Skip to content
The Believer's Library

Indian Revised Version(IRV) Odia - 2021

2 Samuel 21 IRVOry

Show IRVOry only
Verse × ×
1 Now there was a famine in the days of David for three years, year after year; so David asked our Father about it. And our Father said, "There is bloodguilt on Saul and on his house, because he put the Gibeonites to death." ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”
2 So the king summoned the Gibeonites and spoke to them. (The Gibeonites were not Israelites but a remnant of the Amorites; Israel had sworn to spare them, yet Saul, passionate for Israel and Judah, had sought to kill them.). ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍‍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)
3 David asked the Gibeonites, "What can I do for you? How can I make atonement so you'll bless our Father's people?" ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି?”
4 The Gibeonites said, "It is not silver or gold between us and Saul or his house, and we have no right to kill anyone in Israel." David said, "Whatever you say, I will do for you." ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, “ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ବନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ଡ କରିବା ଆମ୍ଭମାନଙ୍କର ଉଚିତ ନୁହେଁ।” ତହୁଁ ଦାଉଦ କହିଲେ, “ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”
5 They said to the king, "The man who wiped us out and plotted our destruction, so we'd have no place left anywhere in Israel's territory, ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି,
6 let seven men of his descendants be handed over to us, and we will hang them before the LORD at Gibeah of Saul, the LORD's chosen one." The king said, "I will hand them over." ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”
7 But the king spared Mephibosheth, son of Jonathan, son of Saul, because of the oath before our Father between David and Jonathan, Saul's son. ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍‍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା।
8 But the king took Armoni and Mephibosheth, the two sons Rizpah daughter of Aiah bore to Saul, along with the five sons Merab daughter of Saul bore to Adriel son of Barzillai the Meholathite. ମାତ୍ର ଅୟାର କନ୍ୟା, ରିସ୍ପା ଅମୌଣି ଓ ମଫୀବୋଶତ୍‍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ
9 He handed them to the Gibeonites, who hanged them on the mountain before our Father; the seven fell together. They were put to death in the first days of harvest, as the barley harvest began. ଗିବୀୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ, ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣଯାକ ଏକାବେଳେ ମଲେ; ସେମାନେ ପ୍ରଥମ ଶସ୍ୟଚ୍ଛେଦନ ସମୟରେ, ଅର୍ଥାତ୍‍, ଯବଚ୍ଛେଦନର ଆରମ୍ଭ ସମୟରେ ହତ ହେଲେ।
10 Then Rizpah daughter of Aiah took sackcloth and spread it on the rock, from the start of harvest until rain fell on the bodies; by day she kept the birds off them, by night the wild animals. ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ।
11 When David was told what Rizpah the daughter of Aiah, Saul's concubine, had done, ଏଥିରେ ଶାଉଲଙ୍କର ଉପପତ୍ନୀ ଅୟାର କନ୍ୟା ରିସ୍ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା।
12 he went to the men of Jabesh-gilead and took the bones of Saul and his son Jonathan, which they had secretly removed from Beth-shan's square, where the Philistines hung them the day they killed Saul at Gilboa. ସେତେବେଳେ ଦାଉଦ ଯାଇ ଯାବେଶ-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍‍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍‍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।
13 He brought up Saul's bones and his son Jonathan's bones from there, and they gathered the bones of the hanged men. ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।
14 They buried the bones of Saul and his son Jonathan at Zela in Benjamin, in the tomb of his father Kish, and did all the king commanded. After that, our Father answered the prayers for the land. ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍‍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ।
15 Again there was war between the Philistines and Israel. David went down with his servants to fight the Philistines, and he grew tired. ଏଥିଉତ୍ତାରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ସୈନ୍ୟମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳାନ୍ତ ହେଲେ।
16 Ishbi-benob, a descendant of Rapha whose bronze spearhead weighed about seven and a half pounds and who wore a new sword, was about to strike David down. ସେସମୟରେ ଇଶ୍‍ବୀ ବନୋବ୍‍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।
17 But Abishai son of Zeruiah came to David's aid, struck the Philistine down and killed him. Then David's men swore to him, "Never again go out with us to battle, or you'll put out the lamp of Israel." ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, “ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ।”
18 Later there was another war with the Philistines at Gob. Sibbecai the Hushathite struck down Saph, one of the descendants of Rapha. ଏଥିଉତ୍ତାରେ ପୁନର୍ବାର ଗୋବ୍‍ରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।
19 There was another war with the Philistines at Gob, where Elhanan son of Jaare-oregim the Bethlehemite killed Goliath the Gittite, whose spear shaft was like a weaver's beam. ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍‍ରେ ଯୁଦ୍ଧ ହେଲା; ତହିଁରେ ବେଥଲିହିମୀୟ ଯାରେ-ଓରଗୀମର ପୁତ୍ର ଇଲ୍‍ହାନନ୍‍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା।
20 War broke out again at Gath, where a huge man had six fingers on each hand and six toes on each foot—twenty-four in all; he too was born to Rapha. ଏହାପରେ ପୁନର୍ବାର ଗାଥ୍‍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।
21 And when he taunted Israel, Jonathan the son of Shimei, David's brother, struck him down. ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।
22 These four descended from Rapha in Gath, and fell by the hand of David and his servants. ଏହି ଚାରି ଜଣ ଗାଥ୍‍ରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ଓ ତାଙ୍କ ଦାସମାନଙ୍କ ହସ୍ତ ଦ୍ୱାରା ବଧ ହୋଇଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]