Skip to content
The Believer's Library

Indian Revised Version(IRV) Odia - 2021

Acts 21 IRVOry

Show IRVOry only
Verse × ×
1 Having torn ourselves away from them, we set sail and went straight to Cos, then the next day to Rhodes, then from there to Patara. ସେମାନଙ୍କଠାରୁ ବିଦାୟ ନେଇ ଆମ୍ଭେମାନେ ଜାହାଜରେ ଚଢ଼ି ସିଧା ବାଟରେ କୋସ୍‌ ଦ୍ବୀପକୁ ଆସିଲୁ, ପରଦିନ ରୋଦା ଦ୍ବୀପକୁ, ପୁଣି, ସେ ସ୍ଥାନରୁ ପାତାରା ସହରକୁ ଆସିଲୁ।
2 Finding a ship crossing over to Phoenicia, we went aboard and set sail. ସେଠାରେ ଆମ୍ଭେମାନେ ଫୈନୀକିଆକୁ ପାର ହୋଇ ଯାଉଥିବା ଗୋଟିଏ ଜାହାଜ ପାଇ ସେଥିରେ ଚଢ଼ି ଯାତ୍ରା କଲୁ।
3 Sighting Cyprus and leaving it on our left, we sailed to Syria and landed at Tyre, where the ship was to unload its cargo. ପରେ ସାଇପ୍ରସ୍ ଦ୍ୱୀପ ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟା ଅଞ୍ଚଳକୁ ଯାତ୍ରା କରି ସୋର ସହରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା।
4 We found the disciples there and stayed seven days. Through the Holy Spirit they kept telling Paul not to set foot in Jerusalem. ସେଠାରେ ଶିଷ୍ୟମାନଙ୍କୁ ଖୋଜି, ସେମାନଙ୍କ ସାକ୍ଷାତ ପାଇ ସାତ ଦିନ ରହିଲୁ; ପୁଣି, ଯେପରି ପାଉଲ ଯିରୂଶାଲମ ସହରରେ ପଦାର୍ପଣ ନ କରନ୍ତି, ଏଥିପାଇଁ ସେମାନେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ କହିଲେ।
5 When our time there was up, we left and went on, all of them with wives and children walking with us out of the city. We knelt on the beach and prayed, ଆମ୍ଭେମାନେ ସାତ ଦିନ ରହିଲା ଉତ୍ତାରେ, ସେହି ସ୍ଥାନରୁ ଯାତ୍ରା କଲୁ, ପୁଣି, ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ଆମ୍ଭମାନଙ୍କୁ ନଗରର ବାହାର ପର୍ଯ୍ୟନ୍ତ ଛାଡ଼ିବା ନିମନ୍ତେ ଆସିଲେ,
6 and said farewell to one another. Then we went aboard the ship, and they returned home. ଆଉ ଆମ୍ଭେମାନେ ସମୁଦ୍ରକୂଳରେ ଆଣ୍ଠୁପାତି ପ୍ରାର୍ଥନା କଲୁ, ପୁଣି, ପରସ୍ପରଠାରୁ ବିଦାୟ ନେଲୁ; ପରେ ଆମ୍ଭେମାନେ ଜାହାଜରେ ଚଢ଼ିଲୁ, ଆଉ ସେମାନେ ଘରକୁ ବାହୁଡ଼ିଗଲେ।
7 Finishing our voyage from Tyre, we arrived at Ptolemais, greeted the brothers, and stayed one day with them. ସୋରରୁ ଆମ୍ଭେମାନେ ଜଳଯାତ୍ରା ଶେଷ କରି ତଲିମାଇ ପ୍ରଦେଶରେ ପହଞ୍ଚିଥିଲୁ ଓ ଭାଇମାନଙ୍କୁ ନମସ୍କାର କରି, ଗୋଟିଏ ଦିନ ସେମାନଙ୍କ ସହିତ ରହିଲୁ।
8 The next day we left for Caesarea and entered the house of Philip the evangelist, one of the seven, and stayed with him. ପରଦିନ ଆମ୍ଭେମାନେ କାଇସରିୟାକୁ ପ୍ରସ୍ଥାନ କଲୁ। ଆଉ ସାତ ଜଣଙ୍କ ମଧ୍ୟରେ ଅନ୍ତର୍ଗତ, ସୁସମାଚାର ପ୍ରଚାରକ ଫିଲିପ୍ପଙ୍କ ଗୃହରେ ପ୍ରବେଶ କରି ତାହାଙ୍କ ସାଙ୍ଗରେ ରହିଲୁ।
