Skip to content
The Believer's Library

Indian Revised Version(IRV) Odia - 2021

Acts 10 IRVOry

Show IRVOry only
Verse × ×
1 There was a man in Caesarea named Cornelius, a centurion of what was called the Italian Cohort. କାଇସରିୟା ସହରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତ-ସେନାପତି ଥିଲେ;
2 He was devout, feared our Father with his whole household, gave many gifts to the people, and prayed to our Father constantly. ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ବରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ।
3 About three in the afternoon he saw clearly in a vision an angel of our Father come to him and say, "Cornelius." ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ବରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।
4 Staring at him, terrified, he said, "What is it, sir?" The angel replied, "Your prayers and gifts to the poor have risen as a memorial before our Father." ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କଅଣ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ବରଙ୍କ ଛାମୁରେ ଉଠିଅଛି।
5 Now send men to Joppa and bring a man named Simon, who is called Peter. ଏବେ ତୁମ୍ଭେ ଯାଫୋ ସହରକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାହାଙ୍କ ଉପନାମ ପିତର;
6 He is lodging with a tanner named Simon, whose house is by the sea. ସେ ଶିମୋନ ନାମକ ଜଣେ ଚର୍ମକାରକଙ୍କ ଅତିଥି ସ୍ୱରୂପେ ବାସ କରୁଅଛନ୍ତି, ତାହାଙ୍କ ଘର ସମୁଦ୍ରକୂଳରେ।
7 When the angel who spoke to him left, Cornelius called two of his household servants and a devout soldier from among his regular attendants, ତାହାଙ୍କ ସାଙ୍ଗରେ କଥା କହୁଥିବା ଦୂତ ଗଲା ପରେ ସେ ଆପଣା ଗୃହର ଦାସମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ, ପୁଣି, ତାହାଙ୍କର ସେବା କରୁଥିବା ସୈନ୍ୟମାନଙ୍କ ମଧ୍ୟରୁ ଜଣେ ଭକ୍ତ ସୈନ୍ୟକୁ ଡାକିଲେ,
8 and after explaining everything to them, he sent them to Joppa. ଆଉ ସେମାନଙ୍କୁ ସମସ୍ତ କଥା ବୁଝାଇ ଯାଫୋ ସହରକୁ ପଠାଇଲେ।
9 The next day, as they journeyed and neared the city, Peter went up on the roof to pray, about noon. ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,
10 He grew hungry and wanted to eat, but while they prepared food, a trance came over him, ଆଉ ସେ କ୍ଷୁଧିତ ହୋଇ ଖାଇବାକୁ ଇଚ୍ଛା କଲେ, କିନ୍ତୁ ସେମାନେ ଖାଦ୍ୟ ପ୍ରସ୍ତୁତ କରୁଥିବା ସମୟରେ ସେ ମୂର୍ଚ୍ଛିତ ହୋଇ ଦର୍ଶନ ଦେଖିଲେ,
11 and saw heaven opened, and something like a large sheet coming down, lowered by its four corners to the earth. ଆକାଶ ଖୋଲା ହୋଇଅଛି, ପୁଣି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ପୃଥିବୀ ଉପରକୁ ଖସାଇ ଦିଆଯାଉଅଛି;
12 It held all kinds of four-footed animals and reptiles of the earth and birds of the air. ସେଥିରେ ପୃଥିବୀର ସବୁପ୍ରକାର ଚାରିଗୋଡ଼ିଆ ପ୍ରାଣୀ, ସରୀସୃପ ଓ ଆକାଶର ପକ୍ଷୀଗୁଡ଼ିକ ଅଛନ୍ତି।
13 And a voice came to him: "Rise, Peter; kill and eat." ଆଉ, ତାହାଙ୍କ ପ୍ରତି ଏହି ବାଣୀ ହେଲା, “ହେ ପିତର, ଉଠ, ବଧ କରି ଖାଅ।”
14 But Peter said, "Absolutely not, Lord; for I have never eaten anything common or unclean." କିନ୍ତୁ ପିତର କହିଲେ, ନାହିଁ, ପ୍ରଭୁ, ମୁଁ କେବେହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଖାଇ ନାହିଁ।
15 The voice came to him again, a second time: "What I have made clean, don't call common." ପୁଣି, ଦ୍ୱିତୀୟ ଥର ତାହାଙ୍କ ପ୍ରତି ଏହି ବାଣୀ ହେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ।”
16 This happened three times, and at once the sheet was taken up to heaven. ଏହି ପ୍ରକାର ତିନି ଥର ହେଲା, ଆଉ ସଙ୍ଗେ ସଙ୍ଗେ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା।
17 While Peter was puzzled over what the vision meant, suddenly the men sent by Cornelius, having asked the way to Simon's house, stood at the gate, ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କଅଣ, ତାହା ଭାବି ସେ ଅବାକ୍ ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ୱାର ନିକଟରେ ଠିଆ ହୋଇ,
18 and called out to ask whether Simon who was called Peter was lodging there. ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ୱରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ।
19 As Peter thought about the vision, the Holy Spirit said to him, "Three men are looking for you. ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି।
20 Get up, go downstairs, and go with them without hesitation, for I have sent them." ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ।
21 Peter went down to the men and said, "I'm the one you're looking for. Why have you come?" ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି। ତୁମ୍ଭମାନଙ୍କ ଆସିବାର କାରଣ କଅଣ?
