Skip to content
The Believer's Library

Indian Revised Version(IRV) Odia - 2021

2 Samuel 9 IRVOry

Show IRVOry only
Verse × ×
1 David asked, "Is anyone left of Saul's family I can show kindness to, for Jonathan's sake?" ଏଥିଉତ୍ତାରେ ଦାଉଦ ପଚାରିଲେ, “ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି?”
2 Saul's household had a servant named Ziba, summoned to David. "Are you Ziba?" the king asked. "At your service," he replied. ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, “ତୁମ୍ଭେ କି ସୀବଃ?” ତହୁଁ ସେ କହିଲା, “ଆପଣଙ୍କ ଦାସ ସେହି।”
3 The king asked, "Is no one left of Saul's house to whom I can show the kindness of our Father?" Ziba answered the king, "There is still a son of Jonathan; he is crippled in both feet." ତହିଁରେ ରାଜା ପଚାରିଲେ, “ମୁଁ ଯାହା ପ୍ରତି ପରମେଶ୍ୱରଙ୍କ ଦୟା ପ୍ରକାଶ କରିପାରେ, ଏପରି କେହି କି ଏବେ ଶାଉଲଙ୍କ ବଂଶରେ ଅଛି?” ଏଥିରେ ସୀବଃ ରାଜାଙ୍କୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ଅଛି, ତାହାର ପାଦ ଛୋଟା।”
4 "Where is he?" the king asked. Ziba answered, "In the house of Machir son of Ammiel, in Lo-debar." ତହୁଁ ରାଜା ତାହାକୁ ପଚାରିଲେ, “ସେ କେଉଁଠାରେ ଅଛି?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି।”
5 So King David sent and had him brought from Machir son of Ammiel's house in Lo-debar. ତେବେ ଦାଉଦ ରାଜା ଲୋ-ଦବାରକୁ ଲୋକ ପଠାଇ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରୁ ତାହାକୁ ଅଣାଇଲେ।
6 When Mephibosheth son of Jonathan, son of Saul, came to David, he fell facedown and bowed low. David said, "Mephibosheth!" "Your servant," he replied. ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍‍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।”
7 "Don't be afraid," David said to him, "for I'll surely show you kindness for your father Jonathan's sake. I'll give back all your grandfather Saul's land, and you'll always eat at my table." ତହିଁରେ ଦାଉଦ ତାହାକୁ କହିଲେ, “ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ।”
8 Mephibosheth bowed and said, "What is your servant, that you'd notice a dead dog like me?" ତେଣୁ ସେ ପ୍ରଣାମ କରି କହିଲା, “ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ?”
9 Then the king summoned Ziba, Saul's servant: "I have given your master's grandson everything that belonged to Saul and all his household. ତେବେ ରାଜା ଶାଉଲଙ୍କର ଦାସ ସୀବଃକୁ ଡାକି କହିଲେ, “ମୁଁ ତୁମ୍ଭ କର୍ତ୍ତାର ପୁତ୍ରକୁ ଶାଉଲଙ୍କର ଓ ତାଙ୍କ ବଂଶର ସର୍ବସ୍ୱ ଦେଲି।
10 You, your sons, and your servants are to farm the land for him and bring in the harvest, so your master's grandson has food to eat. But Mephibosheth, your master's grandson, will always eat at my table." Ziba had fifteen sons and twenty servants. ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତହିଁର ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍‍ ନିତ୍ୟ ମୋହର ମେଜରେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ।
11 Ziba told the king, "I will do all my lord the king commands." So Mephibosheth ate at David's table like one of the king's sons. ତେବେ ସୀବଃ ରାଜାଙ୍କୁ କହିଲା, “ଆମ୍ଭ ପ୍ରଭୁ ମହାରାଜ ଆପଣା ଦାସକୁ ଯେଉଁସବୁ ଆଜ୍ଞା ଦେଉଅଛନ୍ତି, ତଦନୁସାରେ ଆପଣଙ୍କ ଦାସ କରିବ।” ମଫୀବୋଶତ୍‍ ବିଷୟରେ ରାଜା କହିଲେ, “ସେ ଏକ ରାଜପୁତ୍ର ପରି ଆମ୍ଭ ମେଜରେ ଭୋଜନ କରିବ।”
12 Mephibosheth had a young son named Mica, and everyone in Ziba's household served Mephibosheth. ସେହି ମଫୀବୋଶତ୍‍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀକା। ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍‍ର ଦାସ ହେଲେ।
13 Mephibosheth lived in Jerusalem, because he always ate at the king's table; and he was lame in both feet. ଏହିରୂପେ, ମଫୀବୋଶତ୍‍ ଯିରୂଶାଲମରେ ବାସ କଲା; ସେ ନିତ୍ୟ ରାଜମେଜରେ ଭୋଜନ କଲା; ଯଦିଓ ତାହାର ଦୁଇ ପାଦ ଛୋଟା ଥିଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]