Skip to content
The Believer's Library

Indian Revised Version(IRV) Odia - 2021

2 Samuel 2 IRVOry

Show IRVOry only
Verse × ×
1 Later, David inquired of our Father, "Should I go up to one of the cities of Judah?" Our Father said, "Go up." David said, "Where?" "Hebron," he said. ଏଥିଉତ୍ତାରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ କʼଣ ଯିହୁଦାର କୌଣସି ଏକ ନଗରକୁ ଯିବି?” ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ।” ପୁଣି ଦାଉଦ କହିଲେ, “ମୁଁ କେଉଁ ସହରକୁ ଯିବି?” ସେ କହିଲେ “ହିବ୍ରୋଣକୁ।”
2 David went up there with his two wives, Ahinoam of Jezreel and Abigail, Nabal the Carmelite's widow. ଏଣୁ ଦାଉଦ ଓ ତାଙ୍କର ଦୁଇ ଭାର୍ଯ୍ୟା ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ସେହି ସ୍ଥାନକୁ ଗଲେ।
3 David brought up his men who were with him, each with his household, and they settled in Hebron's towns. ଆଉ ଦାଉଦ ମଧ୍ୟ ଆପଣା ସଙ୍ଗୀମାନଙ୍କୁ ପୁଣି ସେମାନଙ୍କର ପରିବାରବର୍ଗଙ୍କୁ ନେଲେ; ତହିଁରେ ସେମାନେ ହିବ୍ରୋଣର ନଗରମାନରେ ବାସ କଲେ।
4 Then Judah's men came and anointed David king over Judah's house there. They told David that Jabesh-gilead's men had buried Saul. ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଯେବେ ଲୋକମାନେ ଯାବେଶ-ଗିଲୀୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଦାଉଦଙ୍କୁ ଜଣାଇଲେ।
5 He sent messengers to the men of Jabesh-gilead: "May our Father bless you for this kindness to your lord Saul, burying him. ତହିଁରେ ଦାଉଦ ଯାବେଶ-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ-ପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।
6 Now may our Father show you kindness and faithfulness; I too will treat you well for doing this. ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ସତ୍ୟତା ପ୍ରକାଶ କରନ୍ତୁ; ପୁଣି ତୁମ୍ଭେମାନେ ଏହି କର୍ମ କରିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟାର ପ୍ରତିଦାନ କରିବି।
7 Be strong and take courage, for your master Saul is dead, and Judah's house has also anointed me king over them." ଏହେତୁ ଏବେ ତୁମ୍ଭମାନଙ୍କ ହସ୍ତ ସବଳ ହେଉ ଓ ତୁମ୍ଭେମାନେ ସାହସିକ ହୁଅ; କାରଣ ତୁମ୍ଭମାନଙ୍କ ରାଜା ଶାଉଲ ମରିଅଛନ୍ତି, ମଧ୍ୟ ଯିହୁଦା ବଂଶ ଆପଣା ଉପରେ ମୋତେ ରାଜାଭିଷିକ୍ତ କରିଅଛନ୍ତି।”
8 But Abner son of Ner, Saul's army commander, took Ish-bosheth son of Saul and brought him across to Mahanaim. ଏଥିମଧ୍ୟରେ ନେର୍‍ର ପୁତ୍ର ଅବ୍‍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍‍ବୋଶତକୁ ମହନୟିମକୁ ନେଇଯାଇ,
9 He made him king over Gilead, over the Ashurites, over Jezreel, over Ephraim, over Benjamin—over all Israel. ଗିଲୀୟଦ ଓ ଅଶୂରି ଓ ଯିଷ୍ରିୟେଲ ଓ ଇଫ୍ରୟିମ ଓ ବିନ୍ୟାମୀନ୍ ଓ ସମସ୍ତ ଇସ୍ରାଏଲ ଉପରେ ରାଜା କଲେ।
10 Ish-bosheth son of Saul was forty when he became king over Israel; he reigned two years. But Judah's house followed David. ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ଚାଳିଶ ବର୍ଷ ବୟସରେ ଇସ୍ରାଏଲ ବଂଶ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜତ୍ୱ କଲା। ମାତ୍ର ଯିହୁଦା ବଂଶ ଦାଉଦଙ୍କର ପଶ୍ଚାଦ୍‍ଗାମୀ ହେଲେ।
