Skip to content
The Believer's Library

Indian Revised Version(IRV) Odia - 2021

2 Samuel 23 IRVOry

Show IRVOry only
Verse × ×
1 Now these are the last words of David. The oracle of David son of Jesse, the oracle of the man raised on high, anointed by the God of Jacob, our Father, Israel's beloved singer of songs: “ଯିଶୀର ପୁତ୍ର ଦାଉଦ, ଯେ ବ୍ୟକ୍ତି ଉଚ୍ଚୀକୃତ, ଯେ ଯାକୁବର ପରମେଶ୍ୱରଙ୍କ ଅଭିଷିକ୍ତ ଓ ଇସ୍ରାଏଲର ମଧୁର ଗାୟକ, ଦାଉଦଙ୍କର ଶେଷ କଥା ଏହି;
2 The Spirit of our Father spoke through me; his word was on my tongue. ମୋʼ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋʼ ଜିହ୍ୱାରେ ଥିଲା।
3 Our Father, the God of Israel, has spoken; the Rock of Israel said to me: "When one rules over people in righteousness, ruling in the fear of God, ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ।
4 he is like the light of morning when the sun rises on a cloudless dawn, like the brightness after rain that brings grass from the earth. ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବ; ସେହି ସମୟରେ ବୃଷ୍ଟି ଉତ୍ତାରେ ନିର୍ମଳ କିରଣ ଦ୍ୱାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ।
5 Is not my house like this with our Father? For he has made with me an everlasting covenant, ordered in all things and secure. Will he not bring to fruition all my salvation and all my desire? ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି? ସେ ମୋʼ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି? ସେ କି ମୋର ରକ୍ଷା କରିବେ ନାହିଁ?
6 But worthless men are all like thorns thrown away, for they cannot be picked up barehanded. ମାତ୍ର ପାପାଧମ ସମସ୍ତେ ଉତ୍ପାଟନୀୟ କଣ୍ଟକ ସ୍ୱରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି;
7 The one who would touch them arms himself with iron and the shaft of a spear, and they are burned with fire on the spot." ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ଡରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବେ।”
8 These are the names of David's mighty warriors: Josheb-basshebeth the Tahkemonite, chief of the three, raised his spear against 800 men, killing them at once. ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍‍-ବଶେବତ୍‍, ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ଆଠ ଶହ ଲୋକର ହତ୍ୟା କଲା।
9 Next was Eleazar son of Dodo the Ahohite, one of the three mighty men with David when they defied the Philistines gathered for battle there, and Israel's men retreated. ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍କାର କରନ୍ତେ ଓ ଇସ୍ରାଏଲ ଲୋକମାନେ ପଳାନ୍ତେ,
10 He rose up, struck the Philistines until his hand tired and clung to the sword. Our Father won a great victory that day, and the troops returned behind him only to strip the dead. ସେ ଉଠି ଆପଣା ହସ୍ତ କ୍ଳାନ୍ତ ଓ ଆପଣା ହସ୍ତ ଖଡ୍ଗରେ ଜଡ଼ିତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ବଧ କଲା; ପୁଣି ସେହି ଦିନ ସଦାପ୍ରଭୁ ମହା ଜୟ ସାଧନ କଲେ; ଆଉ ସୈନ୍ୟଦଳ କେବଳ ଲୁଟିବାକୁ ତାହାର ପଶ୍ଚାତ୍‍ଗାମୀ ହେଲେ।
11 Next was Shammah son of Agee the Hararite. The Philistines massed at Lehi, in a field full of lentils, and the troops fled from them. ପୁଣି ତାହା ଉତ୍ତାରେ ହରାରୀୟ ଆଗିର ପୁତ୍ର ଶମ୍ମ। ଏକ ସମୟରେ ପଲେଷ୍ଟୀୟମାନେ କୌଣସି ମସୁରପୂର୍ଣ୍ଣ କ୍ଷେତ୍ର ନିକଟରେ ଏକତ୍ର ଦଳବଦ୍ଧ ହୁଅନ୍ତେ, ଲୋକମାନେ ପଲେଷ୍ଟୀୟମାନଙ୍କ ଆଗରୁ ପଳାଇଲେ।
12 But Shammah stood in the middle of the field, defended it, and struck down the Philistines. And our Father brought a great victory. ମାତ୍ର ଶମ୍ମ ସେହି କ୍ଷେତ୍ର ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା; ତହିଁରେ ସଦାପ୍ରଭୁ ମହା ଜୟ ସାଧନ କଲେ।
13 At harvest three of the thirty chief men went down to David at the cave of Adullam, while a band of Philistines camped in the Valley of Rephaim. ଆଉ ତିରିଶ ଜଣ ପ୍ରଧାନ ସୈନ୍ୟମାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ।
14 David was then in the stronghold, and a Philistine garrison was at Bethlehem. ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।
15 David longed for water and said, "If only someone would give me a drink of water from the well by the gate in Bethlehem!" ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପ ଜଳ ପାନ କରିବାକୁ ମୋତେ ଦିଅନ୍ତା କି!”