9 He had four unmarried daughters who prophesied. ତାହାଙ୍କର ଚାରି ଜଣ କୁମାରୀ କନ୍ୟା, ଭାବବାଦିନୀ ଥିଲେ।
10 While we were staying there for many days, a prophet named Agabus came down from Judea. ଆମ୍ଭେମାନେ ସେହି ସ୍ଥାନରେ ଅନେକ ଦିନ ରହିଲା ପରେ ଆଗାବ ନାମକ ଜଣେ ଭାବବାଦୀ ଯିହୂଦିୟା ପ୍ରଦେଶରୁ ଆସିଲେ।
11 He came to us, took Paul's belt, tied his own feet and hands, and said, "The Holy Spirit says this: the Jews in Jerusalem will tie up this belt's owner the same way, then hand him over into Gentile hands." ସେ ପାଉଲଙ୍କ କଟି ବନ୍ଧନ ଘେନି ଆପଣା ହସ୍ତପାଦ ବନ୍ଧନ କରି ସେ ଆମ୍ଭମାନଙ୍କ ନିକଟକୁ ଆସି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କୁ ଯିରୂଶାଲମ ନିବାସୀ ଯିହୁଦୀମାନେ ଏହିପରି ବାନ୍ଧି ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ।
12 When we heard this, we and the local people begged Paul not to go up to Jerusalem. ଏହି ସମସ୍ତ କଥା ଶୁଣି ଆମ୍ଭେମାନେ ଓ ସେହି ସ୍ଥାନର ଲୋକମାନେ ତାହାଙ୍କୁ ଯିରୂଶାଲମ ସହରକୁ ନ ଯିବା ପାଇଁ ବିନତି କଲୁ।
13 Paul answered, "Why weep and break my heart? I'm ready not only to be bound but to die in Jerusalem for the name of the Lord Jesus." ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କଅଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମ ସହରରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।
14 And since he would not be persuaded, we fell silent and said, "The Lord's will be done." ସେ ନ ମାନିବାରୁ ଆମ୍ଭେମାନେ କ୍ଷାନ୍ତ ହୋଇ କହିଲୁ, ପ୍ରଭୁଙ୍କର ଇଚ୍ଛା ସଫଳ ହେଉ।
15 After these days we got ready and went up to Jerusalem. ଆମ୍ଭେମାନେ ଏହି ସମସ୍ତ ଦିନ ଉତ୍ତାରେ ଜିନିଷପତ୍ର ନେଇ ଯିରୂଶାଲମ ସହରକୁ ଯାତ୍ରା କଲୁ।
16 Some disciples from Caesarea also went with us, bringing us to stay with Mnason, a Cypriot and early disciple. ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ ସାଇପ୍ରସ୍‍ର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ, ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା।
17 When we arrived in Jerusalem, the brothers welcomed us gladly. ଆମ୍ଭେମାନେ ଯିରୂଶାଲମ ସହରରେ ପହଞ୍ଚନ୍ତେ ଆମ୍ଭମାନଙ୍କୁ ବିଶ୍ୱାସୀ ଭାଇମାନେ ଆନନ୍ଦରେ ଗ୍ରହଣ କଲେ।
18 On the following day Paul went with us to see James, and all the elders were present. ତହିଁ ଆରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସେ ସ୍ଥାନରେ ସମସ୍ତ ପ୍ରାଚୀନ ଉପସ୍ଥିତ ହେଲେ।
