନଗର-ଦ୍ୱାରରେ ବସିଅଛନ୍ତି; ତହୁଁ ସମସ୍ତ ଲୋକ ରାଜାଙ୍କ ସମ୍ମୁଖକୁ ଆସିଲେ। ଏଥିମଧ୍ୟରେ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ପଳାଇ ଯାଇଥିଲେ।
9 Throughout the tribes of Israel the people argued: "The king saved us from our enemies, rescued us from the Philistines, but now he's fled the land because of Absalom. ଆଉ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ସମସ୍ତ ଲୋକ ପରସ୍ପର କଳହ କରି କହୁଥିଲେ, “ରାଜା ଆମ୍ଭମାନଙ୍କ ଶତ୍ରୁମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିଥିଲେ ଓ ପଲେଷ୍ଟୀୟମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଥିଲେ ଏବେ ସେ ଅବଶାଲୋମ ଭୟରେ ଦେଶରୁ ପଳାଇଅଛନ୍ତି।
10 But Absalom, whom we anointed to rule us, died in battle. So why say nothing about bringing the king back?" ପୁଣି ଆମ୍ଭେମାନେ ଯେଉଁ ଅବଶାଲୋମଙ୍କୁ ଆପଣାମାନଙ୍କ ଉପରେ ଅଭିଷିକ୍ତ କରିଥିଲୁ, ସେ ଯୁଦ୍ଧରେ ମରିଅଛି। ଏହେତୁ ତୁମ୍ଭେମାନେ ଏବେ ରାଜାଙ୍କୁ ଫେରାଇ ଆଣିବା ବିଷୟରେ କାହିଁକି ତୁନି ହୋଇ ରହିଅଛ?”
11 King David sent word to Zadok and Abiathar the priests: "Tell the elders of Judah, 'Why be the last to bring the king back home, when all Israel's word has reached the king at his home?' ଏଉତ୍ତାରେ ଦାଉଦ ରାଜା ସାଦୋକ ଓ ଅବୀୟାଥର ଯାଜକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ତୁମ୍ଭେମାନେ ଯିହୁଦାର ପ୍ରାଚୀନବର୍ଗଙ୍କୁ କୁହ, ‘ରାଜାଙ୍କୁ ତାଙ୍କ ଗୃହକୁ ଆଣିବା ପାଇଁ ସମସ୍ତ ଇସ୍ରାଏଲର କଥା ତାଙ୍କ ନିକଟରେ ଉପସ୍ଥିତ ହେଲାଣି, ଏନିମନ୍ତେ ରାଜାଙ୍କୁ ତାଙ୍କ ଗୃହକୁ ଫେରାଇ ଆଣିବା ପାଇଁ ତୁମ୍ଭେମାନେ କାହିଁକି ପଛଘୁଞ୍ଚା ହେଉଅଛ?
12 You are my brothers, my own flesh and blood. So why should you be last to bring back the king? ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଛଘୁଞ୍ଚା ହେଉଅଛ?’
13 Say to Amasa, 'Aren't you my own flesh and blood? May our Father do this to me and more if you don't become my permanent army commander, replacing Joab.'" ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ? ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’”
14 David won over all the men of Judah as one man, and they sent word to the king: "Return, you and all your servants." ଏହିରୂପେ ସେ ଯିହୁଦାର ସମସ୍ତ ଲୋକଙ୍କ ହୃଦୟକୁ ଜଣକର ହୃଦୟ ତୁଲ୍ୟ ଜୟ କଲେ; ତହିଁରେ ସେମାନେ ରାଜାଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆପଣ ଓ ଆପଣଙ୍କ ସମସ୍ତ ଦାସ ଫେରି ଆସନ୍ତୁ।”
15 The king returned and came to the Jordan; Judah came to Gilgal to meet the king and bring him across the Jordan. ତହୁଁ ରାଜା ଫେରି ଯର୍ଦ୍ଦନ ପର୍ଯ୍ୟନ୍ତ ଗଲେ, ତହିଁରେ ଯିହୁଦାର ଲୋକମାନେ ରାଜାଙ୍କୁ ଭେଟିବା ନିମନ୍ତେ ଗିଲ୍‍ଗଲ୍‍କୁ ଯାଇ ଯର୍ଦ୍ଦନ ପାର କରି ରାଜାଙ୍କୁ ଆଣିଲେ।