11 David was king in Hebron over the house of Judah for seven years and six months. ପୁଣି ହିବ୍ରୋଣରେ ଯିହୁଦା ବଂଶ ଉପରେ ଦାଉଦଙ୍କ ରାଜା ହେବାର ସାତ ବର୍ଷ ଛଅ ମାସ ଥିଲା।
12 Abner son of Ner, with Ish-bosheth son of Saul's servants, left Mahanaim for Gibeon. ନେର୍‍ର ପୁତ୍ର ଅବ୍‍ନର ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦାସମାନେ ମହନୟିମରୁ ବାହାରି ଗିବୀୟୋନ୍‍କୁ ଗଲେ।
13 Joab son of Zeruiah and David's servants also went out and met them together at Gibeon's pool—one side sitting on one bank, the other on the opposite bank. ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନ୍‍ର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ।
14 Abner said to Joab, "Let the young men get up and compete before us." Joab said, "Let them get up." ଏଥିରେ ଅବ୍‍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।”
15 So they got up and crossed over by count, twelve for Benjamin and Ish-bosheth son of Saul, twelve from David's servants. ତେଣୁ ସେମାନେ ସଂଖ୍ୟାନୁସାରେ ଉଠିଲେ; ବିନ୍ୟାମୀନ୍ ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ପକ୍ଷରେ ବାର ଜଣ ଓ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ବାର ଜଣ ଅଗ୍ରସର ହେଲେ।
16 Each man gripped his opponent's head and drove his sword into his side, and they fell together. So the place in Gibeon was named Helkath-hazzurim. ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍‍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍‍କତ୍‍ ହତ୍‍ସୂରୀମ୍‍ ହେଲା।
17 The fighting that day was very fierce; Abner and Israel's men fell before David's servants. ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍‍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ।
18 Zeruiah's three sons were there: Joab, Abishai, and Asahel—Asahel as fast-footed as a wild gazelle. ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।
19 He chased Abner, turning neither to the right nor to the left as he pursued him. ପୁଣି ଅସାହେଲ ଅବ୍‍ନର ପଛେ ପଛେ ଗୋଡ଼ାଇଲା; ଆଉ ଅବ୍‍ନରର ପଛେ ଗଲା ବେଳେ ସେ ଦକ୍ଷିଣ କି ବାମକୁ ଫେରିଲା ନାହିଁ।
20 Abner looked back and said, "Is that you, Asahel?" "It is," he answered. ତେବେ ଅବ୍‍ନର ଆପଣା ପଛକୁ ଅନାଇ କହିଲା, “ଅସାହେଲ, ଏ କି ତୁମ୍ଭେ?” ସେ ଉତ୍ତର କଲା, “ମୁଁ।”
21 Abner told him, "Turn right or left, seize one of the young men, take his gear." But Asahel refused to stop chasing him. ଏଥିରେ ଅବ୍‍ନର ତାହାକୁ କହିଲା, “ତୁମ୍ଭେ ଆପଣା ଡାହାଣ କି ବାମ ଆଡ଼େ ଫେରି ଏହି ଯୁବାମାନଙ୍କର କୌଣସି ଜଣକୁ ଧରି ତାହାର ସଜ୍ଜା ଲୁଟି ନିଅ।” ମାତ୍ର ଅସାହେଲ ତାହାର ପଶ୍ଚାତ୍‍ଗମନରୁ ଫେରିଲା ନାହିଁ।
22 Abner told Asahel again, "Turn back. Why force me to strike you down? How could I face your brother Joab?" ତହୁଁ ଅବ୍‍ନର ପୁନର୍ବାର ଅସାହେଲକୁ କହିଲା, “ମୋହର ପଶ୍ଚାଦ୍‍ଗମନରୁ ଫେର; ମୁଁ କାହିଁକି ତୁମ୍ଭକୁ ଆଘାତ କରି ଭୂମିସାତ୍‍ କରିବି? ତାହା କଲେ ମୁଁ କିପରି ତୁମ୍ଭ ଭାଇ ଯୋୟାବ ଆଗରେ ମୁଖ ଦେଖାଇବି?”