19 He greeted them, then related one by one what our Father had done among the Gentiles through his ministry. ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ବର ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହିସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।
20 Hearing this, they praised our Father, then told him, "You see, brother, how many thousands of Jews have believed, and all are passionate for the law. ସେମାନେ ତାହା ଶୁଣି ଈଶ୍ବରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୁଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍‌ଯୋଗୀ।
21 They were told you teach all Jews among the nations to abandon Moses, telling them not to circumcise their children or follow our customs. ପୁଣି, ଅଣଯିହୁଦୀମାନଙ୍କ ମଧ୍ୟରେ ବାସକାରୀ ସମସ୍ତ ଯିହୁଦୀଙ୍କ ନିଜ ନିଜ ଶିଶୁମାନଙ୍କୁ ସୁନ୍ନତ ନ କରିବାକୁ ଓ ବିଧିବିଧାନ ଅନୁସାରେ ନ ଚଳିବାକୁ କହି, ମୋଶାଙ୍କ ବ୍ୟବସ୍ଥା ପରିତ୍ୟାଗ କରିବା ନିମନ୍ତେ ତୁମ୍ଭେ ଯେ ସେମାନଙ୍କୁ ଶିକ୍ଷା ଦେଇଥାଅ, ତୁମ୍ଭ ବିଷୟରେ ଏହି ସମ୍ବାଦ ସେମାନେ ପାଇଅଛନ୍ତି।
22 So what should we do? They will certainly hear that you have come. ତେବେ କଅଣ କରାଯାଏ? ତୁମ୍ଭେ ଆସିଅଛ ବୋଲି ସେମାନେ ଅବଶ୍ୟ ଶୁଣିବେ।
23 So do what we tell you. We have four men who are under a vow. ଏଣୁ ଆମ୍ଭେମାନେ ତୁମ୍ଭଙ୍କୁ ଯାହା କହୁଅଛୁ, ତାହା କର। ଆମ୍ଭମାନଙ୍କ ପାଖରେ ଚାରି ଜଣ ଲୋକ ଅଛନ୍ତି, ସେମାନେ ଗୋଟିଏ ବ୍ରତ ନେଇଅଛନ୍ତି;
24 Take these men, purify yourself with them, and pay their expenses so they may shave their heads. Then everyone will know the reports about you are false, and that you yourself keep the law. ସେମାନଙ୍କୁ ନେଇ ସେମାନଙ୍କ ସହିତ ଆପଣାକୁ ଶୁଚି କର, ଆଉ ସେମାନଙ୍କ ମସ୍ତକ ମୁଣ୍ଡନର ବ୍ୟୟ ଭାର ବହନ କର, ତାହାହେଲେ ସେମାନେ ତୁମ୍ଭ ବିଷୟରେ ଯେଉଁ ସବୁ ସମ୍ବାଦ ପାଇଅଛନ୍ତି, ସେଥିରେ ଯେ କିଛି ସତ୍ୟ ନାହିଁ, ବରଂ ତୁମ୍ଭେ ଯେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରି ଆଚରଣ କରୁଅଛ, ଏହା ସମସ୍ତେ ଜାଣିବେ।
25 As for the Gentiles who have believed, we already wrote our decision: avoid food offered to idols, blood, strangled animals, and sexual immorality." କିନ୍ତୁ ଯେଉଁ ଅଣଯିହୁଦୀମାନେ ବିଶ୍ୱାସ କରିଅଛନ୍ତି, ସେମାନଙ୍କ ସମ୍ବନ୍ଧରେ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ଜିନିଷ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଆଉ ଯୌନକ୍ରିୟାଠାରୁ ନିଜ ନିଜକୁ ଦୂରେଇ ରଖିବା ଯେ ଉଚିତ, ଆମ୍ଭେମାନେ ଏହା ବିଚାର କରି ଲେଖିଅଛୁ।
