Skip to content
The Believer's Library

Indian Revised Version(IRV) Odia - 2021

Acts 13 IRVOry

Show IRVOry only
Verse × ×
1 In the Antioch church were prophets and teachers: Barnabas, Simeon called Niger, Lucius of Cyrene, Manaen (a lifelong companion of Herod the tetrarch), and Saul. ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍‍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।
2 While they worshiped our Lord Jesus and fasted, the Holy Spirit said, "Set apart for me Barnabas and Saul, for the work I've called them to." ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
3 Then, after fasting and praying, they laid their hands on them and sent them off. ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।
4 Sent by the Holy Spirit, they went down to Seleucia, then sailed to Cyprus. ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି ସାଇପ୍ରସ୍ ଦ୍ବୀପକୁ ଗଲେ।
5 Arriving at Salamis, they proclaimed our Father's word in the Jewish synagogues. They had John as their helper. ସେମାନେ ସାଲାମି ସହରରେ ପହଞ୍ଚିଲା ଉତ୍ତାରେ ଯିହୁଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ବରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ।
6 Having crossed the whole island to Paphos, they found a Jewish sorcerer and false prophet named Bar-Jesus, ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫ ସହରକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀଙ୍କୁ ଦେଖିଲେ; ସେ ଜଣେ ଯିହୁଦୀ, ଆଉ ତାହାର ନାମ ବର୍ଯୀଶୁ।
7 who was with the proconsul, Sergius Paulus, an intelligent man. He summoned Barnabas and Saul, wanting to hear our Father's word. ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି। ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ବରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ।
8 Elymas the magician—that's his name's meaning—opposed them, trying to turn the proconsul from the faith. କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା।
9 But Saul, who was also called Paul, filled with the Holy Spirit, looked intently at him, ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ,
10 and said, "You son of the devil, enemy of all righteousness, full of every deceit and trickery—will you never stop twisting our Father's straight paths? ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ?
11 Now look: the hand of our Father is on you. You will be blind, unable to see the sun, for a time." Immediately mist and darkness fell on him; he felt his way around, seeking someone to lead him by the hand. ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ। ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇ ପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ-ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା।
12 Seeing what happened, the proconsul believed, amazed at the teaching of our Lord Jesus. ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ।
13 Paul and his companions sailed from Paphos to Perga in Pamphylia, but John left them and returned to Jerusalem. ପରେ ପାଉଲ ଓ ତାହାଙ୍କ ସଙ୍ଗୀମାନେ ପାଫ ସହରରୁ ଜଳଯାତ୍ରା କରି ପଂଫୂଲିଆ ଦେଶରେ ପର୍ଗୀ ସହରକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲମ ସହରକୁ ବାହୁଡ଼ିଗଲେ।
14 From Perga they went on to Antioch in Pisidia. On the Sabbath they entered the synagogue and sat down. ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆ ଦେଶରେ ଆନ୍ତିୟଖିଆ ସହରରେ ପହଞ୍ଚିଲେ, ଆଉ ବିଶ୍ରାମବାର ଦିନରେ ସମାଜଗୃହକୁ ଯାଇ ବସିଲେ।
15 After the reading of the Law and the Prophets, the synagogue leaders sent word: "Brothers, if you have a word of encouragement for the people, speak." ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର ବିଷୟ ଅଛି, ତେବେ କହନ୍ତୁ।
16 Paul stood, waved his hand, and said, "Men of Israel, and you who fear our Father, listen. ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ବର ଭୟକାରୀମାନେ, ଶ୍ରବଣ କରନ୍ତୁ।
17 Our Father, the Father of this people Israel, chose our ancestors, made them great during their stay in the land of Egypt, and led them out with a raised arm. ଏହି ଇସ୍ରାଏଲ ଜାତିର ଈଶ୍ବର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ।
18 And for about forty years he put up with them in the wilderness. ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,
19 After destroying seven nations in Canaan, he gave them their land as an inheritance. ପୁଣି, କିଣାନ ଦେଶରେ ସାତଗୋଟି ଜାତିକୁ ବିନାଶ କରି ପ୍ରାୟ ଚାରିଶହ ପଚାଶ ବର୍ଷ ପର୍ଯ୍ୟନ୍ତ ସେମାନଙ୍କୁ ଆପଣା ଦେଶ ଅଧିକାରସ୍ୱରୂପେ ଦେଲେ।
20 This took about 450 years. Then he gave them judges until Samuel the prophet. ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।
21 Then they asked for a king, and our Father gave them Saul son of Kish, a man from Benjamin's tribe, for forty years. ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ବର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ୍ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ।
22 After removing him, he raised up David as their king, testifying: 'I have found David son of Jesse, a man after my heart, who will do everything I want.' ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦଙ୍କୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ।
23 From this man's offspring our Father has brought to Israel a Savior, Jesus, just as he promised. ତାହାଙ୍କ ବଂଶରୁ ଈଶ୍ବର ପ୍ରତିଜ୍ଞାନୁସାରେ ଇସ୍ରାଏଲ ନିମନ୍ତେ ଜଣେ ତ୍ରାଣକର୍ତ୍ତା; ଅର୍ଥାତ୍‍ ଯୀଶୁଙ୍କୁ ଉତ୍ପନ୍ନ କରିଅଛନ୍ତି।
24 Before his coming, John had proclaimed a baptism of repentance to all the people of Israel. ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;
25 As John was completing his course, he said, 'What do you think I am? I am not he. But look, one is coming after me—I'm not worthy to untie the sandals on his feet.' ଆଉ ଯୋହନ ଆପଣାର ନିରୂପିତ କର୍ମ ସମାପ୍ତ କରୁ କରୁ କହିଲେ, ମୁଁ ଯେ ବୋଲି ତୁମ୍ଭେମାନେ ମନେ କରୁଅଛ, ମୁଁ ସେ ନୁହେଁ। କିନ୍ତୁ ଦେଖ, ମୋ ପଛରେ ଜଣେ ଆସୁଅଛନ୍ତି, ତାହାଙ୍କ ପାଦର ପାଦୁକା ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।