16 Shimei son of Gera, the Benjaminite from Bahurim, rushed down with Judah's men to meet King David. ସେତେବେଳେ ଦାଉଦ ରାଜାଙ୍କୁ ସାକ୍ଷାତ କରିବା ପାଇଁ ବହୁରୀମ ନିବାସୀ ଗେରାର ପୁତ୍ର ବିନ୍ୟାମୀନୀୟ ଶିମୀୟି ଶୀଘ୍ର ଯିହୁଦାର ଲୋକମାନଙ୍କ ସଙ୍ଗରେ ଆସିଲା।
17 With him were 1,000 Benjamites, and Ziba, servant of Saul's house, with his fifteen sons and twenty servants. They rushed to the Jordan ahead of the king, ପୁଣି ତାହା ସଙ୍ଗେ ବିନ୍ୟାମୀନୀୟ ଏକ ସହସ୍ର ଲୋକ ଥିଲେ, ଆଉ ଶାଉଲଙ୍କ ଗୃହର ଦାସ ସୀବଃ ଓ ତାଙ୍କର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ତାଙ୍କ ସଙ୍ଗରେ ଥିଲେ। ସେମାନେ ରାଜାଙ୍କ ସାକ୍ଷାତରେ ଯର୍ଦ୍ଦନରେ ପଶି ପାର ହୋଇଗଲେ।
18 and crossed the ford to bring the king's household over and do what pleased him. Shimei son of Gera fell before the king as he was about to cross the Jordan, ସେତେବେଳେ ସେମାନେ ରାଜାଙ୍କର ପରିବାରବର୍ଗଙ୍କୁ ପାର କରିବା ପାଇଁ ଓ ତାଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ ତାହା କଲେ। ଏଣୁ ରାଜା ଯର୍ଦ୍ଦନ ପାର ହେବା ସମୟରେ ଗେରାର ପୁତ୍ର ଶିମୀୟି ରାଜାଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ିଲା।
19 and said, "Please, my lord, don't hold this against me, and don't remember how your servant did wrong the day my lord the king left Jerusalem. Please, my lord the king, don't take it to heart. ଆଉ ଶିମୀୟି ରାଜାଙ୍କୁ କହିଲା, “ମୋʼ ପ୍ରଭୁ, ମୋହର ଅପରାଧ ଗଣନା ନ କରନ୍ତୁ, ଅବା ମୋʼ ପ୍ରଭୁ ମହାରାଜ ଯିରୂଶାଲମରୁ ବାହାରି ଯିବା ଦିନ ଆପଣଙ୍କ ଦାସ ଅବାଧ୍ୟତାପୂର୍ବକ ଯାହା କରିଅଛି, ତାହା ଆପଣ ସ୍ମରଣ ନ କରନ୍ତୁ, ମହାରାଜ ତାହା ଆପଣା ମନକୁ ନ ନେଉନ୍ତୁ।
20 Your servant knows I have sinned. So today I've come first of all Joseph's house to meet my lord the king." କାରଣ ଆପଣଙ୍କ ଦାସ ମୁଁ ଯେ ପାପ କରିଅଛି, ଏହା ଜାଣେ; ଏହେତୁ ଦେଖନ୍ତୁ, ଯୋଷେଫର ସମୁଦାୟ ବଂଶ ମଧ୍ୟରେ ପ୍ରଥମେ ମୁଁ ଆଜି ମୋʼ ପ୍ରଭୁ ମହାରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲି।”
21 Then Abishai son of Zeruiah said, "Shouldn't Shimei be put to death for cursing our Father's anointed?" ମାତ୍ର ସରୁୟାର ପୁତ୍ର ଅବୀଶୟ ଉତ୍ତର କରି କହିଲା, “ଶିମୀୟି ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ଶାପ ଦେଇଅଛି, ଏହି କାରଣରୁ କି ତାହାର ପ୍ରାଣଦଣ୍ଡ ହେବ ନାହିଁ?”
22 David said, "Why meddle with me, sons of Zeruiah? Why should you become my enemies today? Should anyone be put to death in Israel today? Don't I know that today I am king over Israel?" ଏଥିରେ ଦାଉଦ କହିଲେ, “ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କʼଣ ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ? ଆଜି ଇସ୍ରାଏଲ ମଧ୍ୟରେ କʼଣ କାହାରି ପ୍ରାଣଦଣ୍ଡ ହେବ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କʼଣ ମୁଁ ଜାଣୁ ନାହିଁ?”
