Skip to content
The Believer's Library

Indian Revised Version(IRV) Odia - 2021

Acts 22 IRVOry

Show IRVOry only
Verse × ×
1 "Brothers and fathers, listen now to my defense before you." ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ।
2 When they heard him speaking to them in Hebrew, they grew even more quiet. And he said: ସେ ଏବ୍ରୀ ଭାଷାରେ ସେମାନଙ୍କ ନିକଟରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ।
3 "I am a Jew, born in Tarsus of Cilicia, raised in this city, trained at Gamaliel's feet in the strict law of our ancestors, as eager for God as all of you are today. ସେଥିରେ ସେ କହିଲେ, ମୁଁ ଜଣେ ଯିହୁଦୀ, କିଲିକିୟାର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‌ଯୋଗୀ ଅଟନ୍ତି, ଈଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;
4 I persecuted this Way to the death, binding and delivering to prison both men and women, ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି।
5 as the high priest and the whole council of elders can testify. From them I received letters to the brothers in Damascus, and went to bring those there as prisoners to Jerusalem for punishment." ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେଶକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମ ସହରକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି।
6 "Traveling and nearing Damascus about noon, a great light from heaven suddenly flashed around me." କିନ୍ତୁ ମୁଁ ଯାଉ ଯାଉ ଦମ୍ମେଶକ ସହରର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍‍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକି ଉଠିଲା।
7 I fell to the ground and heard a voice say to me, "Saul, Saul, why are you persecuting me?" ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, “ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ?”
8 I answered, "Who are you, Lord?" He replied, "I am Jesus of Nazareth, whom you're persecuting." ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ? ସେଥିରେ ସେ ମୋତେ କହିଲେ, “ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି।”
9 "Those with me saw the light but didn't understand the voice of the one speaking to me." ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ।
10 I said, "What should I do, Lord?" The Lord replied, "Get up and go into Damascus. There you'll be told all you've been appointed to do." ସେଥିରେ ମୁଁ କହିଲି, ପ୍ରଭୁ ମୁଁ କଅଣ କରିବି? ପୁଣି, ପ୍ରଭୁ ମୋତେ କହିଲେ, “ଉଠ, ଦମ୍ମେଶକକୁ ଯାଅ, ଆଉ ଯେ ସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୂପିତ ଅଛି, ସେ ସବୁ ତୁମ୍ଭକୁ ସେଠାରେ କୁହାଯିବ।”
11 "Since that light's brightness blinded me, my companions led me by the hand into Damascus." ମୁଁ ସେହି ଆଲୋକର ତେଜ ହେତୁ ଦେଖି ନ ପାରିବାରୁ, ମୋ ସାଙ୍ଗରେ ଥିବା ଲୋକମାନଙ୍କ ଦ୍ୱାରା ଚାଳିତ ହୋଇ ଦମ୍ମେଶକକୁ ଆସିଲି।
12 "A man named Ananias, devout by the law, well spoken of by all the Jews living there, ସେହି ସ୍ଥାନରେ ଥିବା ସମସ୍ତ ଯିହୁଦୀଙ୍କ ନିକଟରେ ସୁଖ୍ୟାତିସମ୍ପନ୍ନ ହନନୀୟ ନାମକ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ,
13 came and stood by me and said, 'Brother Saul, receive your sight.' At that very hour I looked up and saw him." ମୋʼ ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ। ସେହି ମୁହୂର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି।
14 "He said, 'The God of our fathers appointed you to know his will, to see the Righteous One, and to hear a voice from his mouth; ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃ-ପୁରୁଷଙ୍କର ଈଶ୍ବର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,
15 for you will be his witness to everyone of what you have seen and heard. କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ।