26 So Paul took the men, and the next day, having purified himself with them, entered the temple, announcing when the purification days would end and the offering would be made for each of them. ପାଉଲ ସେଥିରେ ସେହି ଲୋକମାନଙ୍କୁ ନେଇ ପରଦିନ ସେମାନଙ୍କ ସହିତ ଆପଣାକୁ ଶୁଚି କରି ମନ୍ଦିର ଭିତରେ ପ୍ରବେଶ କଲେ, ପୁଣି, ସେମାନଙ୍କ ପ୍ରତ୍ୟେକଙ୍କ ନିମନ୍ତେ ନୈବେଦ୍ୟ ଉତ୍ସର୍ଗ ହେବା ପର୍ଯ୍ୟନ୍ତ ଶୌଚକର୍ମରେ କେତେ ଦିନ ଲାଗିବ, ତାହା ଜଣାଇ ଦେଲେ।
27 As the seven days were ending, Jews from Asia saw him in the temple, stirred up the whole crowd, and grabbed him, ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୁଅନ୍ତେ, ଏସିଆର ଯିହୁଦୀମାନେ ମନ୍ଦିରରେ ତାହାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି, ତାହାଙ୍କୁ ଧରି ଚିତ୍କାର କରିବାକୁ ଲାଗିଲେ,
28 shouting, "Men of Israel, help! This is the man teaching everyone everywhere against our people, the law, and this place. He's even brought Greeks into the temple, making this holy place unclean." ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍‍ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି।
29 They had earlier seen Trophimus the Ephesian with Paul in the city and assumed Paul had brought Trophimus into the temple. କାରଣ ପୂର୍ବେ ସେମାନେ ନଗର ମଧ୍ୟରେ ପାଉଲଙ୍କ ସାଙ୍ଗରେ ଏଫିସବାସୀ ତ୍ରଫିମଙ୍କୁ ଦେଖିଥିଲେ, ଆଉ ପାଉଲ ହିଁ ତାହାଙ୍କୁ ମନ୍ଦିର ଭିତରକୁ ଆଣିଥିବେ ବୋଲି ଅନୁମାନ କରୁଥିଲେ।
30 The whole city was stirred; people ran together, seized Paul, dragged him out of the temple, and at once the gates were shut. ଏଥିରେ ନଗରସାରା ଚହଳ ପଡ଼ିଗଲା, ଲୋକମାନେ ଏକାଠି ଦୌଡ଼ିଲେ, ପୁଣି, ସେମାନେ ପାଉଲଙ୍କୁ ଧରି ମନ୍ଦିର ବାହାରକୁ ଟାଣି ଆଣିଲେ; ଆଉ ସେହିକ୍ଷଣି ଦ୍ୱାରସବୁ ବନ୍ଦ କରାଗଲା।
31 As they tried to kill him, word reached the cohort commander that all Jerusalem was in turmoil. ପୁଣି, ତାହାଙ୍କୁ ସେମାନେ ମାରିପକାଇବା ପାଇଁ ଚେଷ୍ଟା କରନ୍ତେ ସମସ୍ତ ଯିରୂଶାଲମ ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଅଛି ବୋଲି ସୈନ୍ୟଦଳର ସହସ୍ର-ସେନାପତିଙ୍କ ନିକଟକୁ ସମ୍ବାଦ ଆସିଲା।
32 He immediately took soldiers and centurions and ran down to them. Seeing the commander and soldiers, the crowd stopped beating Paul. ଏଥିରେ ସେ ସେହିକ୍ଷଣି ସୈନ୍ୟ ଓ ଶତ-ସେନାପତିମାନଙ୍କୁ ନେଇ ସେମାନଙ୍କ ନିକଟକୁ ଦୌଡ଼ିଗଲେ। ସେମାନେ ସହସ୍ର-ସେନାପତି ଓ ସୈନ୍ୟମାନଙ୍କୁ ଦେଖି ପାଉଲଙ୍କୁ ପ୍ରହାର କରିବା ବନ୍ଦ କଲେ।