23 The king told Shimei, "You will not die," and the king swore to him. ତହୁଁ ରାଜା ଶିମୀୟିଙ୍କୁ କହିଲେ, “ତୁମ୍ଭେ ମରିବ ନାହିଁ।” ପୁଣି ରାଜା ତାହା ନିକଟରେ ଶପଥ କଲେ।
24 Mephibosheth, Saul's grandson, came down to meet the king. He had not tended his feet, trimmed his beard, or washed his clothes from the day the king left until he came back safely. ଏଉତ୍ତାରେ ଶାଉଲଙ୍କ ପୌତ୍ର ମଫୀବୋଶତ୍‍ ରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲା; ଆଉ ରାଜା ପ୍ରସ୍ଥାନ କରିବା ଦିନଠାରୁ କୁଶଳରେ ଗୃହକୁ ଆସିବା ଦିନ ପର୍ଯ୍ୟନ୍ତ ମଫୀବୋଶତ୍‍ ଆପଣା ପାଦ ପରିଷ୍କାର କରି ନ ଥିଲା, କି ଦାଢ଼ି କ୍ଷୌର ହୋଇ ନ ଥିଲା, କିଅବା ଆପଣା ବସ୍ତ୍ର ଧୌତ କରି ନ ଥିଲା।
25 When he reached Jerusalem to meet the king, the king asked, "Why didn't you go with me, Mephibosheth?" ପୁଣି ସେ ରାଜାଙ୍କୁ ଭେଟିବା ପାଇଁ ଯିରୂଶାଲମକୁ ଆସନ୍ତେ, ରାଜା ତାହାକୁ କହିଲେ, “ମଫୀବୋଶତ୍‍, ତୁମ୍ଭେ କାହିଁକି ମୋʼ ସଙ୍ଗରେ ଗଲ ନାହିଁ?”
26 He said, "My lord the king, my servant tricked me. Your servant said, 'I'll saddle my donkey and ride with the king,' for your servant is lame. ତହିଁରେ ସେ ଉତ୍ତର କଲା, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ଦାସ ତ ଛୋଟା, ‘ଗର୍ଦ୍ଦଭ ସଜାଇ ତାହା ଉପରେ ଚଢ଼ି ମହାରାଜଙ୍କ ନିକଟକୁ ଯିବା ପାଇଁ ମୋହର ମନସ୍ଥ ଥିଲା,’ ମାତ୍ର ମୋହର ଦାସ ମୋତେ ପ୍ରବଞ୍ଚନା କଲା।
27 He slandered your servant to my lord the king. But my lord the king is like the angel of our Father; do what seems good to you. ଆହୁରି ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସେ ଆପଣଙ୍କ ଏହି ଦାସର ଅପମାନ କରିଅଛି; ମାତ୍ର ମୋହର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ; ଏଣୁ ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା କରନ୍ତୁ।
28 All my father's house deserved only death from my lord the king, yet you set your servant among those who eat at your table. What right have I to appeal to the king again?" ମୋହର ପ୍ରଭୁ ମହାରାଜଙ୍କ ସାକ୍ଷାତରେ ମୋʼ ପିତୃବଂଶ ସମସ୍ତେ ନିତାନ୍ତ ମୃତ୍ୟୁର ଯୋଗ୍ୟ ଥିଲେ; ତଥାପି ଆପଣ ଆପଣଙ୍କର ଏହି ଦାସକୁ ନିଜ ମେଜରେ ଭୋଜନକାରୀ ଲୋକମାନଙ୍କ ସଙ୍ଗରେ ସ୍ଥାନ ଦେଲେ। ଏହେତୁ ଏବେ ମହାରାଜଙ୍କ ନିକଟରେ ଆଉ କ୍ରନ୍ଦନ କରିବା ପାଇଁ ମୋହର କେଉଁ ଅଧିକାର ଅଛି?”
