Skip to content
The Believer's Library

Indian Revised Version(IRV) Odia - 2021

Acts 28 IRVOry

Show IRVOry only
Verse × ×
1 Once we were brought safely through, we learned that the island was called Malta. ଆମ୍ଭେମାନେ ରକ୍ଷା ପାଇଲା ପରେ ସେହି ଦ୍ୱୀପ ମେଲିତୀ ବୋଲି ଜାଣିଲୁ।
2 Local people showed us unusual kindness: they lit a fire and welcomed us all, since rain had started and it was cold. ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖାଇଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭ ସମସ୍ତଙ୍କୁ ଅଭ୍ୟର୍ଥନା କଲେ।
3 When Paul gathered a bundle of sticks and put them on the fire, a viper came out from the heat and fastened onto his hand. କିନ୍ତୁ ପାଉଲ ବିଡ଼ାଏ କାଠ ଗୋଟାଇ ନିଆଁ ଉପରେ ପକାନ୍ତେ, ତାତି ହେତୁ ଗୋଟାଏ କାଳସର୍ପ ବାହାରି ତାହାଙ୍କ ହାତରେ କାମୁଡ଼ି ଲାଗିରହିଲା।
4 Seeing the creature hanging from his hand, the natives said to each other, "This man must be a murderer—though he escaped the sea, Justice won't let him live." ବର୍ବରମାନେ ତାହାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ।
5 But he shook the creature off into the fire and suffered no harm. କିନ୍ତୁ ପାଉଲ ଜନ୍ତୁଟାକୁ ଝାଡ଼ି ନିଆଁରେ ପକାଇଦେଲେ, ଆଉ ତାଙ୍କର କିଛି କ୍ଷତି ହେଲା ନାହିଁ।
6 They expected him to swell up or suddenly fall dead. But after watching a long time and seeing nothing wrong happen to him, they changed their minds, calling him a god. ସେ ଯେ ଫୁଲିଯିବେ କିମ୍ବା ହଠାତ୍‍ ମରି ପଡ଼ିଯିବେ, ଏହା ସେମାନେ ଅପେକ୍ଷା କରୁଥିଲେ; ମାତ୍ର ଅନେକ ବେଳ ପର୍ଯ୍ୟନ୍ତ ଅପେକ୍ଷାରେ ରହିଲା ପରେ ତାହାଙ୍କ ପ୍ରତି କୌଣସି ଅନିଷ୍ଟ ନ ଘଟିବାର ଦେଖି ସେମାନେ ନିଜ ନିଜ ମନ ବଳାଇ କହିଲେ, ଏ ଜଣେ ଦେବତା।
7 Near that place were estates belonging to the island's chief official, named Publius, who welcomed us and hosted us kindly for three days. ସେହି ସ୍ଥାନ ନିକଟରେ ପୁବ୍ଲିୟ ନାମକ ସେହି ଦ୍ୱୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ।
8 Publius's father lay sick with fever and dysentery. Paul went in, prayed, laid hands on him, and healed him. ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଆମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ।
9 After this, the rest of the sick on the island came and were healed. ଏହି ଘଟଣା ପରେ ସେହି ଦ୍ୱୀପରେ ଥିବା ଅବଶିଷ୍ଟ ପୀଡ଼ିତମାନେ ମଧ୍ୟ ଆସି ସୁସ୍ଥ ହେଲେ;
10 They paid us many honors, and when we sailed, loaded us with everything we needed. ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ୱାରା ସମାଦର କଲେ, ପୁଣି, ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ।
11 After three months we sailed in an Alexandrian ship that had wintered at the island, marked with the Twin Brothers. ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍‍ଜାଣ୍ଡ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ୱୀପରେ ଶୀତକାଳ କଟାଇଥିଲା, ତାହାର ଚିହ୍ନ ମିଥୁନ।
12 We put in at Syracuse and stayed there three days. ସୁରାକୂସାରେ ପହଞ୍ଚି ଆମ୍ଭେମାନେ ସେଠାରେ ତିନି ଦିନ ରହିଲୁ,
13 From there we sailed around and arrived at Rhegium. A day later a south wind rose, and on the second day we reached Puteoli. ପୁଣି, ସେ ସ୍ଥାନରୁ ବୁଲି ରେଗୀୟ ବନ୍ଦରରେ ପହଞ୍ଚିଲୁ ଦିନକ ପରେ ଦକ୍ଷିଣା ପବନ ବହିବାରୁ ଦ୍ୱିତୀୟ ଦିନରେ ପୁତେଅଲି ସହରକୁ ଆସିଲୁ;
