Skip to content
The Believer's Library

Indian Revised Version(IRV) Odia - 2021

3 John 1 IRVOry

Show IRVOry only
Verse × ×
1 The elder, to the beloved Gaius, whom I love in truth. ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।
2 Beloved, I pray you prosper in every way and stay healthy, as your soul prospers. ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।
3 I rejoiced greatly when brothers arrived and testified about your faithfulness to the truth—for you truly are walking in it. କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍‍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି।
4 I have no greater joy than this: to hear that my children are walking in the truth. ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋହର ଆନନ୍ଦର ଆଉ ବଡ଼ ବିଷୟ ନାହିଁ।
5 Beloved, you act faithfully in all you do for the brothers, even strangers. ପ୍ରିୟ ବନ୍ଧୁ, ତୁମ୍ଭେ ଆପଣା ଭ୍ରାତୃଗଣ ପ୍ରତି ଏବଂ ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ୱସ୍ତ ଭାବରେ କରୁଅଛ।
6 They testified to your love before the church. Send them on in a way worthy of our Father. ସେମାନେ ମଣ୍ଡଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ବରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ,
7 For they went out for the sake of the Name, accepting nothing from the Gentiles. ଯେଣୁ ସେମାନେ ଅଣଯିହୁଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି।
8 Therefore we ought to support such people, so that we may be fellow workers for the truth. ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକର୍ମୀ ହୋଇପାରୁ, ଏଥିନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ।
9 I wrote something to the church, but Diotrephes, who loves being first among them, does not receive us. ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ।
10 So if I come, I'll expose what he's doing—slandering us with malicious words. Not satisfied with that, he refuses to welcome the brothers, stops those who want to, and throws them out of the church. ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି, ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି, ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି।
11 Beloved, don't imitate evil, but good. Whoever does good is from our Father; whoever does evil hasn't seen our Father. ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ। ଯେ ସତ୍କର୍ମ କରେ, ସେ ଈଶ୍ବରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ବରଙ୍କୁ ଦର୍ଶନ କରି ନାହିଁ।
12 All speak well of Demetrius, and so does the truth. We testify too, and you know our testimony is true. ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ।
13 I had much to write to you, but I would rather not write with pen and ink. ତୁମ୍ଭ ନିକଟକୁ ମୋହର ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଳି ଓ କଲମରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ।
14 I hope to see you soon, and we will talk face to face. ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା।
15 Peace to you. The friends send their greetings. Greet each of the friends by name. ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]