16 So the three warriors broke through the Philistine camp, drew water from the well of Bethlehem by the gate, and brought it to David. But he refused to drink it; he poured it out to our Father. ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ।
17 He said, "Far be it from me, my Father, that I should do this! Is this not the blood of the men who risked their lives?" So he would not drink it. Such were the deeds of the three warriors. ପୁଣି ସେ କହିଲେ, “ହେ ସଦାପ୍ରଭୋ, ମୁଁ ଯେ ଏ କର୍ମ କରିବି, ଏହା ମୋʼ ଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ।” ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।
18 Abishai, Joab's brother, son of Zeruiah, was chief of the thirty. He raised his spear against 300, killed them, and won fame among the three. ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।
19 Was he not the most honored of the thirty? He became their commander, though not one of the three. ଏହି ତିନିଙ୍କ ମଧ୍ୟରେ ସେ କʼଣ ଅତ୍ୟନ୍ତ ମର୍ଯ୍ୟାଦାପନ୍ନ ନ ଥିଲା? ଏହେତୁ ସେ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।
20 Benaiah son of Jehoiada was a valiant man from Kabzeel, a man of great deeds. He struck down Moab's two mighty warriors. He went down into a pit on a snowy day and killed a lion there. ଆଉ ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।
21 He also struck down an impressive Egyptian. The Egyptian held a spear, but Benaiah came at him with only a staff, wrenched the spear from his hand, and killed him with his own spear. ଆହୁରି ସେ ଏକ ଜଣ ମିସରୀୟ ବଳବାନ ପୁରୁଷକୁ ବଧ କଲା ଓ ସେହି ମିସରୀୟ ଆପଣା ହସ୍ତରେ ବର୍ଚ୍ଛା ଧରିଥିଲା; ତଥାପି ବନାୟ ଏକ ଯଷ୍ଟି ନେଇ ତାହା ନିକଟକୁ ଗଲା ଓ ସେହି ମିସରୀୟ ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।
22 These were the deeds of Benaiah son of Jehoiada, who won a name among the three mighty men. ଯିହୋୟାଦାର ପୁତ୍ର ବନାୟ ଏହି ସକଳ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା।
23 He was more honored than the thirty, but not among the three. David put him over his bodyguard. ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।
24 Among the thirty were: Asahel the brother of Joab; Elhanan son of Dodo of Bethlehem; ଯୋୟାବର ଭ୍ରାତା ଅସାହେଲ ଉକ୍ତ ତିରିଶ ଜଣ ମଧ୍ୟରେ ଜଣେ ଥିଲା; ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;
25 Shammah the Harodite; Elika the Harodite; ହରୋଦୀୟ ଶମ୍ମ, ହରୋଦୀୟ ଇଲୀକା;
26 Helez the Paltite; Ira son of Ikkesh the Tekoite; ପଲ୍ଟୀୟ ହେଲସ୍‍, ତକୋୟୀୟ ଇକ୍‍କେଶର ପୁତ୍ର ଈରା;
27 Abiezer the Anathothite; Mebunnai the Hushathite; ଅନାଥୋତୀୟ ଅବୀୟେଷର, ହୂଶାତୀୟ ମବୁନ୍ନୟ;
28 Zalmon the Ahohite; Maharai the Netophathite; ଅହୋହୀୟ ସଲମୋନ୍‍, ନଟୋଫାତୀୟ ମହରୟ;
29 Heleb son of Baanah the Netophathite; Ittai son of Ribai from Gibeah of the Benjaminites; ନଟୋଫାତୀୟ ବାନାର ପୁତ୍ର ହେଲବ, ବିନ୍ୟାମୀନ୍ ବଂଶୀୟ ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ;
30 Benaiah the Pirathonite; Hiddai from the ravines of Gaash; ପିରୀୟାଥୋନୀୟ ବନାୟ, ଗାଶ୍‍-ନଦୀତୀର ନିବାସୀ ହିଦ୍ଦୟ;
31 Abi-albon the Arbathite; Azmaveth the Barhumite; ଅର୍ବତୀୟ ଅବିୟେଲ୍‍ବୋନ, ବରହୂମୀୟ ଅସ୍ମାବତ୍‍;
32 Eliahba the Shaalbonite; the sons of Jashen; Jonathan; ଶାଲ୍‍ବୋନୀୟ ଇଲୀୟହବା, ଯାଶେନ୍‍ର ପୁତ୍ରଗଣ, ଯୋନାଥନ;
33 Shammah the Hararite; Ahiam son of Sharar the Hararite; ହରାରୀୟ ଶମ୍ମ, ହରାରୀୟ ଶାରରର ପୁତ୍ର ଅହୀୟାମ;
34 Eliphelet son of Ahasbai the Maacathite; Eliam son of Ahithophel the Gilonite; ମାଖାଥୀୟର ପୌତ୍ର ଅହସ୍ବୟର ପୁତ୍ର ଇଲୀଫେଲଟ୍‍, ଗୀଲୋନୀୟ ଅହୀଥୋଫଲର ପୁତ୍ର ଇଲୀୟାମ;
35 Hezro the Carmelite; Paarai the Arbite; କର୍ମିଲୀୟ ହିଷ୍ରୟ, ଅର୍ବୀୟ ପାରୟ;
36 Igal son of Nathan of Zobah; Bani the Gadite; ସୋବା ନିବାସୀ ନାଥନର ପୁତ୍ର ଯିଗାଲ, ଗାଦୀୟ ବାନି;
37 Zelek the Ammonite; Naharai the Beerothite, the armor-bearer of Joab son of Zeruiah; ଅମ୍ମୋନୀୟ ସେଲକ୍‍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ;
38 Ira the Ithrite; Gareb the Ithrite; ଯିତ୍ରୀୟ ଈରା, ଯିତ୍ରୀୟ ଗାରେବ୍‍;
39 and Uriah the Hittite—thirty-seven in all. ହିତ୍ତୀୟ ଊରୀୟ; ସର୍ବସୁଦ୍ଧା ସଇଁତିରିଶ ଜଣ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]