Skip to content
The Believer's Library

Indian Revised Version(IRV) Odia - 2021

Acts 17 IRVOry

Show IRVOry only
Verse × ×
1 After traveling through Amphipolis and Apollonia, they came to Thessalonica, where there was a Jewish synagogue. ପରେ ପାଉଲ ଏବଂ ଶିଲା ଆଂଫିପଲି ଓ ଆପଲ୍ଲୋନିଆ ସହରଗୁଡ଼ିକ ଦେଇ ଯାତ୍ରା କରି ଥେସଲନୀକୀ ସହରକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା।
2 Paul, as usual, went in to them and reasoned with them from the Scriptures on three Sabbaths. ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,
3 Opening and explaining the Scriptures that the Christ must suffer and rise from the dead, he said, "This Jesus I proclaim to you is the Christ." ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ, ଏହାର ସ୍ପଷ୍ଟ ପ୍ରମାଣ ଦେଲେ।
4 Some of them were persuaded and joined Paul and Silas, along with a great many devout Greeks and quite a few leading women. ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୁଦୀମତାବଲମ୍ବୀ ଗ୍ରୀକ୍‍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।
5 But the Jews grew jealous, gathered evil men from the marketplace, formed a mob, and threw the city into chaos. They stormed Jason's house, seeking to bring them out to the crowd. କିନ୍ତୁ ଯିହୁଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।
6 Not finding them, they dragged Jason and some brothers before the city officials, shouting, "These men who have turned the world upside down have come here too, ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରିପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି।
7 Jason welcomed them. They all defy Caesar's decrees, claiming there is another king—Jesus. ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି।
8 And they stirred up the crowd and the city authorities who heard these things." ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ।
9 And when they had taken bail from Jason and the rest, they let them go. ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ିଦେଲେ।
10 The brothers at once sent Paul and Silas off by night to Berea; on arrival they went to the Jewish synagogue. ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟା ନଗରକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ।
11 These Jews were more open-minded than those in Thessalonica, receiving the word eagerly and examining Scripture daily to see if these things were true. ଥେସଲନୀକୀ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।
12 So many of them believed, along with many prominent Greek women and men. ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ୱାସ କଲେ।
13 When Jews from Thessalonica learned Paul proclaimed the word of our Father in Berea too, they went there also, agitating and stirring up the crowds. କିନ୍ତୁ ଯେତେବେଳେ ଥେସଲନୀକୀ ସହରରେ ଯିହୁଦୀମାନେ ଜାଣିଲେ ଯେ, ଈଶ୍ବରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରିୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ।
14 The brothers immediately sent Paul off to the sea, but Silas and Timothy stayed there. ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ।
15 Paul's escorts brought him to Athens, then left with orders for Silas and Timothy to join him as soon as possible. କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାହାଙ୍କୁ ଆଥିନୀ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତି ଶୀଘ୍ର ତାହାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ।
16 While Paul waited for them in Athens, his spirit was provoked within him, seeing the city full of idols. ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା।
17 So he debated in the synagogue with Jews and worshipers of God, and daily in the marketplace with whoever was there. ତେଣୁ ସେ ସମାଜଗୃହରେ ଯିହୁଦୀ ଓ ଯିହୁଦୀମତାବଲମ୍ବୀ ଅଣଯିହୁଦୀମାନଙ୍କ ସହିତ, ଆଉ ବଜାର ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ।
18 Some of the Epicurean and Stoic philosophers also debated with him. Some asked, "What's this babbler trying to say?" Others said, "He seems to promote foreign gods"—since he preached the good news of Jesus and the resurrection. ସେଥିରେ ଏପିକୂୂରୀୟ ଓ ସ୍ତୋୟିକ ଦର୍ଶନଶାସ୍ତ୍ରର କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।
19 They took him and brought him to the Areopagus, asking, "Can we know what this new teaching you're presenting is? ପରେ ସେମାନେ ତାହାଙ୍କୁ ଆରିୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କଅଣ ବୋଲି ଆମ୍ଭେମାନେ ଜାଣି ପାରିବା କି?
20 For you bring strange things to our ears, so we want to know what they mean." କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ ଏହି ସମସ୍ତ କଥାର ଅର୍ଥ କଅଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ।
21 Now all the Athenians and foreigners living there spent their time on nothing but telling or hearing something new. ଆଥିନୀ ସହରର ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ।
22 Paul stood in the middle of the Areopagus and said, "Athenians, I see that you are extremely religious in every way. ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀ ସହରର ଲୋକମାନେ, ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି।
23 For as I passed through and examined your sacred objects, I found an altar inscribed: 'To an unknown god.' What you worship without knowing it, I now proclaim to you. କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, “ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।” ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।
24 Our Father, who made the world and everything in it, being Sovereign of heaven and earth, doesn't live in temples made by hands, ଯେଉଁ ଈଶ୍ବର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିର-ସମୂହରେ ବାସ କରନ୍ତି ନାହିଁ,
25 nor served by human hands, as if he needed anything—he himself gives everyone life, breath, and everything. କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି।
26 From one man he made every nation of mankind live across the whole earth, fixing their set times and the boundaries of their homelands, ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,
27 so they might seek our Father, perhaps reach for him and find him—though he is not far from each of us, ସେମାନେ ଯେପରି ଈଶ୍ବରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି।
28 for 'In him we live and move and have our being'; as even some of your own poets have said, 'We too are his descendants.' କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ।”
29 So as our Father's children, we shouldn't think the divine is like gold, silver, or stone—an image shaped by human skill and imagination. ତେବେ, ଆମ୍ଭେମାନେ ଈଶ୍ବରଙ୍କର ବଂଶ ହେବାରୁ ଈଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।
30 The times of ignorance our Father overlooked, but now he commands all people everywhere to repent. ଈଶ୍ବର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ-ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
31 He set a day to judge the world justly, through a man he appointed—proving it to all by raising him from the dead." କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏହି ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।
32 Hearing of the resurrection of the dead, some mocked; others said, "We'll hear you on this again." ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।
33 So Paul left them. ଏହି ପ୍ରକାରେ ପାଉଲ ସେମାନଙ୍କ ମଧ୍ୟରୁ ବାହାରିଗଲେ।
34 But some men joined him and believed, including Dionysius the Areopagite, a woman named Damaris, and others. କିନ୍ତୁ କୌଣସି କୌଣସି ଲୋକ ତାହାଙ୍କ ସପକ୍ଷ ହୋଇ ବିଶ୍ୱାସ କଲେ; ସେମାନଙ୍କ ମଧ୍ୟରେ ଏରିୟପାଗୀୟ ଦିୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]