Skip to content
The Believer's Library

Indian Revised Version(IRV) Odia - 2021

Acts 16 IRVOry

Show IRVOry only
Verse × ×
1 Paul went on to Derbe and Lystra. A disciple was there named Timothy, son of a believing Jewish woman, but his father was a Greek. ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୁଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍‍ ଲୋକ।
2 He was well thought of by the brothers at Lystra and Iconium. ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାହାଙ୍କ ସୁଖ୍ୟାତି କରୁଥିଲେ।
3 Paul wanted him to travel with him, so he took and circumcised him, because of the Jews in those places, for they all knew his father was Greek. ତାହାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହିସବୁ ଅଞ୍ଚଳରେ ଥିବା ଯିହୁଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍‍ ଲୋକ ବୋଲି ସମସ୍ତେ ଜାଣିଥିଲେ।
4 Traveling through the towns, they delivered the decisions the apostles and elders in Jerusalem had made, for them to keep. ପୁଣି, ସେମାନେ ନଗରସମୂହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ।
5 So the churches were strengthened in the faith and grew in numbers daily. ଏହି ପ୍ରକାରେ ମଣ୍ଡଳୀ-ସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା।
6 They crossed the Phrygian and Galatian region, since the Holy Spirit had stopped them from speaking the word in Asia. ସେମାନେ ଏସିଆ ଦେଶରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
7 Reaching Mysia, they tried entering Bithynia, but the Spirit of Jesus wouldn't let them. ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆ ପ୍ରଦେଶକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ।
8 So passing by Mysia, they went down to Troas. ସେମାନେ ମୂସିଆ ପାଖ ଦେଇ ତ୍ରୋୟା ସହରକୁ ଆସିଲେ।
9 Paul saw a vision in the night: a Macedonian man stood pleading with him, "Cross over to Macedonia and help us." ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର।
10 When he had seen the vision, we tried at once to leave for Macedonia, concluding our Father had called us to tell them the good news. ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍‌କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ବର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ।
11 So we set sail from Troas and sailed straight to Samothrace, and the next day to Neapolis, ତେଣୁ ତ୍ରୋୟା ସହରରୁ ଜାହାଜରେ ଆମ୍ଭେମାନେ ସଳଖ ପଥରେ ସାମଥ୍ରାକୀ ଦ୍ବୀପକୁ ଓ ପରଦିନ ନିୟାପଲି ସହରକୁ ଗଲୁ,
12 and from there to Philippi, a leading city of that district of Macedonia, a Roman colony. We stayed there several days. ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆ ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ।
13 On the Sabbath we went outside the gate to a river, supposing there was a place of prayer. We sat and spoke with the women gathered there. ବିଶ୍ରାମବାର ଦିନରେ ଆମ୍ଭେମାନେ ନଗର ଦ୍ୱାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କ ସହିତ କଥା କହିବାକୁ ଲାଗିଲୁ।
14 A woman named Lydia, from Thyatira, who sold purple cloth and worshiped our Father, was listening. The Lord opened her heart to Paul's words. ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ବରଭକ୍ତିନୀ ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।
15 When she and her household were baptized, she urged us: "If you judge me faithful to the Lord, come to my house and stay." And she persuaded us. ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।
16 As we went to the place of prayer, we met a slave girl possessed by a spirit of divination; she earned her owners great profit through fortune-telling. ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ଦୈବଜ୍ଞ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା।
17 She followed Paul and us, shouting, "These men are servants of the Most High God, announcing to you the way of salvation." ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି।
18 She did this for many days. Paul, deeply annoyed, turned and told the spirit, "I command you in the name of Jesus Christ to come out of her." It came out instantly. ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା। କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି। ଏଥିରେ ସେ ସେହି ମୁହୂର୍ତ୍ତରେ ବାହାରିଗଲା।
19 When her owners saw their hope of profit was gone, they seized Paul and Silas, dragged them to the marketplace before the rulers. କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ।
20 Bringing them to the magistrates, they said, "These men are Jews, disturbing our city. ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି।
21 They advocate customs that are not lawful for us as Romans to accept or practice." ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି।
22 The crowd joined the attack, and the magistrates ripped off Paul and Silas's clothes and ordered them beaten with rods. ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ।
23 After beating them severely, they threw them into prison, ordering the jailer to guard them securely. ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ।
24 Given that order, he locked them in the inner cell and clamped their feet in stocks. ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ଼ କାଠଗଣ୍ଡି ବାନ୍ଧିଦେଲେ।
25 About midnight Paul and Silas prayed and sang hymns to our Father while the prisoners listened to them. କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।
26 Suddenly a violent earthquake shook the prison's foundations; instantly all doors opened and everyone's chains loosened. ସେତେବେଳେ ହଠାତ୍‍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍‌କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା।
27 The jailer woke, saw the prison doors open, drew his sword meaning to kill himself, thinking the prisoners had escaped. ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ୱାର ଖୋଲା ହେବା ଦେଖି ବନ୍ଦୀମାନେ ପଳାଇଯାଇଅଛନ୍ତି ବୋଲି ମନେ କରି, ଖଣ୍ଡା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ।
28 But Paul shouted, "Don't harm yourself, for we are all here!" କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ।
29 The jailer called for lights, rushed in, and fell trembling before Paul and Silas. ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,
30 Then he brought them outside and said, "Sirs, what must I do to be saved?" ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କଅଣ କରିବାକୁ ହେବ?
31 And they said, "Believe in the Lord Jesus, and you will be saved, you and your household." ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।
32 They spoke the Lord's word to him and everyone in his house. ପରେ ସେମାନେ ତାହାଙ୍କୁ ଓ ତାହାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ବରଙ୍କ ବାକ୍ୟ କହିଲେ।
33 In that hour of the night, he took them and washed their wounds; then he and his whole household were baptized at once. ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ।
34 He brought them up into his house, set food before them, and was overjoyed with his whole household at believing in our Father. ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ବରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ।
35 But when morning came, the magistrates sent the police, saying, "Release those men." ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ।
36 The jailer told Paul, "The magistrates sent orders to release you. Come out now and go in peace." ଏଥିରେ କାରାରକ୍ଷକ ପାଉଲଙ୍କୁ ଏହି କଥା କହି ଜଣାଇଲେ, ଆପଣମାନଙ୍କୁ ଛାଡ଼ିଦେବା ନିମନ୍ତେ ବିଚାରକର୍ତ୍ତାମାନେ ଲୋକ ପଠାଇଅଛନ୍ତି। ଏଣୁ ଏବେ ବାହାରି ଆସି ଶାନ୍ତିରେ ଚାଲିଯାଆନ୍ତୁ।
37 But Paul said to them, "They beat us publicly, without trial, Roman citizens that we are, and threw us into prison. Now they want to send us off secretly? No! Let them come themselves and lead us out." କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ିଦେଉଅଛ? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ।
38 The officers reported these words to the magistrates, who were afraid to hear they were Roman citizens. ସେଥିରେ ପଦାତିକମାନେ ବିଚାରକର୍ତ୍ତାମାନଙ୍କୁ ଏହି ସମସ୍ତ କଥା ଜଣାଇଲେ, ପୁଣି, ସେମାନେ ଯେ ରୋମୀୟ ଲୋକ, ଏହା ଶୁଣି ଲୋକମାନେ ଭୟ କଲେ,
39 They came, apologized, led them out, and asked them to leave the city. ଆଉ ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି, ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ।
40 So they left the prison and went to Lydia's house. There they saw the brothers, encouraged them, and left. ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]