Skip to content
The Believer's Library

Indian Revised Version(IRV) Odia - 2021

2 Timothy 2 IRVOry

Show IRVOry only
Verse × ×
1 So then, my child, draw your strength from the grace that is in Christ Jesus. ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,
2 And what you heard from me in the presence of many witnesses, entrust to faithful people able to teach others too. ଆଉ ଅନେକ ସାକ୍ଷୀମାନଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର।
3 Take your share of suffering like a good soldier of Christ Jesus. ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ଯୋଦ୍ଧା ପରି ମୋ ସହିତ କ୍ଲେଶ ସହ୍ୟ କର।
4 No soldier on duty gets tangled in civilian affairs—he wants to please the one who enlisted him. କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରିପାରେ।
5 And an athlete is not crowned unless he competes according to the rules. ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ।
6 The hard-working farmer ought to be the first to receive a share of the crops. ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ।
7 Think over what I am saying, for the Lord will give you understanding in everything. ମୁଁ ଯାହା କହୁଅଛି, ତାହା ଚିନ୍ତା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ।
8 Remember Jesus Christ, risen from the dead, a descendant of David, as told in my gospel, ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର।
9 for which I suffer, chained like a criminal. But the word of our Father is not chained! ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ।
10 So I endure everything for the sake of the chosen, so they too may gain the salvation in Christ Jesus, with eternal glory. ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।
11 This saying is trustworthy: If we have died with him, we will also live with him; ଏହି ବାକ୍ୟ ବିଶ୍ୱାସଯୋଗ୍ୟ, ଯଦି ତାହାଙ୍କ ସହିତ ମରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା;
12 if we endure, we will also reign with him; if we disown him, he also will disown us; ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;
13 if we are faithless, he remains faithful, for he cannot disown himself. ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରିପାରନ୍ତି ନାହିଁ।
14 Remind them of these things, and warn them before our Father not to quarrel over words—useless, and ruins those who listen. ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ।
15 Do your best to present yourself to our Father approved, a worker unashamed, rightly handling the word of truth. ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।
16 But avoid empty, godless chatter; it leads people further into wickedness, କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ,
17 and their talk will spread like gangrene. Among them are Hymenaeus and Philetus, ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ; ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ;
18 who wandered away from the truth, claiming the resurrection already happened, and are undermining some people's faith. ସେମାନେ ପୁନରୁତ୍ଥାନ ହୋଇଗଲାଣି ବୋଲି କହି ସତ୍ୟଭ୍ରଷ୍ଟ ହୋଇଅଛନ୍ତି, ପୁଣି, କେତେକଙ୍କର ବିଶ୍ୱାସ ଓଲଟାଇ ପକାଉଅଛନ୍ତି।
19 Yet our Father's firm foundation stands, sealed: "He knows those who are his," and "Let all who name his name turn from evil." ତଥାପି ଈଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।
20 In a large house there are vessels not only of gold and silver, but also of wood and clay—some for honor, some for dishonor. ଗୋଟିଏ ବଡ଼ ଘରେ ଯେ କେବଳ ସୁନା ଓ ରୂପାର ପାତ୍ର ଥାଏ, ତାହା ନୁହେଁ, ମାତ୍ର କାଠ ଓ ମାଟିର ପାତ୍ର ମଧ୍ୟ ଥାଏ; କେତେକ ସମାଦର ଓ କେତେକ ଅନାଦର ନିମନ୍ତେ ଥାଏ।
21 So if anyone purifies himself from these, he becomes a vessel of honor: holy, useful to the Master, ready for every good work. ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ଶୁଚି ରଖେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ।
22 Flee youthful cravings; pursue righteousness, faith, love, and peace with those who call on the Lord from a pure heart. କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।
23 Have nothing to do with foolish, ignorant controversies; you know they breed quarrels. ଅଜ୍ଞାନୀ ଓ ମୂର୍ଖମାନଙ୍କର ଯୁକ୍ତିତର୍କ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହିସବୁ ଅଗ୍ରାହ୍ୟ କର।
24 The Lord's servant must not be quarrelsome, but be gentle to all, able to teach, patient when wronged. ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ;
25 Gently correcting those who oppose him. Perhaps our Father will grant them repentance to know the truth, ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ,
26 and they may sober up, escaping the devil's trap where he has held them captive to do his will. ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]