26 "Brothers, sons of Abraham's family, and those among you who fear our Father: this salvation message was sent to us. ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।
27 Jerusalem's people and their leaders didn't recognize him or grasp the prophets' words read each Sabbath—condemning him, they fulfilled those very words. କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାର ଦିନରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,
28 Though they found no cause for his death, they asked Pilate to have him executed. ଆଉ ପ୍ରାଣଦଣ୍ଡର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ।
29 After they finished everything written about him, they took him down from the tree and laid him in a tomb. ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖାଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ।
30 But our Father raised him from the dead, କିନ୍ତୁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ,
31 for many days he appeared to those who came up with him from Galilee to Jerusalem, now his witnesses to the people. ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମ ସହରକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ।
32 And we bring you the good news that what our Father promised to our ancestors. ଆଉ ପିତୃ-ପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,
33 He has fulfilled this for us, their children, by raising Jesus, as is also written in Psalm 2: 'You are my Son; today I have fathered you.' ଈଶ୍ବର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଦ୍ବିତୀୟ ଗୀତସଂହିତାରେ ମଧ୍ୟ ଲେଖାଅଛି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।”
34 And as for the fact that he raised him from the dead, never to decay again, he said, 'I will give you the holy and sure blessings promised to David.' ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏହି ବିଷୟରେ ସେ ଏହି ପ୍ରକାର କହିଅଛନ୍ତି, “‘ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା।’
35 Therefore he also says in another psalm: 'You will not let your Holy One see decay.' ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତସଂହିତାରେ କହିଅଛନ୍ତି, ‘ତୁମ୍ଭେ ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ।’”
36 For David, after serving our Father's purpose in his own generation, fell asleep, was laid with his ancestors, and saw decay, ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ବରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃ-ପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;
37 but he whom our Father raised up did not see decay. କିନ୍ତୁ ଯାହାଙ୍କୁ ଈଶ୍ବର ଉଠାଇଅଛନ୍ତି, ସେ କ୍ଷୟ ପାଇ ନାହାନ୍ତି।
38 So know this, brothers—through this man forgiveness of sins is proclaimed to you, ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,
39 through him, everyone who believes is freed from everything the law of Moses could not free you from. ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି।
40 Be careful, then, that what is said in the Prophets does not happen to you: ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,
41 'Look, you scoffers, be astonished and perish; for I am doing a work in your days, a work that you will never believe, even if someone tells it to you.'" “‘ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ।’”
42 As Paul and Barnabas left, the people urged them to speak again about these things next Sabbath. ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାର ଦିନରେ ସେହିସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ।
43 When the synagogue meeting ended, many Jews and devout converts to Judaism followed Paul and Barnabas, who spoke with them and urged them to continue in the grace of our Father. ସଭା ସମାପ୍ତ ହେଲା ଉତ୍ତାରେ ଯିହୁଦୀ ଓ ଯିହୁଦୀମତାବଲମ୍ବୀ ଅଣଯିହୁଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ବରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ।
44 The next Sabbath almost the whole city gathered to hear the word of our Lord Jesus. ପୁଣି, ପରବର୍ତ୍ତୀ ବିଶ୍ରାମବାର ଦିନରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ବରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ।
45 When the Jews saw the crowds, jealousy filled them, and they contradicted Paul's words, insulting him. କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ।
46 Paul and Barnabas spoke boldly: "The word of our Father had to be spoken to you first. Since you reject it, judging yourselves unworthy of eternal life, look—we turn to the Gentiles." ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୁଦୀମାନଙ୍କ ନିକଟକୁ ଯାଉଅଛୁ,
47 For our Father has commanded us: "I have made you a light to the nations, to bring salvation to the ends of the earth." କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, “‘ଆମ୍ଭେ ତୁମ୍ଭକୁ ଅଣଯିହୁଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।’”
48 Hearing this, the Gentiles rejoiced and glorified the word of our Lord Jesus; all appointed to eternal life believed. ଅଣଯିହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ବରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,
49 And the word of our Lord Jesus spread throughout the whole region. ଆଉ ସମୁଦାୟ ଅଞ୍ଚଳରେ ପ୍ରଭୁଙ୍କର ବାକ୍ୟ ବ୍ୟାପିଗଲା।
50 But the Jews stirred up the devout, prominent women and the city's leading men, roused persecution against Paul and Barnabas, and expelled them from their region. କିନ୍ତୁ ଯିହୁଦୀମତାବଲମ୍ବୀ ଅଣଯିହୁଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।
51 So they shook the dust off their feet against them and went to Iconium. ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟ ସହରକୁ ଗଲେ,
52 And the disciples were filled with joy and with the Holy Spirit. ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]