Skip to content
The Believer's Library

Indian Revised Version(IRV) Odia - 2021

2 Samuel 3 IRVOry

Show IRVOry only
Verse × ×
1 The war between Saul's house and the house of David dragged on a long time. David grew steadily stronger, while Saul's house grew weaker and weaker. ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ।
2 Sons were born to David in Hebron. His firstborn was Amnon, whose mother was Ahinoam of Jezreel; ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍‍ଠାରୁ ଜାତ;
3 his second, Chileab, by Abigail, Nabal of Carmel's widow; the third, Absalom, son of Maacah, daughter of Talmai king of Geshur; ପୁଣି ଦ୍ୱିତୀୟ ପୁତ୍ର କିଲାବ୍‍, ସେ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲଠାରୁ ଜାତ, ପୁଣି ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର।
4 the fourth, Adonijah son of Haggith; the fifth, Shephatiah son of Abital; ପୁଣି ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; ପୁଣି ପଞ୍ଚମ ଶଫଟୀୟ, ସେ ଅବିଟଲର ପୁତ୍ର।
5 and the sixth, Ithream, by David's wife Eglah. These were David's sons born in Hebron. ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାର ପୁତ୍ର; ହିବ୍ରୋଣରେ ଦାଉଦଙ୍କର ଏହିସବୁ ପୁତ୍ର ଜାତ ହେଲେ।
6 During the war between the house of Saul and the house of David, Abner kept strengthening his position in Saul's house. ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଯୁଦ୍ଧ ଲାଗିଥିବା ବେଳେ ଅବ୍‍ନର ଶାଉଲ ବଂଶ ମଧ୍ୟରେ ଆପଣାକୁ ବଳବାନ କଲା।
7 Saul had a concubine named Rizpah, daughter of Aiah. Ish-bosheth said to Abner, "Why did you sleep with my father's concubine?" ମାତ୍ର ଶାଉଲଙ୍କର ଏକ ଉପପତ୍ନୀ ଥିଲା, ତାହାର ନାମ ରିସ୍ପା, ସେ ଅୟାର କନ୍ୟା; ପୁଣି ଈଶ୍‍ବୋଶତ ଅବ୍‍ନରକୁ କହିଲା, “ତୁମ୍ଭେ କାହିଁକି ମୋହର ପିତାଙ୍କ ଉପପତ୍ନୀ ସହିତ ସହବାସ କଲ?”
8 Abner, very angry at Ish-bosheth's words, said, "Am I a dog's head loyal to Judah? Today I keep showing loyalty to your father Saul's house, his brothers and friends, and haven't handed you to David. Yet now you charge me over this woman! ତେବେ ଅବ୍‍ନର ଈଶ୍‍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋʼ ଉପରେ ଆରୋପ କରୁଅଛ?
9 May our Father do the same to Abner, and more, if I do not do for David what our Father swore to him, ଶାଉଲ ବଂଶରୁ ରାଜ୍ୟ ଅନ୍ତର କରିବାକୁ ଓ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦା ଉପରେ ଦାଉଦଙ୍କର ସିଂହାସନ ସ୍ଥାପନ କରିବାକୁ,
10 to transfer the kingdom from Saul's house and set up David's throne over Israel and over Judah, from Dan to Beersheba." ସଦାପ୍ରଭୁ ଦାଉଦଙ୍କ ବିଷୟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ଯଦି ମୁଁ ତାଙ୍କ ପ୍ରତି ନ କରେ, ତେବେ ପରମେଶ୍ୱର ଅବ୍‍ନରକୁ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”
11 And Ish-bosheth could not say another word to Abner, because he was afraid of him. ତହିଁରେ ସେ ଅବ୍‍ନରକୁ ଗୋଟିଏ କଥା ଉତ୍ତର ଦେଇ ପାରିଲା ନାହିଁ, କାରଣ ସେ ତାହାକୁ ଭୟ କଲା।
12 Abner sent messengers to David on his behalf: "Whose is the land? Make your covenant with me, and my hand will be with you to bring all Israel over to you." ଏଉତ୍ତାରେ ଅବ୍‍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ବାର୍ତ୍ତାବହ ପଠାଇ କହିଲା, “ଏ ଦେଶ କାହାର?” ଆହୁରି କହିଲା, “ଆପଣ ମୋʼ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋʼ ହସ୍ତ ଆପଣଙ୍କର ସହାୟ ହେବ।”
13 David said, "Good; I'll make a covenant with you. But I require one thing: you won't see my face unless you first bring Michal, Saul's daughter, when you come." ଏଥିରେ ଦାଉଦ କହିଲେ, “ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋʼ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋʼ ମୁଖ ଦେଖି ପାରିବ ନାହିଁ।”