29 The king said, "Why say more about your affairs? I've decided: you and Ziba will divide the land." ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭେ ଆପଣା ବିଷୟ ଆଉ କାହିଁକି କହୁଅଛ? ମୁଁ କହୁଅଛି, ତୁମ୍ଭେ ଓ ସୀବଃ ସେହି ଭୂମି ବାଣ୍ଟି ନିଅ।”
30 Mephibosheth said to the king, "Let him take it all, now that my lord the king has come home safely." ତହୁଁ ମଫୀବୋଶତ୍‍ ରାଜାଙ୍କୁ କହିଲା, “ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ।”
31 Barzillai the Gileadite came down from Rogelim and crossed the Jordan with the king, to see him off. ଏଉତ୍ତାରେ ଗିଲୀୟଦୀୟ ବର୍ସିଲ୍ଲୟ ରୋଗଲୀମରୁ ଆସିଲା ଓ ସେ ରାଜାଙ୍କୁ ଯର୍ଦ୍ଦନ ନଦୀ ପାର କରାଇ ନେବା ପାଇଁ ତାଙ୍କ ସଙ୍ଗେ ଯର୍ଦ୍ଦନକୁ ପାର ହୋଇଗଲା।
32 Barzillai, very old at eighty, had fed the king during his stay at Mahanaim, for he was a very wealthy man. ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ଧନୀ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା।
33 The king told Barzillai, "Cross over with me, and I will provide for you at my side in Jerusalem." ପୁଣି ରାଜା ବର୍ସିଲ୍ଲୟଙ୍କୁ କହିଲେ, “ତୁମ୍ଭେ ମୋʼ ସଙ୍ଗେ ପାର ହୋଇ ଆସ, ମୁଁ ତୁମ୍ଭକୁ ଯିରୂଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି।”
34 Barzillai said to the king, "How many years do I have left, that I should go up with the king to Jerusalem? ଏଥିରେ ବର୍ସିଲ୍ଲୟ ରାଜାଙ୍କୁ କହିଲା, “ମୋହର ପରମାୟୁ ବର୍ଷର ଆଉ କେତେ ଦିନ ଅଛି ଯେ, ମୁଁ ମହାରାଜଙ୍କ ସଙ୍ଗେ ଯିରୂଶାଲମକୁ ଯିବି?
35 I am eighty years old today. Can I tell good from bad? Can your servant taste what he eats or drinks? Can I still hear singing men and women? Why should your servant burden my lord the king further? ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କʼଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କʼଣ ତହିଁର ଆସ୍ୱାଦ ପାଇ ପାରେ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ୱାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ?
36 Your servant will cross the Jordan with the king a short way. Why should the king repay me with such a reward? ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ?
37 Please let your servant return to die in my own city near my father and mother's grave. But your servant Chimham is here; let him cross over with my lord the king, and do for him what seems good to you." ମୁଁ ଯେପରି ନିଜ ନଗରରେ ମୋର ପିତା ଓ ମୋʼ ମାତାଙ୍କ କବର ନିକଟରେ ମରିବି, ଏଥିପାଇଁ ଆପଣଙ୍କ ଏହି ଦାସକୁ ଫେରି ଯିବାକୁ ଅନୁମତି ଦେଉନ୍ତୁ। ମାତ୍ର ଆପଣଙ୍କ ଦାସ କିମ୍‍ହମ୍‍କୁ ଦେଖନ୍ତୁ; ସେ ମୋହର ପ୍ରଭୁ ମହାରାଜଙ୍କ ସଙ୍ଗେ ପାର ହୋଇଯାଉ, ଆଉ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା ପ୍ରତି ତାହା କରନ୍ତୁ।”