16 And now, why wait? Get up, be baptized, wash away your sins, calling on his name." ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।
17 "When I had returned to Jerusalem and was praying in the temple, I fell into a trance," ଏଥିଉତ୍ତାରେ ମୁଁ ଯିରୂଶାଲମ ସହରକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି।
18 and saw him saying to me, "Hurry and leave Jerusalem quickly, because they won't accept your testimony about me." ସେ ମୋତେ କହିଲେ, “ବିଳମ୍ବ ନ କରି ଶୀଘ୍ର ଯିରୂଶାଲମ ସହରରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।”
19 I said, "Lord, they themselves know that I went from synagogue to synagogue imprisoning and beating those who believed in you. ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;
20 When the blood of your witness Stephen was being shed, I stood by, approving and guarding the cloaks of those killing him.'" ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି।
21 "And he said to me, 'Go, for I will send you far away to the Gentiles.'" ସେଥିରେ ସେ ମୋତେ କହିଲେ, “ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୁଦୀମାନଙ୍କ ନିକଟକୁ ପଠାଇବୁ।”
22 Up to that point they listened, then they raised their voices and shouted, "Erase such a man from the earth! He shouldn't be allowed to live!" ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ୍ ନୁହେଁ।
23 And as they were shouting and throwing off their cloaks and flinging dust into the air, ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ,
24 the commander ordered him taken into the barracks and whipped, to learn why they were shouting against him like this. ସେତେବେଳେ ସହସ୍ର-ସେନାପତି ତାହାଙ୍କୁ ଗଡ଼ ଭିତରକୁ ନେଇଯିବାକୁ ଅାଦେଶ ଦେଲେ, ପୁଣି, ଲୋକେ କାହିଁକି ତାହାଙ୍କ ବିରୁଦ୍ଧରେ ଏପ୍ରକାର ଚିତ୍କାର କରୁଅଛନ୍ତି, ଏହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ୱାରା ତାହାଙ୍କୁ ପରୀକ୍ଷା କରିବା ନିମନ୍ତେ ଆଦେଶ ଦେଲେ।
25 As they stretched him out for the straps, Paul said to the centurion standing there, "Is it legal for you to whip a Roman citizen who hasn't been condemned?" ସେମାନେ ପାଉଲଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ, ପାଉଲ ନିକଟରେ ଠିଆ ହୋଇଥିବା ଶତ-ସେନାପତିଙ୍କୁ କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ?
26 Hearing this, the centurion went to the commander and reported it: "What are you about to do? This man is a Roman citizen." ସେହି ଶତ-ସେନାପତି ଏହା ଶୁଣି ସହସ୍ର-ସେନାପତିଙ୍କ ନିକଟକୁ ଯାଇ ତାହାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କଅଣ କରିବାକୁ ଯାଉଅଛନ୍ତି? ଏହି ଲୋକ ତ ଜଣେ ରୋମୀୟ।
27 So the commander came and asked, "Tell me, are you a Roman citizen?" "Yes," he said. ସେଥିରେ ସହସ୍ର-ସେନାପତି ଆସି ତାହାଙ୍କୁ କହିଲେ, ମୋତେ କୁହ, ତୁମ୍ଭେ କି ଜଣେ ରୋମୀୟ? ସେ କହିଲେ ହଁ।
28 The commander said, "I paid a large sum for this citizenship." But Paul said, "I was born a citizen." ସେଥିରେ ସହସ୍ର-ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି। ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ।
29 So those about to question him withdrew at once; the commander was afraid, realizing he had bound a Roman citizen. ତେବେ ଯେଉଁ ଲୋକମାନେ ତାହାଙ୍କୁ ପରୀକ୍ଷା କରିବାକୁ ଚେଷ୍ଟା କରୁଥିଲେ, ସେମାନେ ସେହିକ୍ଷଣି ସେଥିରୁ ନିବୃତ୍ତ ହେଲେ, ସହସ୍ର-ସେନାପତି ସୁଦ୍ଧା ସେ ଯେ ଜଣେ ରୋମୀୟ, ଏହା ବୁଝିବାରୁ ଏବଂ ତାହାଙ୍କୁ ବାନ୍ଧିବାରୁ ଭୟ କଲେ।
30 The next day, wanting to know exactly why the Jews accused him, the commander freed Paul, ordered the chief priests and the whole council to assemble, brought Paul down, and set him before them. କିନ୍ତୁ କାହିଁକି ସେ ଯିହୁଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହୋଇଅଛନ୍ତି, ତାହା ନିଶ୍ଚୟରୂପେ ଜାଣିବା ଇଚ୍ଛାରେ ସେ ପରଦିନ ତାହାଙ୍କର ବନ୍ଧନ ଫିଟାଇ ପ୍ରଧାନ ଯାଜକ ଓ ସମସ୍ତ ମହାସଭାକୁ ଏକତ୍ର ଆସିବା ପାଇଁ ଆଜ୍ଞା ଦେଲେ, ପୁଣି, ପାଉଲଙ୍କୁ ନେଇ ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]