Skip to content
The Believer's Library

Indian Revised Version(IRV) Odia - 2021

Acts 20 IRVOry

Show IRVOry only
Verse × ×
1 After the uproar ended, Paul sent for the disciples, encouraged them, said goodbye, and left for Macedonia. ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ।
2 When he had passed through those regions and given the believers much encouragement, he came to Greece. ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ପରେ ଗ୍ରୀସ୍‍କୁ ଆସିଲେ।
3 He stayed three months; when the Jews plotted against him as he was about to sail for Syria, he decided to return through Macedonia. ସେ ସେହି ସ୍ଥାନରେ ତିନି ମାସ ରହି ଯେତେବେଳେ ଜାହାଜରେ ଚଢ଼ି ସିରିୟାକୁ ଯିବାକୁ ଚେଷ୍ଟା କଲେ, ସେତେବେଳେ ଯିହୁଦୀମାନେ ପାଉଲଙ୍କ ବିରୋଧରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆ ଦେଇ ବାହୁଡ଼ି ଯିବାକୁ ନିଷ୍ପତ୍ତି କଲେ।
4 Sopater son of Pyrrhus of Berea, Aristarchus and Secundus of Thessalonica, Gaius of Derbe, Timothy, and Tychicus and Trophimus of Asia accompanied him. ଆଉ, ବେରିୟା ନଗରନିବାସୀ ପୁରଙ୍କ ପୁଅ ସୋପାତ୍ର, ଥେସଲନୀକୀ ସହରରେ ବିଶ୍ୱାସୀମାନଙ୍କ ମଧ୍ୟରୁ ଆରିସ୍ତାର୍ଖ ଓ ସେକୁନ୍ଦ, ଦର୍ବୀର ଗାୟ, ତୀମଥି, ଆଉ ଏସିଆ ପ୍ରଦେଶର ଲୋକମାନଙ୍କ ମଧ୍ୟରୁ ତୁଖିକ ଓ ତ୍ରଫିମ ତାହାଙ୍କ ସଙ୍ଗରେ ଯାତ୍ରା କଲେ।
5 These went on ahead and were waiting for us at Troas. ଏମାନେ ସମସ୍ତେ ପ୍ରଥମରେ ଯାଇ ତ୍ରୋୟା ସହରରେ ଆମ୍ଭମାନଙ୍କର ଅପେକ୍ଷା କରୁଥିଲେ।
6 We sailed from Philippi after the days of Unleavened Bread, reaching them at Troas in five days and staying there seven days. ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀ ସହରରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ।
7 On the first day of the week, when we gathered to break bread, Paul talked with them; planning to leave the next day, he kept talking until midnight. ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।
8 There were many lamps in the upper room where we were gathered. ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା।
9 A young man named Eutychus sat in the window, sinking into deep sleep as Paul kept talking. Overcome by sleep, he fell from the third story and was picked up dead. ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆପଣା ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା।
10 Paul went down, bent over him, and embracing him said, "Don't be alarmed; his life is in him." ପାଉଲ ସେଥିରେ ତଳକୁ ଓହ୍ଲାଇ ଆସି ତାହା ଉପରେ ପଡ଼ି ତାହାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି।
11 He went back up, broke bread, ate, and talked with them a long time, until daybreak, then left. ସେ ପରେ ଉପରକୁ ଯାଇ ରୁଟି ଭାଙ୍ଗି ଭୋଜନ କଲେ, ପୁଣି, ସେମାନଙ୍କ ସହିତ ପ୍ରଭାତ ହେବା ପର୍ଯ୍ୟନ୍ତ ବହୁତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ।
12 And they brought the young man home alive, and were greatly comforted. ଆଉ ସେମାନେ ସେହି ଯୁବାକୁ ଜୀବିତ ପାଇ ଅତ୍ୟନ୍ତ ଆଶ୍ୱାସନା ପାଇଲେ।
13 We went ahead by ship to Assos, planning to take Paul aboard; he had chosen to go by land. କିନ୍ତୁ ଆମ୍ଭେମାନେ ଆଗେ ଜାହାଜରେ ଚଢ଼ି ଆସସ୍‌ ସହରକୁ ଯାତ୍ରା କଲୁ, ସେଠାରୁ ପାଉଲଙ୍କୁ ନେଇଯିବା ପାଇଁ ମନେ କରିଥିଲୁ, କାରଣ ସ୍ଥଳ ପଥରେ ଯିବା ପାଇଁ ସେ ନିଜେ ଇଚ୍ଛା କରି ସେପ୍ରକାର ସ୍ଥିର କରିଥିଲେ।
14 And when he met us at Assos, we took him on board and came to Mitylene. ଯେତେବେଳେ ସେ ଆମ୍ଭମାନଙ୍କୁ ଆସସ୍‌ରେ ଭେଟିଲେ, ଆମ୍ଭେମାନେ ତାହାଙ୍କୁ ଘେନି ମିତୁଲୀନୀ ସହରକୁ ଆସିଲୁ,
15 Sailing from there, we came opposite Chios the next day, put in at Samos the day after, and reached Miletus the following day. ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ଦ୍ୱୀପ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମ ଦ୍ୱୀପରେ ଲଗାଇଲୁ ଓ ଆରଦିନ ମୀଲୀତ ସହରରେ ପହଞ୍ଚିଲୁ।
16 Paul had decided to sail past Ephesus, avoiding time in Asia; he was hurrying to reach Jerusalem, if possible, by Pentecost. କାରଣ ପାଉଲଙ୍କ ଏସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୂଶାଲମ ସହରରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ।
17 From Miletus he sent to Ephesus and called the elders of the church to come to him. ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।
18 When they came, he said, "You know how I lived among you the whole time, from the first day I set foot in Asia, ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଏସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,
