Skip to content
The Believer's Library

Indian Revised Version(IRV) Odia - 2021

2 Timothy 3 IRVOry

Show IRVOry only
Verse × ×
1 But understand this: in the last days there will come times of difficulty. କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ;
2 For people will be self-lovers, money-lovers, boastful, arrogant, abusive, disobedient to parents, ungrateful, unholy. କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଙ୍କାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,
3 Heartless, unforgiving, slanderous, without self-control, brutal, hating what is good, ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ,
4 treacherous, reckless, swollen with conceit, lovers of pleasure rather than lovers of our Father. ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ବରପ୍ରିୟ ନ ହୋଇ ବରଂ ବିଳାସ-ପ୍ରିୟ ହେବେ;
5 They keep the shape of devotion to God but deny its power—turn from them. ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ।
6 For among these are those who slip into homes and trap weak women weighed down with sins, driven by various desires. କାରଣ ଏମାନଙ୍କ ମଧ୍ୟରେ ଏପରି ଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି;
7 Always learning but never able to come to a knowledge of the truth. ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ।
8 As Jannes and Jambres opposed Moses, these also oppose the truth—minds corrupted, disqualified regarding the faith. ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି।
9 But they won't get far, for their foolishness will be clear to all, as with those two men. କିନ୍ତୁ ସେମାନେ ଆଉ ଅଧିକ ଆଗକୁ ଯିବେ ନାହିଁ; କାରଣ ସେହି ଦୁଇ ଜଣଙ୍କର ମୂର୍ଖତା ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ଜଣାପଡ଼ିବ।
10 You, however, have followed my teaching, conduct, purpose, faith, patience, love, endurance, କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର-ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୈର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ।
11 my persecutions and suffering—at Antioch, at Iconium, at Lystra, what persecutions I endured! Yet the Lord rescued me from them all. ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରା ସହରମାନଙ୍କରେ ମୋʼ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ।
12 Indeed, all who desire to live a godly life in Christ Jesus will be persecuted, ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧାର୍ମିକ ଜୀବନଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।
13 while evil people and impostors will go on from bad to worse, deceiving and being deceived. କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।
14 But you—stay with what you learned and became convinced of, knowing from whom you learned it, କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ;
15 and that from infancy you have known the sacred writings, able to make you wise for salvation through faith in Christ Jesus. ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।
16 All Scripture is breathed out by our Father—useful for teaching, exposing wrong, correcting, and training in right living, ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,
17 so that the person of our Father may be complete, equipped for every good work. ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]