Skip to content
The Believer's Library

Indian Revised Version(IRV) Odia - 2021

Acts 18 IRVOry

Show IRVOry only
Verse × ×
1 After this, Paul left Athens and went to Corinth. ଏହି ସମସ୍ତ ଘଟଣା ପରେ ପାଉଲ ଆଥିନୀ ସହରରୁ ପ୍ରସ୍ଥାନ କରି କରିନ୍ଥ ସହରକୁ ଆସିଲେ।
2 There he found a Jew named Aquila, native of Pontus, newly arrived from Italy with his wife Priscilla since Claudius had ordered all Jews out of Rome. Paul visited them, ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୁଦୀଙ୍କ ଦେଖାପାଇଲେ, ପନ୍ତ ସହରରେ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୁଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ। ସେ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଗଲେ,
3 since they shared a trade, he stayed and worked with them—tentmakers by trade. ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ।
4 Every Sabbath he reasoned in the synagogue, trying to persuade Jews and Greeks. ପୁଣି, ପ୍ରତି ବିଶ୍ରାମବାର ଦିନରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୁଦୀ ଓ ଗ୍ରୀକ୍‍ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
5 When Silas and Timothy came from Macedonia, Paul was consumed by the word, testifying to the Jews that the Christ was Jesus. ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୁଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ।
6 When they resisted and insulted him, he shook out his clothes and said, "Your blood is on your own heads! I'm clean of it. From now on I'll go to the Gentiles." କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୁଦୀମାନଙ୍କ ନିକଟକୁ ଯିବି।
7 He left the synagogue and went to the house of Titius Justus, a worshiper of our Father, next door to the synagogue. ସେଥିରେ ସେ ସେ ସ୍ଥାନରୁ ପ୍ରସ୍ଥାନ କରି ତିତସ୍ ଯୂସ୍ତ ନାମକ ଜଣେ ଈଶ୍ବରଭକ୍ତଙ୍କ ଗୃହକୁ ଗଲେ, ତାହା ସମାଜଗୃହକୁ ଲାଗିଥିଲା।
8 Crispus, the synagogue leader, believed in the Lord with his whole household; many Corinthians who heard Paul believed and were baptized. କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ।
9 One night the Lord told Paul in a vision, "Don't be afraid; keep speaking, don't stay silent, ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ,
10 for I am with you, and no one will attack you to harm you, for I have many people in this city." କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି।”
11 So Paul stayed for a year and six months, teaching the word of our Father among them. ପୁଣି, ସେ ସେମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ବର୍ଷ ସେଠାରେ ବାସ କଲେ।
12 While Gallio was proconsul of Achaia, the Jews united against Paul and brought him before the tribunal, କିନ୍ତୁ ଗାଲ୍ଲିୟୋନ୍ ଆଖାୟା ଅଞ୍ଚଳର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,
13 saying, "This man is persuading people to worship God in ways contrary to the law." ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ବରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ।
14 As Paul was about to speak, Gallio told the Jews, "If this were some wrong or vicious crime, Jews, I'd have reason to put up with you. କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲିୟୋନ୍ ଯିହୁଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାଆନ୍ତା, ତେବେ, ହେ ଯିହୁଦୀମାନେ, ଧିର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତିସଙ୍ଗତ ହୋଇଥାଆନ୍ତା,
15 Since this is a dispute about words, names, and your own law, settle it yourselves. I won't judge such matters. ମାତ୍ର ଯଦି ଏହିସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହିସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ।
16 And he drove them away from the tribunal." ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ।
17 So they all grabbed Sosthenes, the synagogue leader, and beat him before the judgment seat, but none of it concerned Gallio. ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥିନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ।
18 Paul stayed on in Corinth for many more days. Then he said farewell to the brothers and sisters and sailed for Syria, accompanied by Priscilla and Aquila. At Cenchreae he had his hair cut off, for he was keeping a vow. ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟା ଅଞ୍ଚଳକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟା ସହରରେ ଆପଣା ମସ୍ତକ ମୁଣ୍ଡନ କରାଇଲେ।
19 They reached Ephesus, where Paul left Priscilla and Aquila, but he himself entered the synagogue and reasoned with the Jews. ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।
20 When they asked him to stay longer, he declined. ପୁଣି, ସେମାନେ ତାହାଙ୍କୁ ଅଧିକ ସମୟ ରହିବାକୁ ଅନୁରୋଧ କରନ୍ତେ ସେ ଏକମତ ହେଲେ ନାହିଁ,
21 But he left, saying, "I will come back to you if our Father is willing," and sailed from Ephesus. ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।
22 Landing at Caesarea, he went up, greeted the church, then went down to Antioch. କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ।
23 After some time there, he set out through Galatia and Phrygia, strengthening all the disciples. ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳଗୁଡ଼ିକ ଦେଇ ଯାତ୍ରା କରୁ କରୁ ଶିଷ୍ୟ ସମସ୍ତଙ୍କୁ ସୁସ୍ଥିର କରୁଥିଲେ।
24 A Jew named Apollos, born in Alexandria, came to Ephesus—a learned man, well versed in the Scriptures. ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୁଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକଜାଣ୍ଡ୍ରୀୟ ସହରରେ ଥିଲା; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ।
25 He had been taught the way of the Lord, and, spirit boiling over, spoke and taught accurately about Jesus—though he knew only John's baptism. ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;
26 He spoke boldly in the synagogue. Priscilla and Aquila heard him, took him aside, and explained the way of our Father more accurately. ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ। କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ବରଙ୍କ ମାର୍ଗ ବିଷୟ ତାହାଙ୍କୁ ବୁଝାଇଦେଲେ।
27 When Apollos wanted to cross to Achaia, the brothers and sisters encouraged him and wrote to the disciples to welcome him; arriving, he greatly helped those who had believed by grace, ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାହାଙ୍କୁ ଉତ୍ସାହ ଦେଇ ତାହାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ। ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ୱାସ କରିଥିଲେ, ଈଶ୍ବରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ବହୁତ ଉପକାର କଲେ,
28 for he forcefully refuted the Jews in public, proving from the Scriptures that the Christ was Jesus. କାରଣ ଯୀଶୁ ଯେ ଖ୍ରୀଷ୍ଟ, ଏହା ଧର୍ମଶାସ୍ତ୍ର ଦ୍ୱାରା ପ୍ରମାଣ କରି ସେ ପ୍ରକାଶରେ ଶକ୍ତି ସହିତ ଯିହୁଦୀମାନଙ୍କର ଯୁକ୍ତିସବୁ ଖଣ୍ଡନ କରିବାକୁ ଲାଗିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]