19 serving our Lord Jesus with complete humility, tears, and trials brought on by the Jews' plots against me, ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୁଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହିସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,
20 how I held nothing back that would help you, but declared it and taught you publicly and house to house, କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ,
21 testifying to both Jews and Greeks: repentance toward our Father and faith in our Lord Jesus. ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।
22 Now bound by the Spirit, I'm heading to Jerusalem, not knowing what awaits me there, ଏବେ ଦେଖ, ମୁଁ ଆତ୍ମାରେ ପ୍ରେରଣା ପାଇ ଯିରୂଶାଲମ ସହରକୁ ଯାଉଅଛି, ସେ ସ୍ଥାନରେ ମୋ ପ୍ରତି କଅଣ ସବୁ ଘଟିବ, ତାହା ମୁଁ ଜାଣେ ନାହିଁ;
23 except the Holy Spirit tells me in every city that chains and sufferings await me. ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି।
24 But I place no value on my life, nor treasure it for myself, only that I finish my course and the ministry I received from our Lord Jesus, testifying to the gospel of our Father's grace. କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।
25 And now I know none of you among whom I went preaching the kingdom of our Father will see my face again. ପୁଣି, ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ବରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ଆଉ ମୋହର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ।
26 Therefore I testify to you this day that I am innocent of the blood of all, ଏହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ନିର୍ଦ୍ଦୋଷ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି।
27 for I did not shrink from declaring to you the whole purpose of our Father. ମୁଁ ଈଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।
28 Watch yourselves and all the flock the Holy Spirit made you overseers of, to shepherd our Father's church, which he purchased with the blood of his own Son. ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
29 I know that after my departure fierce wolves will come in among you, not sparing the flock. ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,
30 Men from among you will rise, speaking distorted things, to draw the disciples away after them. ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।
31 So watch, remembering that for three years, night and day, I never stopped warning each one of you with tears. ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।
32 Now I entrust you to our Father and to the word of his grace, able to build you up and give you the inheritance among all who are made holy. ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ବରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।
33 I coveted no one's silver or gold or clothing. ମୁଁ କାହାରି ରୂପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି।
34 You yourselves know that these hands provided for my needs and for those who were with me. ମୋହର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୂରଣ ନିମନ୍ତେ ସେବା କରିଆସୁଅଛି, ନିଜେ ଏହା ତୁମ୍ଭେମାନେ ଜାଣ।
35 In everything I showed you that, working hard this way, we must help the weak, remembering the words of our Lord Jesus, that he himself said, It is more blessed to give than to receive." ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।
36 And when he had said these things, he knelt down with them all and prayed. ଏହିସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।
37 They all wept; they embraced Paul and kissed him, ଆଉ ସେମାନେ ଅତ୍ୟନ୍ତ ରୋଦନ କରି ପାଉଲଙ୍କ ଗଳା ଧରି ତାହାଙ୍କୁ ଚୁମ୍ବନ କରିବାକୁ ଲାଗିଲେ,
38 grieving most over his words—that they'd never see his face again—they walked him to the ship. ସେମାନେ ତାହାଙ୍କ ମୁଖ ପୁଣି, ଆଉ ଥରେ ଦେଖିବେ ନାହିଁ ବୋଲି ପାଉଲ ଯେ କଥା କହିଥିଲେ, ସେଥିପାଇଁ ବିଶେଷ ରୂପେ ଦୁଃଖ କଲେ। ପରେ ସେମାନେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଘେନିଗଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]