ଦାଉଦଙ୍କ ବିଜୟ ଗୀତ
1ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ; 2ସେ କହିଲେ,“ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ରକ୍ଷାକର୍ତ୍ତା,
3ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି।ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ;ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ।
4ମୁଁ ସଦାପ୍ରଭୁଙ୍କୁ ଆହ୍ୱାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ;ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି।
5କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା,ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା।
6ପାତାଳର ବନ୍ଧନ ମୋତେ ବେଷ୍ଟନ କଲା,ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା।
7ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି,ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି;ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା।
8ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା,ଗଗନମଣ୍ଡଳର ମୂଳସକଳ ଉଦ୍ବିଗ୍ନଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ।
9ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲାଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା;ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
10ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା।
11ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍ଡୀୟମାନ ହେଲେ;ହଁ, ସେ ବାୟୁର ପକ୍ଷ ଉପରେ ଦେଖାଗଲେ।
12ସେ ଅନ୍ଧକାରକୁ, ଅର୍ଥାତ୍, ଜଳରାଶିଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ୱରୂପ କଲେ।
13ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେଆଗ୍ନେୟ-ଅଙ୍ଗାର ପତିତ ହେଲା।
14ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ।
15ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ;ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ।
16ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେସମୁଦ୍ରର ଗର୍ଭ ପ୍ରକାଶ ପାଇଲାଓ ଭୂମଣ୍ଡଳର ମୂଳସକଳ ଦେଖାଗଲା।
17ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ;ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ।
18ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ;କାରଣ ସେମାନେ ମୋʼ ଠାରୁ ଅତି ବଳବାନ ଥିଲେ।
19ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ;ମାତ୍ର ସଦାପ୍ରଭୁ ମୋର ସହାୟ ହେଲେ।
20ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ;ସେ ମୋତେ ରକ୍ଷା କଲେ, କାରଣ ସେ ମୋʼ ଠାରେ ସନ୍ତୁଷ୍ଟ ହେଲେ।
21ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ;ମୋର ହସ୍ତର ପବିତ୍ରତାନୁସାରେ ମୋତେ ଫଳ ଦେଲେ।
22କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲିଓ ଦୁଷ୍ଟତାପୂର୍ବକ ମୁଁ ଆପଣା ପରମେଶ୍ୱରଙ୍କୁ ତ୍ୟାଗ କଲି ନାହିଁ।
23ଯେହେତୁ ତାହାଙ୍କର ସମସ୍ତ ଶାସନ ମୋହର ସମ୍ମୁଖରେ ଥିଲାଓ ତାହାଙ୍କର ବିଧିସକଳ ମୁଁ ପରିତ୍ୟାଗ କଲି ନାହିଁ।
24ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲିଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି।
25ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେଓ ତାହାଙ୍କ ଦୃଷ୍ଟିରେ ମୋହର ପବିତ୍ରତାନୁସାରେ ମୋତେ ଫଳ ଦେଲେ।
26ତୁମ୍ଭେ ଦୟାଳୁ ପ୍ରତି ଆପଣାକୁ ଦୟାଳୁଓ ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ।
27ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।
28ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କର;ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ।
29ହେ ସଦାପ୍ରଭୋ, ତୁମ୍ଭେ ମୋହର ପ୍ରଦୀପ;ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ।
30କାରଣ ମୁଁ ତୁମ୍ଭ ଦ୍ୱାରା ସୈନ୍ୟ ଉପରେ ଦୌଡ଼େ;ମୁଁ ଆପଣା ପରମେଶ୍ୱରଙ୍କ ଦ୍ୱାରା ପାଚେରୀ ଡିଏଁ।
31ସେ ପରମେଶ୍ୱର, ତାହାଙ୍କ ପଥ ଯଥାର୍ଥ;ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ;ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ।
32ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ୱର?ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଆଉ କିଏ ଶୈଳ?
33ପରମେଶ୍ୱର ମୋହର ଦୃଢ଼ ଆଶ୍ରୟ;ସେ ସିଦ୍ଧ ଲୋକଙ୍କୁ ଆପଣା ପଥରେ କଢ଼ାଇ ନିଅନ୍ତି।
34ସେ ମୋʼ ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତିଓ ସେ ମୋତେ ମୋʼ ର ଉଚ୍ଚସ୍ଥଳୀରେ ବସାନ୍ତି।
35ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି;ତହିଁରେ ମୋହର ବାହୁ ପିତ୍ତଳ ଧନୁ ବଙ୍କା କରେ।
36ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ;ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
37ତୁମ୍ଭେ ମୋʼ ତଳେ ମୋର ପାଦ ରଖିବା ସ୍ଥାନ ପ୍ରଶସ୍ତ କରିଅଛଓ ମୋହର ଗୋଇଠି ଖସି ଯାଇ ନାହିଁ।
38ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛିଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ।
39ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି;ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି।
40ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ କଟି ପରି ବଳ ଦେଇଅଛ;ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ।
41ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ,ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କଲି।
42ସେମାନେ କ୍ରନ୍ଦନ କଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା;ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।
43ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି,ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି।
44ତୁମ୍ଭେ ମଧ୍ୟ ମୋʼ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ;ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ;ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ।
45ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କଲେ;ସେମାନେ ମୋʼ ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେଲେ।
46ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ।
47ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁଓ ମୋʼ ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
48ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତିଓ ଗୋଷ୍ଠୀୟମାନଙ୍କୁ ମୋʼ ତଳେ ନତ କରନ୍ତି।
49ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି;ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ;ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।
50ଏହେତୁ ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବିଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।
51ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି;ସେ ଆପଣା ଅଭିଷିକ୍ତ ପ୍ରତି,ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତକାଳ ଦୟା ପ୍ରକାଶ କରନ୍ତି।”