38 The king said, "Chimham will cross with me, and I will do for him what pleases you, and whatever you ask of me I will do for you." ଏଥିରେ ରାଜା ଉତ୍ତର କଲେ, “କିମ୍‍ହମ୍‍ ମୋʼ ସଙ୍ଗେ ପାର ହୋଇଯିବ, ଯାହା ତୁମ୍ଭକୁ ଭଲ ଦିଶେ, ତାହା ମୁଁ ତାହା ପ୍ରତି କରିବି; ପୁଣି ତୁମ୍ଭେ ମୋʼ ଉପରେ ଯେଉଁ ଭାର ଦେବାକୁ ମନୋନୀତ କରିବ, ତାହା ମୁଁ ତୁମ୍ଭ ନିମନ୍ତେ କରିବି।”
39 All the people crossed the Jordan, and the king crossed. The king kissed Barzillai and blessed him, and Barzillai returned home. ଏଉତ୍ତାରେ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ, ଏବଂ ରାଜା ମଧ୍ୟ ପାର ହେଲେ; ପୁଣି ରାଜା ବର୍ସିଲ୍ଲୟଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲେ; ତହୁଁ ବର୍ସିଲ୍ଲୟ ଆପଣା ସ୍ଥାନକୁ ଫେରିଗଲା।
40 The king crossed to Gilgal, Chimham with him. All Judah's people, and half of Israel's, escorted the king. ଏହିରୂପେ ରାଜା ପାର ହୋଇ ଗିଲ୍‍ଗଲ୍‍କୁ ଗଲେ ଓ କିମ୍‍ହମ୍‍ ତାଙ୍କ ସଙ୍ଗେ ପାର ହୋଇଗଲା; ପୁଣି ଯିହୁଦାର ସମସ୍ତ ସୈନ୍ୟ, ଏବଂ ଇସ୍ରାଏଲର ଅର୍ଦ୍ଧେକ ସୈନ୍ୟ ମଧ୍ୟ ରାଜାଙ୍କୁ ଘେନି ଆସିଲେ।
41 Then all the men of Israel came to the king and asked, "Why did our brothers, the men of Judah, steal you away and bring the king and his household across the Jordan, with all David's men?" ଏଥିରେ ଦେଖ, ସମୁଦାୟ ଇସ୍ରାଏଲ ଲୋକ ରାଜାଙ୍କ ନିକଟକୁ ଆସି ରାଜାଙ୍କୁ କହିଲେ, “ଆମ୍ଭମାନଙ୍କ ଭ୍ରାତୃବର୍ଗ ଯିହୁଦା-ଲୋକେ କାହିଁକି ଆପଣଙ୍କୁ ଚୋରି କରି ନେଲେ, ଆଉ ମହାରାଜଙ୍କୁ ଓ ତାଙ୍କ ପରିଜନବର୍ଗଙ୍କୁ ଓ ଦାଉଦଙ୍କ ସଙ୍ଗେ ତାଙ୍କର ସମସ୍ତ ଲୋକଙ୍କୁ ଯର୍ଦ୍ଦନ ପାର କରି ଆଣିଲେ? ସେତେବେଳେ ଦାଉଦଙ୍କର ସମସ୍ତ ଲୋକ ତାଙ୍କ ସଙ୍ଗରେ ଥିଲେ।”
42 All the men of Judah answered the men of Israel, "The king is our close relative. Why are you angry about this? Have we eaten any of the king's food, or has he given us a gift?" ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ ଲୋକମାନଙ୍କୁ ଉତ୍ତର କଲେ, “ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ବ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ? ଆମ୍ଭେମାନେ କʼଣ ରାଜାଙ୍କର କିଛି ଖାଇଅଛୁ? ଅବା ସେ କʼଣ ଆମ୍ଭମାନଙ୍କୁ କିଛି ଭେଟି ଦେଇଅଛନ୍ତି?”
43 The men of Israel answered the men of Judah, "We have ten shares in the king, and a greater claim on David than you. So why did you despise us? Weren't we first to speak of bringing back our king?" But Judah's words were harsher than Israel's. ତହିଁରେ ଇସ୍ରାଏଲ ଲୋକମାନେ ଯିହୁଦା-ଲୋକମାନଙ୍କୁ ଉତ୍ତର କରି କହିଲେ, “ରାଜାଙ୍କଠାରେ ଆମ୍ଭମାନଙ୍କର ଦଶ ଅଂଶ ଅଧିକାର ଅଛି, କାରଣ ଦଶ ଗୋଷ୍ଠୀର ସମ୍ପର୍କ ରାଜାଙ୍କ ସହିତ ଅଛି ଏବଂ ଦାଉଦଙ୍କଠାରେ ତୁମ୍ଭମାନଙ୍କ ଅପେକ୍ଷା ମଧ୍ୟ ଆମ୍ଭମାନଙ୍କ ଅଧିକାର ଅଧିକ; ତେବେ ଆମ୍ଭମାନଙ୍କ ରାଜାଙ୍କୁ ଫେରାଇ ଆଣିବା ପାଇଁ ଆମ୍ଭମାନଙ୍କ ପରାମର୍ଶ ପ୍ରଥମେ ନ ନେଇ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ତୁଚ୍ଛ କଲ?” ତହୁଁ ଇସ୍ରାଏଲ ଲୋକମାନଙ୍କ ବାକ୍ୟ ଅପେକ୍ଷା ଯିହୁଦା ଲୋକମାନଙ୍କ ବାକ୍ୟ ଅଧିକ କଠୋର ହେଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]