33 The commander came, seized him, ordered him bound with two chains, then asked who he was and what he'd done. ସେତେବେଳେ ସହସ୍ର-ସେନାପତି ପାଖକୁ ଆସି ତାହାଙ୍କୁ ଧରି ଦୁଇଟା ଜଞ୍ଜିରରେ ବାନ୍ଧିବା ପାଇଁ ଆଜ୍ଞା ଦେଲେ, ପୁଣି, ସେ କିଏ ଓ କଅଣ କରିଅଛି ବୋଲି ପଚାରିଲେ।
34 In the crowd some shouted one thing, some another. Unable to learn what was true because of the uproar, he ordered Paul brought into the barracks. ସେଥିରେ ଲୋକମାନଙ୍କ ମଧ୍ୟରୁ କେହି ଏ କଥା, କେହି କେହି ସେକଥା କହି ଚିତ୍କାର କରିବାକୁ ଲାଗିଲେ। ଆଉ, ସେ ଗଣ୍ଡଗୋଳର କାରଣ ନିଶ୍ଚୟରୂପେ କିଛି ଜାଣି ନ ପାରିବାରୁ, ତାହାଙ୍କୁ ଗଡ଼କୁ ନେଇଯିବା ପାଇଁ ଆଦେଶ ଦେଲେ।
35 When Paul reached the steps, soldiers had to carry him because of the crowd's violence, ପୁଣି, ଯେତେବେଳେ ସେ ସୋପାନ ଉପରକୁ ଆସିଲେ, ସେତେବେଳେ ଲୋକସମୂହର ଉଗ୍ରତା ହେତୁ ସୈନ୍ୟମାନଙ୍କୁ ତାହାଙ୍କୁ ବୋହି ନେଇଯିବାକୁ ପଡ଼ିଲା,
36 for the mob kept following, shouting, "Away with him!" କାରଣ ତାହାଙ୍କୁ ବଧ କର ବୋଲି ଅସଂଖ୍ୟ ଲୋକ ପଛରେ ଯାଉ ଯାଉ ଚିତ୍କାର କରୁଥିଲେ।
37 As Paul was about to be led into the barracks, he asked the commander, "May I say something to you?" He replied, "Do you know Greek?" ସେମାନେ ପାଉଲଙ୍କୁ ଗଡ଼ ଭିତରକୁ ନେଇଯିବା ପାଇଁ ଚେଷ୍ଟା କରିବା ସମୟରେ, ସେ ସହସ୍ର-ସେନାପତିଙ୍କୁ କହିଲେ, ମୁଁ ଆପଣଙ୍କୁ କିଛି କହିପାରେ କି? ସେଥିରେ ସେ କହିଲେ ତୁମ୍ଭେ କି ଗ୍ରୀକ୍‍ ଜାଣ?
38 Aren't you the Egyptian who stirred up a revolt earlier and led 4,000 Assassins into the wilderness? ତେବେ, ଏଥିପୂର୍ବେ ଯେଉଁ ମିସରୀୟ ଲୋକ ବିଦ୍ରୋହ ଲଗାଇ ଚାରି ହଜାର ଡକାଇତମାନଙ୍କୁ ପ୍ରାନ୍ତରରୁ ଘେନିଯାଇଥିଲେ, ତୁମ୍ଭେ କି ସେହି ନୁହଁ?
39 Paul answered, "I am a Jew, from Tarsus in Cilicia, a citizen of no insignificant city. I beg you, let me speak to the people." ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୁଦୀ, କିଲିକିୟା ଅଞ୍ଚଳର, ତାର୍ଷ ନାମକ ଏକ ପ୍ରସିଦ୍ଧ ସହରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି।
40 With permission granted, Paul stood on the steps and motioned to the people with his hand. When deep silence fell, he spoke to them in Hebrew: ସେ ଅନୁମତି ଦେବାରୁ ପାଉଲ ସୋପାନରେ ଠିଆ ହୋଇ ଲୋକମାନଙ୍କୁ ହସ୍ତ ଦ୍ୱାରା ସଙ୍କେତ କଲେ; ଆଉ ସମସ୍ତେ ନୀରବ ହେଲା ଉତ୍ତାରେ ସେ ଏବ୍ରୀ ଭାଷାରେ ସେମାନଙ୍କୁ କହିବାକୁ ଲାଗିଲେ,
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]