14 David sent messengers to Ish-bosheth, Saul's son: "Give me my wife Michal, whom I betrothed to me for one hundred Philistine foreskins." ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ନିକଟକୁ ବାର୍ତ୍ତାବହମାନଙ୍କୁ ପଠାଇ କହିଲେ, “ମୁଁ ପଲେଷ୍ଟୀୟମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ।”
15 So Ish-bosheth sent and took her from her husband, Paltiel son of Laish. ତହିଁରେ ଈଶ୍‍ବୋଶତ ଲୋକ ପଠାଇ ଲୟିଶର ପୁତ୍ର ପଲ୍ଟୀୟେଲ ନାମକ ତାହାର ସ୍ୱାମୀ ନିକଟରୁ ମୀଖଲକୁ ନେଲା।
16 Her husband went with her, weeping as he followed her to Bahurim. Then Abner told him, "Go back." So he returned. ଏଣୁ ତାହାର ସ୍ୱାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ନଗର ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା। ଏଥିରେ ଅବ୍‍ନର ତାହାକୁ କହିଲା, “ଯାଅ ଗୃହକୁ ଫେରିଯାଅ,” ତହୁଁ ସେ ଫେରିଗଲା।
17 Abner spoke with Israel's elders: "You've long wanted David as king over you. ଏଥିଉତ୍ତାରେ ଅବ୍‍ନର ଇସ୍ରାଏଲର ପ୍ରାଚୀନବର୍ଗ ସହିତ ଏରୂପ କଥାବାର୍ତ୍ତା କଲା, “ପୂର୍ବରେ ତୁମ୍ଭେମାନେ ଆପଣାମାନଙ୍କ ଉପରେ ରାଜା ହେବା ପାଇଁ ଦାଉଦଙ୍କୁ ଚାହିଁ ଥିଲ;
18 Now act, for our Father promised David: 'By my servant David's hand I will save my people Israel from the Philistines and all their enemies.'" ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ‘ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ୱାରା ଆପଣା ଇସ୍ରାଏଲ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା।’”
19 Abner also spoke to Benjamin, then went to Hebron to tell David all that Israel and the whole house of Benjamin had agreed to do. ଆଉ ଅବ୍‍ନର ବିନ୍ୟାମୀନ୍‍ର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନ୍‍ର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍‍ନର ସେହି ସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା।
20 When Abner came to David at Hebron with twenty men, David held a feast for Abner and his men. ଏରୂପେ ଅବ୍‍ନର ଆପଣା ସଙ୍ଗରେ କୋଡ଼ିଏ ଜଣକୁ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା। ତହିଁରେ ଦାଉଦ ଅବ୍‍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।
21 Abner told David, "Let me go gather all Israel to my lord the king, so they make a covenant with you and you reign over all your heart desires." So David sent Abner off, and he left in peace. ଏଉତ୍ତାରେ ଅବ୍‍ନର ଦାଉଦଙ୍କୁ କହିଲା, “ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତେ ରାଜତ୍ୱ କରିବେ।” ତହୁଁ ଦାଉଦ ଅବ୍‍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା।
22 Just then David's servants and Joab returned from a raid with much plunder. But Abner was not with David at Hebron, for David had sent him away, and he had gone in peace. ଏଉତ୍ତାରେ, ଦାଉଦଙ୍କର ସୈନ୍ୟଦଳ ଓ ଯୋୟାବ ପ୍ରଚୁର ଲୁଟିତ ଦ୍ରବ୍ୟ ସଙ୍ଗରେ ନେଇ ଆସିଲେ; ମାତ୍ର ଅବ୍‍ନର ହିବ୍ରୋଣରେ ଦାଉଦଙ୍କ ସଙ୍ଗରେ ନ ଥିଲା, କାରଣ ଦାଉଦ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଥିଲା।
23 When Joab and all his army arrived, he was told, "Abner son of Ner came to the king, who sent him off, and he left in peace." ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ କହିଲେ, “ନେର୍‍ର ପୁତ୍ର ଅବ୍‍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।”
24 So Joab went to the king: "What have you done? Abner came to you—why did you send him off, and now he's gone? ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, “ଆପଣ କଅଣ କଲେ? ଦେଖନ୍ତୁ, ଅବ୍‍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରିଦେଲେ, ସେ ତ ଗଲାଣି?
25 You know Abner son of Ner came to deceive you, to learn your movements and everything you're doing." ଆପଣ କʼଣ ଜାଣନ୍ତି ନାହିଁ, ନେର୍‍ର ପୁତ୍ର ଅବ୍‍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହି ସବୁ ଜାଣିବାକୁ ଆସିଥିଲା?”
