Skip to content
The Believer's Library

Indian Revised Version(IRV) Odia - 2021

2 Timothy 4 IRVOry

Show IRVOry only
Verse × ×
1 I solemnly charge you before our Father and Christ Jesus, who will judge the living and the dead, by his appearing and his kingdom: ମୁଁ ଈଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,
2 Preach the word; stand ready in season and out; correct, rebuke, and encourage, with complete patience and teaching. ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।
3 For a time will come when they won't tolerate sound teaching, but will pile up teachers to fit their own desires, since their ears itch, କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
4 and will turn their ears away from the truth and wander off into myths. ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ।
5 But you: stay clear-headed in everything, endure hardship, do an evangelist's work, fulfill your service. କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର, କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର।
6 For I am already being poured out like a drink offering; my time to depart has come. କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।
7 I have fought the good fight, I have finished the race, I have kept the faith. ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;
8 Now a crown of righteousness awaits me, which the Lord, the righteous judge, will give me on that day—not only to me but to all who have loved his appearing. ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
9 Do your best to come to me soon. ଶୀଘ୍ର ମୋ ନିକଟକୁ ଆସିବାକୁ ଚେଷ୍ଟା କର;
10 Demas loved this present world, abandoned me, went to Thessalonica. Crescens went to Galatia, Titus to Dalmatia. କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀ ସହରକୁ ଯାଇଅଛି କ୍ରେସ୍‌କେନସ୍ ଗାଲାତୀୟ ଅଞ୍ଚଳକୁ ଓ ତୀତସ ଦଲ୍ମତିଆ ଅଞ୍ଚଳକୁ ଯାଇଅଛନ୍ତି।
11 Only Luke is with me. Pick up Mark and bring him with you—he's useful to me for service. କେବଳ ଲୂକ ମୋ ସହିତ ଅଛନ୍ତି। ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ।
12 I have sent Tychicus to Ephesus. ତୁଖିକଙ୍କୁ ମୁଁ ଏଫିସକୁ ପଠାଇଅଛି।
13 When you come, bring the coat I left with Carpus at Troas, and the scrolls, especially the parchments. ତ୍ରୋୟା ସହରରେ କାର୍ପଙ୍କ ପାଖରେ ମୁଁ ଯେଉଁ ଉତ୍ତରୀୟ ବସ୍ତ୍ର ଛାଡ଼ି ଆସିଅଛି, ତୁମ୍ଭେ ଆସିବା ସମୟରେ ତାହା ଏବଂ ପୁସ୍ତକଗୁଡ଼ିକ, ବିଶେଷତଃ ଚର୍ମପୁସ୍ତକଗୁଡ଼ିକ ଆଣିବ।
14 Alexander the coppersmith did me great harm; the Lord will repay him according to his deeds. କଂସାରି ଆଲେକ୍‌ଜାଣ୍ଡର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାକୁ ପ୍ରତିଫଳ ଦେବେ;
15 Watch out for him yourself, for he strongly opposed our message. ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା।
16 No one stood with me at my first defense—all abandoned me. May it not be charged against them. ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।
17 But the Lord stood with me and strengthened me, so through me the message would be fully proclaimed and all nations would hear it. I was rescued from the lion's mouth. କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;
18 The Lord will rescue me from every evil deed and carry me safely into his heavenly kingdom. Glory to him forever and ever. Amen. ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍‍।
19 Greet Prisca and Aquila, and the household of Onesiphorus. ପ୍ରୀସ୍କା ଓ ଆକ୍ୱିଲା ପୁଣି, ଅନୀସିଫରଙ୍କ ପରିବାରକୁ ମୋହର ନମସ୍କାର ଜଣାଅ।
20 Erastus stayed at Corinth, and I left Trophimus, who was ill, at Miletus. ଏରାଷ୍ଟ କରିନ୍ଥ ସହରରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତ ସହରରେ ଛାଡ଼ିଦେଇ ଆସିଅଛି।
21 Try hard to come before winter. Eubulus, Pudens, Linus, Claudia, and all the brothers and sisters greet you. ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର। ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।
22 The Lord be with your spirit. Grace be with you all. ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]