Skip to content
The Believer's Library

Indian Revised Version(IRV) Odia - 2021

Acts 12 IRVOry

Show IRVOry only
Verse × ×
1 About that time King Herod attacked some who belonged to the church, intending to harm them. ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ।
2 He had James, the brother of John, put to death with the sword. ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ୍ଗରେ ବଧ କଲେ।
3 Seeing that this pleased the Jews, Herod proceeded to seize Peter too, during the days of Unleavened Bread. ଆଉ ଯିହୁଦୀ ନେତାମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ। ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା।
4 He arrested him, put him in prison, and handed him to four squads of four soldiers to guard, intending to bring him out to the people after the Passover. ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ।
5 Peter was kept in prison, but the church prayed fervently to our Father for him. ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ରଭାବେ ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା।
6 That night, before Herod could bring him out, Peter slept between two soldiers, bound with two chains; guards before the door kept watch over the prison. ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଜଞ୍ଜିରରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ।
7 Suddenly an angel of our Father stood beside him, and light filled the cell. He struck Peter's side, woke him, and said, "Get up quickly." The chains fell from his hands. ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା।
8 The angel told him, "Get dressed and put on your sandals." Peter complied. Then he said, "Wrap your cloak around you and follow me." ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାହାଙ୍କୁ କହିଲେ, ଆପଣା ବସ୍ତ୍ର ପିନ୍ଧି ମୋହର ପଛେ ପଛେ ଆସ।
9 So Peter went out and followed, not knowing the angel's actions were real—he thought he saw a vision. ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ।
10 Passing the first and second guard posts, they reached the iron gate to the city, which opened for them on its own. They went out, walked one street, and the angel suddenly left him. ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀ-ଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ।
11 Then Peter came to himself and said, "Now I know for certain: our Father sent his angel and rescued me from Herod's hand and from everything the Jewish people expected." ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି।
12 Aware of this, he went to Mary's house, mother of John also called Mark, where many were gathered praying. ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରୀୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ।
13 When Peter knocked at the door of the gateway, a servant girl named Rhoda came to answer. ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା।
14 Recognizing Peter's voice, she was so overjoyed she ran in without opening the gate, announcing Peter stood there. ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା।
15 "You're out of your mind," they said. But she insisted it was true. So they said, "It's his angel." ସେମାନେ ତାହାକୁ କହିଲେ, ତୁ ବାୟାଣୀ। କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା। ସେମାନେ କହିଲେ, ଏ ତାଙ୍କର ଦୂତ।
16 But Peter kept on knocking, and when they opened the door and saw him, they were astonished. କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ।
17 Signaling with his hand for quiet, he explained how our Father had led him out of prison. "Tell James and the brothers and sisters this," he said, then left for another place. କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ। ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ।
18 When morning came, there was no small commotion among the soldiers over what had become of Peter. ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା।
19 Herod, after searching for him and not finding him, questioned the guards and ordered them executed. Then he went down from Judea to Caesarea and stayed there. ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ। ପରେ ସେ ଯିହୂଦିୟା ପ୍ରଦେଶରୁ କାଇସରିୟା ସହରକୁ ଯାଇ ସେଠାରେ ରହିଲେ।
20 Herod was enraged at Tyre and Sidon. Together they came to him, and having won over Blastus, the king's chamberlain, they requested peace, since their land depended on the king's land for food. ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା।
21 On the set day Herod dressed in royal robes, sat on the throne, and made a speech to them. ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;
22 And the crowd kept shouting, "This is the voice of a god, not of a man!" ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ।
23 Instantly an angel of our Father struck him down for not giving our Father the glory, and worms ate him and he died. ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।
24 But the word of our Father continued to grow and spread. କିନ୍ତୁ ଈଶ୍ବରଙ୍କ ବାକ୍ୟ ବୃଦ୍ଧି ପାଇ ଅଧିକ ବ୍ୟାପିବାକୁ ଲାଗିଲା।
25 Barnabas and Saul returned from Jerusalem, having finished their mission, taking with them John, also called Mark. ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମ ସହରରୁ ବାହୁଡ଼ିଗଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]