Skip to content
The Believer's Library

Indian Revised Version(IRV) Odia - 2021

2 Samuel 5 IRVOry

Show IRVOry only
Verse × ×
1 All the tribes of Israel came to David at Hebron and said, "We are your own flesh and blood. ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।
2 Before, when Saul was our king, you led Israel out and brought them home. And our Father told you, 'You will shepherd my people Israel and be ruler over Israel.'" ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”
3 All Israel's elders came to the king at Hebron, where King David made a covenant with them before our Father, and they anointed David king over Israel. ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
4 David was thirty years old when he became king, and he reigned forty years. ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ୱ କଲେ।
5 In Hebron he reigned over Judah seven years and six months, and in Jerusalem thirty-three years over all Israel and Judah. ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।
6 Then the king and his men marched on Jerusalem against the Jebusites living there. They taunted David, "You'll never get in here; even the blind and lame can turn you back"—thinking, "David can't get in here." ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ, ତହିଁରେ ଦାଉଦ ଏହି ସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏହି ସ୍ଥାନକୁ ଆସିପାରିବ ନାହିଁ।”
7 Nevertheless David captured the stronghold of Zion, that is, the city of David. ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼କୁ ଅଧିକାର କଲେ; ଯାହା ଦାଉଦ-ନଗର ହେଲା।
8 That day David said, "Whoever strikes down a Jebusite must reach the water shaft to strike the lame and blind, hated by David's soul." So they say, "The blind and lame won't enter the house." ପୁଣି ଦାଉଦ ସେହି ଦିନ କହିଲେ, “ଯେକେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳ ପ୍ରଣାଳୀକୁ ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ‘ଛୋଟା ଓ ଅନ୍ଧମାନଙ୍କୁ’ ବଧ କରୁ।” ଏହେତୁ ଲୋକେ କହନ୍ତି, “ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ସଦାପ୍ରଭୁଙ୍କ ଗୃହ ଭିତରକୁ ଆସିପାରିବ ନାହିଁ।”
9 David settled in the stronghold and named it the City of David. He built up the area all around, from the Millo inward. ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
10 And David grew greater and greater, for our Father, the God of heaven's armies, was with him. ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ।
11 Hiram king of Tyre sent David messengers, cedar logs, carpenters, and stonemasons, and they built David a house. ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।
12 David knew our Father had established him as king over Israel and had exalted David's kingdom for the sake of our Father's people Israel. ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ।
13 After leaving Hebron, David took more concubines and wives from Jerusalem, and more sons and daughters were born to him. ଏଥିଉତ୍ତାରେ ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପତ୍ନୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।
14 These are the names of the children born to him in Jerusalem: Shammua, Shobab, Nathan, and Solomon, ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା:- ଶମ୍ମୂୟ ଓ ଶୋବବ୍‍ ଓ ନାଥନ ଓ ଶଲୋମନ
15 Ibhar, Elishua, Nepheg, Japhia, ଓ ୟିଭର ଓ ଇଲୀଶୂୟ ଓ ନେଫଗ୍‍ ଓ ଯାଫୀୟ
16 Elishama, Eliada, and Eliphelet. ଓ ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍‍।
17 When the Philistines heard David had been anointed king over Israel, they all marched up to look for him. But David heard of it and went down to the stronghold. ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ।
18 Now the Philistines had come and spread out across the Valley of Rephaim. ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ
19 David asked our Father, "Should I attack the Philistines? Will you hand them over to me?" And our Father answered David, "Go ahead—I will surely hand the Philistines over to you." ଏଥିରେ ଦାଉଦ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ମାଗି କହିଲେ, “ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କି ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
20 So David went to Baal-perazim and defeated them there. He said, "Our Father has burst through my enemies before me like a bursting flood." So he named that place Baal-perazim. ତହୁଁ ଦାଉଦ ବାଲ୍‍-ପରାସୀମ୍‍କୁ ଆସିଲେ ଓ ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ପୁଣି ସେ କହିଲେ, “ସଦାପ୍ରଭୁ ମୋʼ ସମ୍ମୁଖରେ ମୋʼ ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେ ସେହି ସ୍ଥାନର ନାମ ବାଲ୍‍-ପରାସୀମ୍‍ (ଭଗ୍ନ ସ୍ଥାନ) ରଖିଲେ।
21 The Philistines abandoned their idols there, and David and his men carried them off. ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେହି ସବୁ ଦଗ୍ଧ କଲେ।
22 Once more the Philistines came up and spread out across the Valley of Rephaim. ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ଆସି ରଫାୟୀମ ତଳଭୂମିରେ ବିସ୍ତାର (ବିଶ୍ରାମ ନେଲେ) ହେଲେ।
23 When David asked our Father, he answered, "Don't go straight up. Circle behind them and attack them opposite the balsam trees. ତହିଁରେ ଦାଉଦ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗନ୍ତେ, ସେ କହିଲେ, “ତୁମ୍ଭେ ଉଠି ଉଠିଯାଅ ନାହିଁ; ସେମାନଙ୍କ ପଶ୍ଚାତ୍‍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।
24 As soon as you hear marching in the tops of the balsam trees, move fast, for then your Father will have gone out ahead of you to strike down the Philistine camp." ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”
25 So David did exactly as our Father had commanded, striking down the Philistines from Geba to Gezer. ତହିଁରେ ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେପରି କଲେ ଓ ଗେବାଠାରୁ ଗେଷର ନିକଟ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]