22 They said, "Cornelius, a centurion, upright, fears our Father, and respected by the whole Jewish nation, was told by a holy angel to summon you to his house and hear what you have to say." ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତ-ସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ବରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୁଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି।
23 So he invited them in and hosted them. Next day he set out with them, joined by some brothers from Joppa. ସେଥିରେ ସେ ସେମାନଙ୍କୁ ଭିତରକୁ ଡାକି ନେଇ ସେମାନଙ୍କର ଆତିଥ୍ୟ କଲେ। ତହିଁ ଆରଦିନ ସେ ଉଠି ସେମାନଙ୍କ ସହିତ ପ୍ରସ୍ଥାନ କଲେ, ପୁଣି, ଯାଫୋ ସହରନିବାସୀ ଭାଇମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କ ସାଙ୍ଗରେ ଗଲେ।
24 The next day he entered Caesarea. Cornelius, expecting them, had gathered his relatives and close friends. ପରଦିନ ସେମାନେ କାଇସରିୟାରେ ପ୍ରବେଶ କଲେ, ଆଉ କର୍ଣ୍ଣିଲୀୟ ଆପଣା ଆତ୍ମୀୟ ଓ ନିକଟସ୍ଥ ବନ୍ଧୁମାନଙ୍କୁ ଡାକି ଏକତ୍ର କରି ସେମାନଙ୍କ ଅପେକ୍ଷାରେ ଥିଲେ।
25 When Peter entered, Cornelius met him and fell down at his feet and worshiped him. ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାହାଙ୍କୁ ଭେଟି ଚରଣ ତଳେ ପଡ଼ି ତାହାଙ୍କୁ ପ୍ରଣାମ କଲେ।
26 But Peter lifted him up, saying, "Stand up! I'm a man too." କିନ୍ତୁ ପିତର ତାହାଙ୍କୁ ଉଠାଇ କହିଲେ, ଠିଆ ହୁଅ; ମୁଁ ମଧ୍ୟ ଜଣେ ମନୁଷ୍ୟ।
27 While talking with Cornelius, Peter went in and found many people gathered. ସେଥିରେ ସେ ତାହାଙ୍କ ସାଙ୍ଗରେ ଆଳାପ କରୁ କରୁ ଭିତରକୁ ଯାଇ ଦେଖିଲେ, ଅନେକ ଲୋକ ଏକତ୍ରିତ ହୋଇଅଛନ୍ତି,
28 He said to them, "You yourselves know it's unlawful for a Jew to associate with or visit someone of another nation. But our Father showed me I should call no one common or unclean. ଆଉ ସେ ସେମାନଙ୍କୁ କହିଲେ, କୌଣସି ଅଣଯିହୁଦୀ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୁଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ବର ମୋତେ ଦେଖାଇଅଛନ୍ତି।
29 So, sent for, I came without objection. Now, why did you send for me?" ସେଥିପାଇଁ ମୋତେ ଆହ୍ୱାନ କରାଯିବା ମାତ୍ରେ ମୁଁ ମଧ୍ୟ ଆପତ୍ତି ନ କରି ଆସିଲି। ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି?
