Skip to content
The Believer's Library

Indian Revised Version(IRV) Odia - 2021

2 Samuel 4 IRVOry

Show IRVOry only
Verse × ×
1 When Saul's son Ish-bosheth heard Abner had died in Hebron, he lost his courage, and all Israel was shaken. ଆଉ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍‍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ନିରାଶ ହେଲେ।
2 Saul's son had two raiding-band leaders: Baanah and Rechab, sons of Rimmon the Beerothite, of Benjamin—for Beeroth too is counted part of Benjamin, ପୁଣି ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ; ଏମାନେ ବିନ୍ୟାମୀନ୍-ବଂଶଜାତ ବେରୋତୀୟ ରିମ୍ମୋନ୍‍ର ପୁତ୍ର। (କାରଣ ବେରୋତ ମଧ୍ୟ ବିନ୍ୟାମୀନ୍‍ର ଅଧିକାରରେ ଗଣିତ;
3 for the Beerothites had fled to Gittaim and have lived there as foreigners to this day. ମାତ୍ର ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେହି ସ୍ଥାନରେ ଆଜି ପର୍ଯ୍ୟନ୍ତ ବାସ କରୁଅଛନ୍ତି।)
4 Jonathan, Saul's son, had a boy lame in both feet. He was five when news of Saul and Jonathan came from Jezreel; his nurse grabbed him to flee, but as she rushed he fell and was crippled. His name was Mephibosheth. ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଗୋଟିଏ ପୁତ୍ର ଥିଲା, ତାହାର ଦୁଇ ପାଦ ଛୋଟା। ଯିଷ୍ରିୟେଲରୁ ଶାଉଲ ଓ ଯୋନାଥନ ବିଷୟକ ସମ୍ବାଦ ଆସିବା ବେଳେ ତାହାକୁ ପାଞ୍ଚ ବର୍ଷ ହୋଇଥିଲା, ପୁଣି ତାହାର ସେବିକା ତାହାକୁ ନେଇ ପଳାଇଲା; ମାତ୍ର ପଳାଇବା ପାଇଁ ଚଞ୍ଚଳ ହେବାରୁ ପିଲା ପଡ଼ିଯାଇ ଛୋଟା ହେଲା। ତାହାର ନାମ ମଫୀବୋଶତ୍‍।
5 Rechab and Baanah, sons of Rimmon the Beerothite, came to Ish-bosheth's house in the heat of the day, while he took his noon rest. ଏଥିଉତ୍ତାରେ ଈଶ୍‍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ।
6 They went into the middle of the house as if to get wheat, stabbed him in the belly, and Rechab and his brother Baanah escaped. ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇଗଲେ।
7 They had entered the house while Ish-bosheth lay on his bed in his bedroom. They struck him down, killed him, cut off his head, and took it, traveling all night by way of the Arabah. (ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରବା ନାମକ ଅର୍ଥାତ୍‍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ।
8 They brought Ish-bosheth's head to David at Hebron and told the king, "Here is the head of Ish-bosheth son of Saul, your enemy who sought your life. Today our Father has avenged my lord the king on Saul and his offspring." ଏଉତ୍ତାରେ ସେମାନେ ଈଶ୍‍ବୋଶତର ମସ୍ତକ ହିବ୍ରୋଣରେ ଦାଉଦଙ୍କ କତିକି ଆଣିଲେ ଓ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆପଣଙ୍କ ପ୍ରାଣ ଅନ୍ୱେଷଣକାରୀ ଶତ୍ରୁ ଯେ ଶାଉଲ, ତାଙ୍କର ପୁତ୍ର ଈଶ୍‍ବୋଶତର ମସ୍ତକ ଏହି; ସଦାପ୍ରଭୁ ଆଜି ଆମ ପ୍ରଭୁ ମହାରାଜାଙ୍କ ପକ୍ଷରେ ଶାଉଲ ଓ ତାଙ୍କର ବଂଶଠାରୁ ପରିଶୋଧ ନେଇଅଛନ୍ତି।”
9 But David answered Rechab and his brother Baanah, sons of Rimmon the Beerothite: "As surely as our Father lives, who has redeemed my life from every distress, ମାତ୍ର ଦାଉଦ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବକୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, “ଯେ ସମୁଦାୟ କ୍ଳେଶରୁ ମୋʼ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି,
10 when a man told me, 'Look, Saul is dead,' thinking he brought good news, I seized and killed him at Ziklag. That was the reward I gave him for his news! ଯେତେବେଳେ ଜଣେ ଆପଣାକୁ ଶୁଭ ବାର୍ତ୍ତାବାହକ ମନେ କରି ମୋତେ କହିଲା, ‘ଦେଖନ୍ତୁ, ଶାଉଲ ମରିଅଛି,’ ସେତେବେଳେ ମୁଁ ତହିଁର ପୁରସ୍କାର ଦେବା ନିମନ୍ତେ ତାହାକୁ ଧରି ସିକ୍ଲଗ୍‍ଠାରେ ବଧ କଲି।
11 How much more when wicked men kill a righteous man in his own house, on his own bed—should I not now demand his blood from you and remove you from the earth? ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି?”
12 David ordered his young men, and they killed them, cut off their hands and feet, and hung the bodies by the pool in Hebron. But Ish-bosheth's head they buried in Abner's tomb at Hebron." ତହିଁରେ ଦାଉଦ ଆପଣା ଯୁବାମାନଙ୍କୁ ଆଜ୍ଞା ଦିଅନ୍ତେ, ସେମାନେ ସେମାନଙ୍କୁ ବଧ କଲେ, ଆଉ ସେମାନଙ୍କର ହସ୍ତ ଓ ପାଦ ଛେଦନ କରି ହିବ୍ରୋଣର ପୁଷ୍କରିଣୀ ନିକଟରେ ଟଙ୍ଗାଇ ଦେଲେ। ମାତ୍ର ସେମାନେ ଈଶ୍‍ବୋଶତର ମସ୍ତକ ନେଇ ହିବ୍ରୋଣରେ ଅବ୍‍ନର-କବରରେ କବର ଦେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]