26 When Joab left David, he sent messengers after Abner, who brought him back from the well of Sirah. But David knew nothing. ଏଉତ୍ତାରେ ଯୋୟାବ ଦାଉଦଙ୍କ ନିକଟରୁ ବାହାରି ଆସି ଅବ୍‍ନରର ପଛରେ ବାର୍ତ୍ତାବହ ପଠାନ୍ତେ, ସେମାନେ ସିରା କୂପ ନିକଟରୁ ତାହାକୁ ଫେରାଇ ଆଣିଲେ; ମାତ୍ର ଦାଉଦ ଏହା ଜାଣିଲେ ନାହିଁ।
27 When Abner returned to Hebron, Joab pulled him aside inside the gate as if to speak privately, and there stabbed him in the stomach. He died—for the blood of Joab's brother Asahel. ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।
28 Later, when David heard, he said, "I and my kingdom are forever innocent before our Father of the blood of Abner son of Ner. ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, “ନେର୍‍ର ପୁତ୍ର ଅବ୍‍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳ ନିର୍ଦ୍ଦୋଷ;
29 May it fall on Joab's head and all his father's house! May Joab's house never lack someone with a discharge or skin disease, who leans on a crutch, falls by the sword, or lacks food." ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଶୀଳ କି ଖଡ୍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ।”
30 So Joab and his brother Abishai killed Abner for killing their brother Asahel in the battle at Gibeon. ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍‍ନରକୁ ବଧ କଲେ; ଯେହେତୁ ସେ ଗିବୀୟୋନ୍‍ରେ ଯୁଦ୍ଧ ସମୟରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା।
31 David told Joab and all the people with him, "Tear your clothes, put on sackcloth, and mourn before Abner." King David walked behind the bier. ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍‍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।
32 They buried Abner in Hebron, and the king wept aloud at his grave, and all the people wept. ଆଉ ସେମାନେ ହିବ୍ରୋଣରେ ଅବ୍‍ନରକୁ କବର ଦେଲେ ଓ ରାଜା ରବ ଉଠାଇ ଅବ୍‍ନର-କବର ନିକଟରେ ରୋଦନ କଲେ ଓ ସମସ୍ତ ଲୋକ ମଧ୍ୟ ରୋଦନ କଲେ।
33 The king sang this lament for Abner: "Should Abner have died as a fool dies? ପୁଣି ରାଜା ଅବ୍‍ନର ପାଇଁ ବିଳାପ କରି କହିଲେ, “ଯେପରି ମୂଢ଼ ମରେ, ସେପରି କି ଅବ୍‍ନରକୁ ମରିବାକୁ ହେଲା?
34 Your hands were not bound, your feet not set in chains. You fell as one falls before the wicked." And all the people wept over him again. ତୁମ୍ଭ ହାତ ବନ୍ଧା ନ ଥିଲା, କି ବେଡ଼ିରେ ତୁମ୍ଭ ପାଦ ବନ୍ଧା ନ ଥିଲା; ଯେପରି ମନୁଷ୍ୟ ଅଧର୍ମୀ-ସନ୍ତାନମାନଙ୍କ ଆଗରେ ପଡ଼େ, ସେପରି ତୁମ୍ଭେ ପଡ଼ିଲ।” ଏଥିରେ ସମସ୍ତ ଲୋକ ପୁନର୍ବାର ତାହା ପାଇଁ ରୋଦନ କଲେ।
35 Then all the people came to urge David to eat something while it was still day, but David swore: "May our Father do so to me, and worse, if I taste bread or anything else before sunset!" ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଭୋଜନ କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, “ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୁଟି କି ଆଉ କିଛି ସ୍ପର୍ଶ କରେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”
36 All the people noticed and were pleased; everything the king did pleased all the people. ତହିଁରେ ସମସ୍ତ ଲୋକ ବୁଝିଲେ ଓ ତାହା ସେମାନଙ୍କ ଦୃଷ୍ଟିରେ ଭଲ ଦେଖାଗଲା; ରାଜା ମଧ୍ୟ ଯାହା ଯାହା କଲେ, ତାହାସବୁ ସମସ୍ତ ଲୋକଙ୍କ ଦୃଷ୍ଟିରେ ଭଲ ଥିଲା।
37 So that day all the people and all Israel knew the king had not willed the death of Abner son of Ner. ଏହିରୂପେ ନେର୍‍ର ପୁତ୍ର ଅବ୍‍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ।
38 The king told his servants, "Don't you know a prince and a great man has fallen today in Israel? ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ?
39 Today, though the anointed king, I am weak, and these men, Zeruiah's sons, are too hard for me. May our Father repay the one who does evil for his evil." ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍‍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]