30 Cornelius said, "Four days ago at this hour, three in the afternoon, I was praying in my house, and suddenly a man in bright clothing stood before me, କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,
31 and said, 'Cornelius, your prayer was heard and your gifts to the poor remembered before our Father. ପୁଣି, ତୁମ୍ଭର ଦାନସବୁ ଈଶ୍ବରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି।
32 So send to Joppa and call for Simon, known as Peter. He's staying in Simon the tanner's house, by the sea.' ଅତଏବ ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ରକୂଳରେ ଶିମୋନ ଚର୍ମକାରକଙ୍କ ଗୃହରେ ଅତିଥି ରୂପେ ବାସ କରୁଅଛନ୍ତି।
33 So I sent for you at once, and you did well to come. Now we're all here before God, to hear all the Lord has commanded you." ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ।
34 Peter spoke up: "I truly see our Father shows no favoritism, ସେଥିରେ ପିତର ମୁଖ ଫିଟାଇ କହିଲେ, ପ୍ରକୃତରେ ବର୍ତ୍ତମାନ ମୁଁ ଜାଣିଲି ଯେ ଈଶ୍ବର ପକ୍ଷପାତ କରନ୍ତି ନାହିଁ,
35 but in every nation anyone who fears him and does what is right is acceptable to him. କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି।
36 He sent his word to the Israelites, announcing good news of peace through Jesus Christ—he is Lord of all. ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।
37 You yourselves know what happened throughout all Judea, beginning from Galilee after the baptism that John proclaimed: ଆପଣମାନେ ଜାଣନ୍ତି ଯେ ବାପ୍ତିଜକ ଯୋହନଙ୍କ ଦ୍ୱାରା ପ୍ରଚାରିତ ବାପ୍ତିସ୍ମ ସମୟ ପରେ ସେହି ସୁସମ୍ବାଦ ଗାଲିଲୀରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ପ୍ରଚାରିତ ହୋଇଅଛି,
38 how our Father anointed Jesus of Nazareth with the Holy Spirit and power, how he went about doing good and healing all oppressed by the devil, for our Father was with him. ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।
39 We are witnesses of all he did in the Jews' land and Jerusalem—they killed him, hanging him on a tree, ପୁଣି, ସେ ଯିହୁଦୀମାନଙ୍କ ଦେଶ ଓ ଯିରୂଶାଲମ ସହରରେ ଯାହା ଯାହା ସାଧନ କଲେ, ଆମ୍ଭେମାନେ ସେହି ସମସ୍ତର ସାକ୍ଷୀ; ତାହାଙ୍କୁ ସେମାନେ କ୍ରୁଶରେ ଟଙ୍ଗାଇ ବଧ କଲେ।
40 but our Father raised him on the third day and made him appear, ତାହାଙ୍କୁ ଈଶ୍ବର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ;
41 not to all the people but to us, witnesses whom our Father chose beforehand, who ate and drank with him after he rose from the dead. ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ବରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ। ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,
42 He commanded us to preach to the people and testify: our Father appointed him judge of the living and the dead. ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ବର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ।
43 To him all the prophets testify that everyone believing in him receives forgiveness of sins through his name." ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।
44 While Peter was still saying these things, the Holy Spirit fell on all who heard the word. ପିତର ଏହିସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ।
45 The circumcised believers who came with Peter were amazed that the gift of the Holy Spirit was poured out on Gentiles too. ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୁଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;
46 For they heard them speaking in tongues and praising our Father. Then Peter declared, କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ବରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ।
47 "Can anyone refuse water to baptize these people, who received the Holy Spirit as we did?" ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ କରିଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କଅଣ କେହି ଜଳକୁ ନିଷେଧ କରିପାରିବ?
48 He ordered them baptized in Jesus Christ's name. Then they asked him to stay several days. ପୁଣି, ସେ ସେମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବା ନିମନ୍ତେ ଆଦେଶ ଦେଲେ। ପରେ ସେମାନେ କିଛି ଦିନ ରହିବା ପାଇଁ ତାହାଙ୍କୁ ଅନୁରୋଧ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]