Skip to content
The Believer's Library

Indian Revised Version(IRV) Odia - 2021

Acts 24 IRVOry

Show IRVOry only
Verse × ×
1 Five days later the high priest Ananias came down with some elders and a lawyer, Tertullus, and they brought charges against Paul before the governor. ପାଞ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ।
2 When Paul was summoned, Tertullus began his accusation: "Through you we enjoy great peace, and reforms have come to this nation through your foresight, ତାହାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାହାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ୱାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି, ଆପଣଙ୍କର ଦୂରଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି,
3 we acknowledge this in every way and everywhere, most excellent Felix, with all gratitude. ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ୱୀକାର କରୁଅଛୁ।
4 But so as not to detain you any further, I ask you to hear us kindly, in a few words. କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଳାନ୍ତ ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟା ଗୁଣରେ ଆମ୍ଭମାନଙ୍କ କେତୋଟି କଥା ଶୁଣିବା ପାଇଁ ମୁଁ ଆପଣଙ୍କୁ ନିବେଦନ କରୁଅଛି।
5 We found this man a plague, stirring up riots among all the Jews worldwide, and a ringleader of the Nazarene sect. କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;
6 He even tried to desecrate the temple, so we seized him. ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ।
7 Not in this edition କିନ୍ତୁ ସହସ୍ର-ସେନାପତି ଲୂସୀୟା ଆସି ଅତିଶୟ ଜୋର୍‍ରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇନେଲେ,
8 By examining him yourself, you can learn all we accuse him of." ଆଉ ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆଦେଶ ଦେଲେ। ଏହି ଯେ ସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହିସବୁ ଅବଗତ ହୋଇପାରିବେ।
9 The Jews also joined in the attack, insisting that these things were so. ଅନ୍ୟ ଯିହୁଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହି ସମସ୍ତ କଥା ସତ୍ୟ ବୋଲି କହିଲେ।
10 The governor motioned him to speak. Paul answered: "Knowing you've judged this nation for many years, I gladly defend myself. ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷ ସମର୍ଥନ କରୁଅଛି।
11 You can confirm it's no more than twelve days since I went up to worship in Jerusalem. ବାର ଦିନରୁ ଅଧିକ ହେବ ନାହିଁ ମୁଁ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି
12 They found me arguing with no one, stirring up no crowd—not in the temple, the synagogues, or anywhere in the city. ଆଉ ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ବା ଜନତାକୁ ମତାଇବାର ଦେଖି ନାହାନ୍ତି,
13 Nor can they prove to you the charges they are now bringing against me. ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରିପାରନ୍ତି ନାହିଁ।
14 But I confess to you: following the Way—they call it a sect—I worship the God of our ancestors, believing all that agrees with the Law and is written in the Prophets. କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀମାନଙ୍କ ପୁସ୍ତକରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ୱାସ କରେ;
15 I have hope in our Father—one these men also hold—that the righteous and unrighteous alike will rise. ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ବରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି।
16 So I always strive to keep my conscience clear before our Father and before people. ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ବରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ।
17 After several years I came to bring charitable gifts for my nation's poor, and offerings. ଅନେକ ବର୍ଷ ପରେ ମୁଁ ମୋହର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି।
18 Amid this, they found me purified in the temple—no crowd, no uproar. ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିଶି ନ ଥିଲି, କିନ୍ତୁ ଏସିଆ ପ୍ରଦେଶର କେତେକ ଯିହୁଦୀ ଲୋକମାନେ ଥିଲେ;
19 Some Jews from Asia should be here before you to accuse, if they have anything against me. ଯଦି ସେମାନଙ୍କର ମୋ, ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ୍ ହୋଇଥାଆନ୍ତା।
20 Or let these men themselves say what wrongdoing they found when I stood before the council, ନତୁବା ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ଆଜି ଆପଣମାନଙ୍କ ସମ୍ମୁଖରେ ବିଚାରିତ ହେଉଅଛି ବୋଲି ମୁଁ ସେମାନଙ୍କ ମଧ୍ୟରେ ଠିଆ ହୋଇ ଉଚ୍ଚସ୍ୱରରେ ଏହି ଯେଉଁ କଥା କହିଥିଲି,
21 except this one thing I shouted standing among them: 'It's over the resurrection of the dead that I'm on trial before you today.'" କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ।
22 Felix, who knew the Way fairly well, adjourned the hearing: "When Lysias the commander arrives, I will decide your case." କିନ୍ତୁ ଫେଲୀକ୍ସ୍‌ ସେହି ମାର୍ଗ ବିଷୟରେ ଅଳ୍ପ ଜାଣିଥିବାରୁ ବିଚାର ସ୍ଥଗିତ ରଖି କହିଲେ ଯେ ସହସ୍ର-ସେନାପତି ଲୂସୀୟା ଆସିଲା ପରେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିର୍ଣ୍ଣୟ କରିବା।
23 He ordered the centurion to guard Paul but allow him some freedom, not stopping any of his friends from serving him. ପୁଣି, ସେ ଶତ-ସେନାପତିଙ୍କୁ ତାଙ୍କର କୌଣସି ଆତ୍ମୀୟ ସ୍ୱଜନଙ୍କୁ ତାହାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି, ତାହାଙ୍କୁ ବନ୍ଦୀ ରୂପେ ରକ୍ଷା କରି ତାହାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ।
24 Some days later, Felix came with his wife Drusilla, a Jew, sent for Paul, and heard him about faith in Christ Jesus. କେତେକ ଦିନ ପରେ ଫେଲୀକ୍ସ୍‌ ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୁଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟ ତାଙ୍କଠାରୁ ଶୁଣିଲେ।
25 As Paul discussed righteousness, self-control, and the coming judgment, Felix grew frightened and said, "That's enough for now; go. When I find time, I'll call for you." କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍‌ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।
26 He also hoped Paul would give him money, so he sent for him often and talked with him. ଆହୁରି ମଧ୍ୟ ପାଉଲ ତାହାଙ୍କୁ ଲାଞ୍ଚ ଦେବେ ବୋଲି ସେ ଆଶା କରୁଥିଲେ, ସେଥିପାଇଁ ଥରକୁ ଥର ତାହାଙ୍କୁ ଡକାଇ ତାହାଙ୍କ ସହିତ କଥାବାର୍ତ୍ତା କରୁଥିଲେ।
27 After two years, Porcius Festus succeeded Felix. Wanting to please the Jews, Felix left Paul in prison. କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟସ୍ ଫେଲୀକ୍ସ୍‌ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୁଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]