23 He refused to turn aside, so Abner struck him in the stomach with the butt of his spear; it came out through his back. He fell there and died on the spot. Everyone who came to where Asahel had fallen and died stood still. ତଥାପି ସେ ଫେରିବାକୁ ମନା କଲା; ଏଣୁ ଅବ୍‍ନର ବର୍ଚ୍ଛାର ପଛ ଅଗରେ ତାହାର ପେଟ ଭୁସି ଦିଅନ୍ତେ, ବର୍ଚ୍ଛା ତାହାର ପଛଆଡ଼େ ଫୁଟି ବାହାରିଲା; ତହୁଁ ସେ ସେହିଠାରେ ପଡ଼ି ସେହି ସ୍ଥାନରେ ମଲା; ପୁଣି ଯେତେ ଲୋକ ଅସାହେଲର ପଡ଼ିବା ଓ ମରିବା ସ୍ଥାନକୁ ଆସିଲେ, ସେମାନେ ଠିଆ ହୋଇ ରହିଲେ।
24 Joab and Abishai pursued Abner; at sunset they reached the hill of Ammah, near Giah on the way to the wilderness of Gibeon. ମାତ୍ର ଯୋୟାବ ଓ ଅବୀଶୟ ଅବ୍‍ନରର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଗିବୀୟୋନ୍‍ ପ୍ରାନ୍ତରର ପଥ ନିକଟବର୍ତ୍ତୀ ଗୀଆ ସମ୍ମୁଖସ୍ଥ ଅମା ପର୍ବତ ନିକଟରେ ଉପସ୍ଥିତ ହେବା ବେଳକୁ ସୂର୍ଯ୍ୟାସ୍ତ ହେଲା।
25 Benjamin's men gathered behind Abner, formed one band, and stood atop a hill. ଏଥିମଧ୍ୟରେ ବିନ୍ୟାମୀନ୍-ସନ୍ତାନଗଣ ଅବ୍‍ନରର ପଶ୍ଚାତ୍‍ ମିଳି ଏକ ଦଳ ହୋଇ ଗୋଟିଏ ପର୍ବତ ଶୃଙ୍ଗରେ ଠିଆ ହେଲେ।
26 Abner called to Joab: "Must the sword devour forever? Don't you know this will end bitterly? How long until you tell the people to turn back from chasing their brothers?" ତେବେ ଅବ୍‍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କʼଣ ସର୍ବଦା ଗ୍ରାସ କରିବ? ଶେଷରେ ତାହା ଯେ ତିକ୍ତ ହେବ, ଏହା କʼଣ ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍‍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ?”
27 Joab said, "As surely as our Father lives, if you had not spoken, the people would have kept pursuing their brothers until morning." ଏଥିରେ ଯୋୟାବ କହିଲା, “ପରମେଶ୍ୱର ଜୀବିତ ଥିବା ପ୍ରମାଣେ (କହୁ), ତୁମ୍ଭେ କହି ନ ଥିଲେ ତ ମୋର ସୈନିକମାନେ ନିଶ୍ଚୟ ସକାଳ ପର୍ଯ୍ୟନ୍ତ ପ୍ରତ୍ୟେକେ ଆପଣା ଭାଇ ପଛରେ ଗୋଡ଼ାଇ ଥାʼନ୍ତେ।”
28 Joab blew the trumpet; all the troops stopped, no longer pursuing Israel or fighting. ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଅଟକି ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ।
29 Abner and his men marched through the Arabah all that night, crossed the Jordan, went through all Bithron, and reached Mahanaim. ଏଉତ୍ତାରେ ଅବ୍‍ନର ଓ ତାହାର ଲୋକମାନେ ସେହି ରାତ୍ରିସାରା ପଦାଭୂମି ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ପାର ହୋଇ ସମୁଦାୟ ବିଥ୍ରୋଣ ଦେଶ ଦେଇ ଯାଇ ମହନୟିମରେ ଉପସ୍ଥିତ ହେଲେ।
30 Joab turned back from chasing Abner, gathered all the troops, and found nineteen of David's men missing, besides Asahel. ଆଉ ଯୋୟାବ ଅବ୍‍ନରର ପଶ୍ଚାଦ୍‍ଗମନରୁ ଫେରିଲା; ପୁଣି ସେ ସମୁଦାୟ ଲୋକଙ୍କୁ ଏକତ୍ର କରନ୍ତେ, ଦାଉଦଙ୍କର ସୈନିକମାନଙ୍କ ମଧ୍ୟରୁ ଊଣେଇଶ ଜଣ ଓ ଅସାହେଲ ଅନୁପସ୍ଥିତ ଥିଲେ।
31 But David's servants struck down 360 of the men of Benjamin who were with Abner. ମାତ୍ର ଦାଉଦଙ୍କର ଦାସମାନେ ଆଘାତ କରିବାରୁ ବିନ୍ୟାମୀନ୍‍ର ଓ ଅବ୍‍ନରର ଲୋକମାନଙ୍କ ମଧ୍ୟରୁ ତିନି ଶହ ଷାଠିଏ ଲୋକ ମରିଥିଲେ।
32 They carried Asahel, buried him in his father's tomb in Bethlehem; Joab and his men walked all night, reaching Hebron by dawn. ଏଉତ୍ତାରେ ସେମାନେ ଅସାହେଲକୁ ଉଠାଇ ନେଇ ବେଥଲିହିମସ୍ଥିତ ତାହାର ପିତାର କବରରେ କବର ଦେଲେ। ପୁଣି ଯୋୟାବ ଓ ତାହାର ଲୋକମାନେ ସାରାରାତ୍ରି ଯାତ୍ରା କଲେ ଓ ହିବ୍ରୋଣ ନିକଟରେ ସେମାନେ ସକାଳ ପହଞ୍ଚିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]