Skip to content
The Believer's Library

Indian Revised Version(IRV) Odia - 2021

2 Samuel 7 IRVOry

Show IRVOry only
Verse × ×
1 When the king had settled in his house, and our Father had given him rest from all his surrounding enemies, ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ
2 the king told Nathan the prophet, "Look now, I live in a house of cedar, but our Father's ark stays in a tent." ରାଜା ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।”
3 Nathan told the king, "Go, do all that's in your heart, for our Father is with you." ତହିଁରେ ନାଥନ ରାଜାଙ୍କୁ କହିଲେ, “ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି।”
4 But that same night the word of our Father came to Nathan: ଏଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
5 "Go tell my servant David: This is what your Father says: 'Are you the one to build me a house to live in? “ଯାଅ, ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ?
6 I have not lived in a house since I brought Israel up from Egypt until now, but have moved from place to place with a tent for my dwelling.' ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ବୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ।
7 Wherever I moved with all Israel, did I ever say a word to any leader I commanded to shepherd my people, 'Why haven't you built me a house of cedar?' ଆମ୍ଭେ ସମୁଦାୟ ଇସ୍ରାଏଲ ସନ୍ତାନ ସହିତ ଯେଉଁସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକ ଇସ୍ରାଏଲକୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା ଦେଇଥିଲୁ, ଇସ୍ରାଏଲର ଏପରି କୌଣସି ବଂଶକୁ, ତୁମ୍ଭେମାନେ କାହିଁକି ଆମ୍ଭ ନିମନ୍ତେ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କି ଆମ୍ଭେ କହିଅଛୁ?’
8 Now tell my servant David: This is what the Father of heaven's armies says: 'I took you from the pasture, from following the flock, to rule my people Israel. ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ;
9 I was with you wherever you went, and cut off all your enemies before you. I will make your name great, like the greatest on earth. ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାନ ଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ମହାନାମ କରିବା।
10 I will provide a place for my people Israel and plant them there to live undisturbed in their own place. Violent men will no longer oppress them as before, ପୁଣି ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା, ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଶାସିତ ହେବେ ନାହିଁ;
11 from when I appointed judges over my people Israel. I will give you rest from all your enemies. Your Father also declares to you that he himself will make you a house. କିଅବା ଯେପରି ପୂର୍ବକାଳରେ ଓ ଯେଉଁ ସମୟାବଧି ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ କ୍ଳେଶ ଦେବେ ନାହିଁ; ପୁଣି ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଠାରୁ ତୁମ୍ଭକୁ ବିଶ୍ରାମ ଦେବା। ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ କହନ୍ତି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।
12 When your days end and you rest with your ancestors, I will raise up your offspring after you, who comes from your own body, and I will establish his kingdom. ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।
13 He will build a house for my name, and I will establish his kingdom's throne forever. ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା।
14 I will be his Father, and he will be my son. When he sins, I will discipline him with a human rod, with blows human hands deal, ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ଡରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା।
15 but my covenant love will not leave him, as I removed it from Saul, whom I removed from before you. ମାତ୍ର ତୁମ୍ଭ ସମ୍ମୁଖରୁ ଦୂରୀକୃତ ଶାଉଲଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଆମ୍ଭର ଦୟା ଦୂର ହେବ ନାହିଁ।
16 Your house and your kingdom will endure forever before me; your throne will be established forever.'" ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ୱ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ସ୍ଥିରୀକୃତ ହେବ; ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”
17 Nathan reported to David all these words and this entire vision. ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ସମ୍ବନ୍ଧରେ କଥା କହିଲେ।
18 Then King David went in and sat before our Father, and said: "Who am I, Sovereign Father, and what is my house, that you brought me this far? ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ କିଏ ଓ ମୋର ବଂଶ ବା କଅଣ ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ?
19 As if this were a small thing in your eyes, Sovereign Father, you have also spoken of your servant's house far into the future. Is this your way with all humanity, Sovereign Father? ତଥାପି, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୋ ସଦାପ୍ରଭୋ, ଏହା କʼଣ ମନୁଷ୍ୟର ବ୍ୟବସ୍ଥା?
20 What more can David say to you? For you know your servant, O Sovereign Father. ଏଣୁ ଦାଉଦ ତୁମ୍ଭକୁ ଆଉ କଅଣ କହିପାରେ? କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସକୁ ଜାଣୁଅଛ।
21 For your word's sake and your own heart, you have done all this greatness, making it known to your servant. ତୁମ୍ଭେ ନିଜ ବାକ୍ୟ ସକାଶୁ ଓ ନିଜ ଇଚ୍ଛାନୁସାରେ ଏହିସବୁ ମହାନ କାର୍ଯ୍ୟ କରି ଆପଣା ଦାସକୁ ଜଣାଇଅଛ।
22 So you are great, Sovereign Father. There is none like you, and no God but you, from all we have heard with our own ears. ଏହେତୁ ହେ ସଦାପ୍ରଭୋ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।
23 Who is like your people Israel, the one nation on earth our Father went out to redeem as a people for himself, making a name for himself, doing for you great and awesome things—driving out nations and their gods before your people, whom you redeemed for yourself from Egypt? ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।
24 You made your people Israel your own forever, and you, our Father, became their Father. ପୁଣି ତୁମ୍ଭେ ଅନନ୍ତକାଳଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।
25 And now, our Father, keep forever the word you spoke about your servant and his house, and do as you promised.' ଏବେ ହେ ସଦାପ୍ରଭୋ, ପରମେଶ୍ୱର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନନ୍ତକାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର।
26 Your name will be great forever, and people will say, 'The Father of heaven's armies is God over Israel.' The house of your servant David will stand firm before you. ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ଏହି କଥା ଦ୍ୱାରା ତୁମ୍ଭ ନାମ ଅନନ୍ତକାଳ ମହତ୍ ହେଉ।
27 For you, Father of heaven's armies, God of Israel, revealed this to your servant: 'I will build you a house.' So your servant found courage to pray this prayer to you. କାରଣ ହେ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ମୁଁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବି ବୋଲି ତୁମ୍ଭେ ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବା ପାଇଁ ତୁମ୍ଭର ଦାସ ସାହସ ପାଇଲା।
28 And now, Sovereign Father, you are God, your words are true, and you promised this good thing to your servant. ଆଉ ଏବେ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ପରମେଶ୍ୱର ଓ ତୁମ୍ଭର ବାକ୍ୟ ସତ୍ୟ, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ;
29 So now, please bless your servant's house, that it may last forever before you. For you, Sovereign Father, have spoken, and with your blessing your servant's house will be blessed forever." ଏହେତୁ ଯେପରି ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ବିଦ୍ୟମାନ ରହିବ, ଏଥିପାଇଁ ଅନୁଗ୍ରହ କରି ତାକୁ ଆଶୀର୍ବାଦ କର; କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପେ ଏହା କହିଅଛ; ଏଣୁ ତୁମ୍ଭ ଦାସର ବଂଶ ତୁମ୍ଭ ଆଶୀର୍ବାଦରେ ଅନନ୍ତକାଳ ଆଶୀର୍ବାଦଯୁକ୍ତ ହେଉ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]