Skip to content
The Believer's Library

Indian Revised Version(IRV) Odia - 2021

Acts 1 IRVOry

Show IRVOry only
Verse × ×
1 In my first book, Theophilus, I wrote about everything Jesus began to do and teach, ହେ ଥୀୟଫିଲ, ଯେଉଁ ଦିନ ଯୀଶୁ ଆପଣା ମନୋନୀତ ପ୍ରେରିତମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ୱାରା ଆଜ୍ଞା ଦେଇ ଊର୍ଦ୍ଧ୍ୱକୁ ନିଆଗଲେ,
2 until the day he was taken up, having given commands through the Holy Spirit to the apostles he had chosen. ସେହି ଦିନ ପର୍ଯ୍ୟନ୍ତ ସେ ଯେଉଁ ସବୁ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେହି ସମସ୍ତ ବିଷୟଗୁଡ଼ିକୁ ମୁଁ ପ୍ରଥମ ପୁସ୍ତକରେ ଲେଖିଅଛି।
3 After his suffering, he showed himself alive to them through many proofs, appearing to them forty days, speaking of our Father's kingdom. ଯୀଶୁ ଆପଣା ଦୁଃଖଭୋଗ ଉତ୍ତାରେ ମଧ୍ୟ ଅନେକ ପ୍ରମାଣ ଦ୍ୱାରା ପ୍ରେରିତମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟଗୁଡ଼ିକ କହିଲେ।
4 While staying with them, he ordered them not to leave Jerusalem but to wait for my Father's promise—"which," he said, "you heard from me; ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ଯିରୂଶାଲମ ସହରରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋʼଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;
5 for John baptized with water, but within a few days you will be baptized with the Holy Spirit." କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”
6 So, gathered together, they asked, "Lord, will you restore the kingdom to Israel now?" ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; “ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି?”
7 He said to them, "You're not to know times or seasons that my Father has set by his own authority. ସେ ସେମାନଙ୍କୁ କହିଲେ, “ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତା ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ।
8 But when the Holy Spirit falls on you, you'll gain power to be my witnesses—in Jerusalem, all Judea, Samaria, and earth's farthest reaches." କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”
9 After he said these things, as they watched, he was lifted up, and a cloud took him from their sight. ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା।
10 As they stared into heaven while he went, suddenly two men in white clothes stood beside them. ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,
11 They said, "Galileans, why stare at the sky? This Jesus, taken from you into heaven, will return exactly as you saw him go." ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ।
12 Then they returned to Jerusalem from the Mount called Olivet, near Jerusalem, about a half-mile away. ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମ ସହରକୁ ବାହୁଡ଼ି ଆସିଲେ। ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା।
13 Entering, they went up to the upstairs room where they stayed: Peter, John, James, Andrew, Philip, Thomas, Bartholomew, Matthew, James son of Alphaeus, Simon the Zealot, and Judas son of James. ସେମାନେ, ଅର୍ଥାତ୍‍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ଉଦ୍‌ଯୋଗୀ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।
14 All these persisted together in prayer, with the women, Mary the mother of Jesus, and his brothers. ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ।
15 In those days Peter stood up among the brothers (about 120 in all) and said, ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),
16 "Brothers, the Scripture the Holy Spirit spoke beforehand through the mouth of David about Judas—who became guide to those who arrested Jesus—had to be fulfilled. ମୋହର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
17 For he was numbered among us and was allotted his share in this ministry." କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା।
18 (This man bought a field with the pay for his wrongdoing, then fell headfirst, burst open in the middle, and all his insides spilled out. ଏହି ଲୋକ (ଯିହୂଦା) ଅଧର୍ମର ମୂଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା;
19 This became known to everyone living in Jerusalem, so the field was named in their language Akeldama, that is, Field of Blood.). ଆଉ, ଏହା ଯିରୂଶାଲମ ସହରରେ ବାସ କରୁଥିବା ସମସ୍ତ ଲୋକ ଜାଣିବାରୁ, ସେହି କ୍ଷେତ ସେମାନଙ୍କ ନିଜ ଭାଷାରେ “ହକଲ୍‌ଦମା”, ଅର୍ଥାତ୍‍ ରକ୍ତକ୍ଷେତ୍ର ବୋଲି ଖ୍ୟାତ ହେଲା।
20 "For it's written in the Book of Psalms: 'Let his camp become empty, with no one living there,' and 'Let another take his position.' ଆଉ, ଗୀତସଂହିତା ପୁସ୍ତକରେ ଲେଖାଅଛି, “‘ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ।’ ଏବଂ, ‘ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ।’
21 So one of the men who accompanied us all along, while the Lord Jesus went in and out among us, ଅତଏବ, ପ୍ରଭୁ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ନେବା ସମୟଠାରୁ ଆରମ୍ଭ କରି, ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ୱକୁ ନିଆଯିବା ଦିନ ପର୍ଯ୍ୟନ୍ତ ଯେତେ ସମୟ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ,
22 from John's baptism until the day he was taken up from us—one of these must become with us a witness to his resurrection." ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।”
23 And they put forward two—Joseph called Barsabbas, who was also called Justus, and Matthias. ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍‍ ଯୋଷେଫଙ୍କୁ, ଯାହାକୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାହାଙ୍କୁ ଓ ମଥିୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ,
24 They prayed and said, "You, Lord Jesus, who know all hearts, show which one of these two you chose, “ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,
25 to take the place in this ministry and apostleship that Judas left to go to his own place. ସେହି ପ୍ରେରିତପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ।”
26 They cast lots for them; the lot fell to Matthias, and he was counted with the eleven apostles." ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି, ମଥିୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏଗାର ଜଣ ପ୍ରେରିତଙ୍କ ସହିତ ଗଣିତ ହେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]