Skip to content
The Believer's Library

Indian Revised Version(IRV) Odia - 2021

2 Samuel 22 IRVOry

Show IRVOry only
Verse × ×
1 David spoke to our Father the words of this song when our Father rescued him from the hand of all his enemies and from the hand of Saul. ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;
2 He said: My Father is my rock, my fortress, my rescuer. ସେ କହିଲେ, “ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ରକ୍ଷାକର୍ତ୍ତା,
3 My Father, my rock, in whom I take refuge, my shield and the power of my salvation, my stronghold and my refuge, my savior—you save me from violence. ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ।
4 I call upon my Father, who is worthy of praise, and I am saved from my enemies. ମୁଁ ସଦାପ୍ରଭୁଙ୍କୁ ଆହ୍ୱାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି।
5 For the waves of death engulfed me; the torrents of destruction terrified me. କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା।
6 The cords of the grave entangled me; the snares of death confronted me. ପାତାଳର ବନ୍ଧନ ମୋତେ ବେଷ୍ଟନ କଲା, ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା।
7 In my distress I called upon my Father; I cried out to my God for help. From his temple he heard my voice, and my cry reached his ears. ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା।
8 Then the earth shook and quaked; the foundations of the heavens trembled and shook, because he was angry. ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍‍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ।
9 Smoke rose from his nostrils, and consuming fire came from his mouth; burning coals blazed from him. ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
10 He parted the heavens and came down, with dark clouds beneath his feet. ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା।
11 He mounted a cherub and flew; he soared on the wings of the wind. ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍ଡୀୟମାନ ହେଲେ; ହଁ, ସେ ବାୟୁର ପକ୍ଷ ଉପରେ ଦେଖାଗଲେ।
12 He made darkness his canopy around him—the dark rain clouds of the skies. ସେ ଅନ୍ଧକାରକୁ, ଅର୍ଥାତ୍‍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ୱରୂପ କଲେ।
13 Out of the brightness before him blazed coals of fire. ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପତିତ ହେଲା।
14 My Father thundered from heaven; the Most High raised his voice. ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ।
15 He shot his arrows and scattered his foes, hurled lightning and routed them. ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ।
16 The channels of the sea appeared, the foundations of the world were laid bare at the rebuke of my Father, at the blast of breath from his nostrils. ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା।
17 He reached down from on high and took hold of me; he drew me out of deep waters. ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ।
18 He rescued me from my powerful enemy, from my foes who were too strong for me. ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋʼ ଠାରୁ ଅତି ବଳବାନ ଥିଲେ।
19 They confronted me in the day of my disaster, but my Father was my support. ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ସହାୟ ହେଲେ।
20 He brought me out into a spacious place; he rescued me because he delighted in me. ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋʼ ଠାରେ ସନ୍ତୁଷ୍ଟ ହେଲେ।
21 My Father dealt with me according to my righteousness; according to the purity of my hands he rewarded me. ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ପବିତ୍ରତାନୁସାରେ ମୋତେ ଫଳ ଦେଲେ।
22 For I have kept the ways of my Father; I have not wickedly turned from my God. କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲି ଓ ଦୁଷ୍ଟତାପୂର୍ବକ ମୁଁ ଆପଣା ପରମେଶ୍ୱରଙ୍କୁ ତ୍ୟାଗ କଲି ନାହିଁ।
23 All his judgments are before me; I have not turned aside from his statutes. ଯେହେତୁ ତାହାଙ୍କର ସମସ୍ତ ଶାସନ ମୋହର ସମ୍ମୁଖରେ ଥିଲା ଓ ତାହାଙ୍କର ବିଧିସକଳ ମୁଁ ପରିତ୍ୟାଗ କଲି ନାହିଁ।
24 I was blameless before him, and I kept myself free from my guilt. ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି ଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି।
25 So my Father rewarded me according to my righteousness, according to my purity in his sight. ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ପବିତ୍ରତାନୁସାରେ ମୋତେ ଫଳ ଦେଲେ।
26 To the faithful you show yourself faithful; to the blameless you show yourself blameless. ତୁମ୍ଭେ ଦୟାଳୁ ପ୍ରତି ଆପଣାକୁ ଦୟାଳୁ ଓ ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ।
