Skip to content
The Believer's Library

Indian Revised Version(IRV) Odia - 2021

2 Samuel 8 IRVOry

Show IRVOry only
Verse × ×
1 After this, David defeated the Philistines and subdued them, and he took Metheg-ammah from the Philistines. ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍‍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।
2 He also defeated Moab. He made them lie on the ground and measured them with a cord: two lengths to die, one full length to live. So Moab became David's servants and brought tribute. ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।
3 David also defeated Hadadezer son of Rehob, king of Zobah, as he went to restore his control at the Euphrates River. ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍‍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।
4 David captured from him 1,700 horsemen and 20,000 foot soldiers, and hamstrung all the chariot horses, keeping enough for one hundred chariots. ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ।
5 When Aram of Damascus came to help Hadadezer king of Zobah, David killed 22,000 Arameans. ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।
6 David set garrisons in Aram of Damascus, and the Arameans became his servants, bringing tribute. Our Father gave David victory wherever he went. ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
7 David took the gold shields that belonged to the servants of Hadadezer and brought them to Jerusalem. ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।
8 And from Betah and Berothai, cities of Hadadezer, King David took a great quantity of bronze. ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ।
9 When Toi king of Hamath heard that David had defeated the entire army of Hadadezer, ଏଥିଉତ୍ତାରେ ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ,
10 he sent his son Joram to King David to greet and congratulate him for fighting and defeating Hadadezer, who had been at war with Toi. Joram brought items of silver, gold, and bronze. ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମ୍‍କୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା। ପୁଣି ଯୋରାମ୍‍ ଆପଣା ସଙ୍ଗେ ରୂପା, ସୁନା, ଓ ପିତ୍ତଳର ପାତ୍ର ନେଇ ଆସିଥିଲା।
11 King David dedicated these also to our Father with the silver and gold he had dedicated from all the nations he subdued, ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ,
12 from Aram, Moab, the Ammonites, the Philistines, Amalek, and the plunder of Hadadezer son of Rehob, king of Zobah. ଅର୍ଥାତ୍‍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।
13 David made a name for himself returning from striking down 18,000 Edomites in the Valley of Salt. ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରିଆସି ବଡ଼ ନାମ ପାଇଲେ।
14 He put garrisons throughout Edom—in all Edom he placed garrisons—and all the Edomites became servants to David. Our Father gave David victory wherever he went. ପୁଣି ସେ ଇଦୋମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀ-ଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
15 So David reigned over all Israel, administering justice and righteousness for all his people. ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ।
16 Joab son of Zeruiah commanded the army; Jehoshaphat son of Ahilud was the court recorder; ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା;
17 Zadok son of Ahitub and Ahimelech son of Abiathar were priests; Seraiah was the court secretary; ପୁଣି ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ସରାୟ ଲେଖକ ଥିଲା;
18 Benaiah son of Jehoiada commanded the Kerethites and the Pelethites; and David's sons were priests. ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ରାଜକୀୟ ଉପଦେଷ୍ଟା ଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]