27 To the pure you show yourself pure, but to the crooked you show yourself shrewd. ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।
28 You save the afflicted people, but your eyes are on the haughty, to bring them low. ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କର; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ।
29 For you are my lamp, my Father; he turns my darkness into light. ହେ ସଦାପ୍ରଭୋ, ତୁମ୍ଭେ ମୋହର ପ୍ରଦୀପ; ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ।
30 With you I can charge an army; with my Father I can leap over a wall. କାରଣ ମୁଁ ତୁମ୍ଭ ଦ୍ୱାରା ସୈନ୍ୟ ଉପରେ ଦୌଡ଼େ; ମୁଁ ଆପଣା ପରମେଶ୍ୱରଙ୍କ ଦ୍ୱାରା ପାଚେରୀ ଡିଏଁ।
31 As for my Father, his way is perfect; the word of my Father is flawless. He is a shield to all who take refuge in him. ସେ ପରମେଶ୍ୱର, ତାହାଙ୍କ ପଥ ଯଥାର୍ଥ; ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ; ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ।
32 For who is God but our Father? And who is a rock except our Father? ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ୱର? ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଆଉ କିଏ ଶୈଳ?
33 My Father is my strong refuge; he makes my way blameless. ପରମେଶ୍ୱର ମୋହର ଦୃଢ଼ ଆଶ୍ରୟ; ସେ ସିଦ୍ଧ ଲୋକଙ୍କୁ ଆପଣା ପଥରେ କଢ଼ାଇ ନିଅନ୍ତି।
34 He makes my feet like the feet of a deer and sets me secure on the heights. ସେ ମୋʼ ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋʼ ର ଉଚ୍ଚସ୍ଥଳୀରେ ବସାନ୍ତି।
35 He trains my hands for battle, so that my arms can bend a bow of bronze. ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତହିଁରେ ମୋହର ବାହୁ ପିତ୍ତଳ ଧନୁ ବଙ୍କା କରେ।
36 You have given me the shield of your salvation, and your gentleness has made me great. ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
37 You widen the path beneath me, so that my ankles do not give way. ତୁମ୍ଭେ ମୋʼ ତଳେ ମୋର ପାଦ ରଖିବା ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ।
38 I pursued my enemies and destroyed them; I did not turn back until they were finished. ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ।
39 I consumed them and shattered them so they could not rise; they fell beneath my feet. ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି।
40 You armed me with strength for battle; you made my adversaries bow beneath me. ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ କଟି ପରି ବଳ ଦେଇଅଛ; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ।
41 You made my enemies turn their backs in flight, and those who hated me I destroyed. ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କଲି।
42 They looked, but there was no one to save them—even to my Father, but he gave no answer. ସେମାନେ କ୍ରନ୍ଦନ କଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା; ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।
43 I ground them as fine as the dust of the earth; I crushed and trampled them like mud in the streets. ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି।
44 You delivered me from the strife of my people; you kept me as head of nations; a people I did not know now serves me. ତୁମ୍ଭେ ମଧ୍ୟ ମୋʼ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ।
45 Foreigners cower before me; as soon as they hear, they obey me. ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କଲେ; ସେମାନେ ମୋʼ ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେଲେ।
46 Foreigners lose heart; they come trembling from their strongholds. ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ।
47 My Father lives! Blessed be my Rock! Exalted be my Father, the Rock of my salvation! ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋʼ ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
48 It is my Father who gives me justice and brings peoples down beneath me. ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋʼ ତଳେ ନତ କରନ୍ତି।
49 He brings me out from my enemies. You lifted me high above my foes; you rescued me from the violent man. ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।
50 Therefore I will praise you among the nations, my Father; I will sing praises to your name. ଏହେତୁ ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।
51 He gives great victories to his king and shows covenant love to his anointed, to David and his descendants forever. ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତକାଳ ଦୟା ପ୍ରକାଶ କରନ୍ତି।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]