14 There we found brothers and sisters and were urged to stay with them seven days; so we came to Rome. ସେ ସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଆମ୍ଭମାନଙ୍କୁ ଅନୁରୋଧ କଲେ; ଏହି ପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ।
15 The brothers and sisters there heard about us and came to meet us as far as the Forum of Appius and Three Taverns. Seeing them, Paul thanked our Father and took courage. ଭାଇମାନେ ଆମ୍ଭମାନଙ୍କ ସମ୍ବାଦ ପାଇ ସେହି ସ୍ଥାନରୁ ଆପ୍ପୀୟଙ୍କ ହାଟ ଓ ତିନି ସରେଇଘର ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଭେଟିବା ପାଇଁ ଆସିଲେ, ପୁଣି, ପାଉଲ ସେମାନଙ୍କୁ ଦେଖି ଈଶ୍ବରଙ୍କ ଧନ୍ୟବାଦ କରି ସାହସ ପାଇଲେ।
16 When we entered Rome, Paul was allowed to stay by himself, with the soldier who guarded him. ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା।
17 Three days later he gathered the Jewish leaders. When they assembled, he said to them, "Brothers, though I'd done nothing against our people or our ancestors' customs, I was handed over as a prisoner from Jerusalem into Roman hands. ତିନି ଦିନ ପରେ ସେ ଯିହୁଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ୱଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମ ସହରରୁ ବନ୍ଦୀରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି।
18 After examining me, they wanted to release me, since I had no charge deserving death. ସେମାନେ ମୋହର ବିଚାର କରି ମୋʼଠାରେ ପ୍ରାଣଦଣ୍ଡର କୌଣସି କାରଣ ନ ଥିବାରୁ ମୋତେ ମୁକ୍ତି ଦେବାକୁ ଇଚ୍ଛା କରୁଥିଲେ;
19 When the Jews objected, I was forced to appeal to Caesar—though I had no charge to bring against my nation. କିନ୍ତୁ ଯିହୁଦୀମାନେ ସେଥିର ବିରୁଦ୍ଧରେ କହିବାରୁ ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାକୁ ବାଧ୍ୟ ହେଲି; ମୋହର ଯେ ସ୍ୱଜାତି ବିରୁଦ୍ଧରେ ଅଭିଯୋଗ କରିବାର କିଛି ଥିଲା, ତାହା ନୁହେଁ।
20 That's why I asked to see and speak with you—I wear this chain because of Israel's hope." ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି।
21 They said to him: "We received no letters from Judea about you, nor has any brother who came reported or said anything bad about you. ସେଥିରେ ସେମାନେ ତାହାଙ୍କୁ କହିଲେ, ଆପଣଙ୍କ ସମ୍ବନ୍ଧରେ ଯିହୂଦିୟା ପ୍ରଦେଶରୁ ଆମ୍ଭେମାନେ କୌଣସି ପତ୍ର ପାଇ ନାହୁଁ, କି ଭାଇମାନଙ୍କ ମଧ୍ୟରୁ କେହି ଏଠାକୁ ଆସି ଆପଣଙ୍କ ବିଷୟରେ କୌଣସି ମନ୍ଦ ସମ୍ବାଦ ଦେଇ ନାହାନ୍ତି ବା କହି ନାହାନ୍ତି।
22 We'd like to hear what you think, since we know this sect is spoken against everywhere." କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି।
23 They set a day and came to his lodging in greater numbers. From morning to evening he explained, testifying about the kingdom of our Father and trying to persuade them about Jesus from the Law of Moses and the Prophets. ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାହାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
24 Some were convinced by what he said, but others would not believe. ସେଥିରେ କେହି କେହି କୁହାଯାଇଥିବା ବିଷୟରେ ବିଶ୍ୱାସ କଲେ, କିନ୍ତୁ କେହି କେହି ବିଶ୍ୱାସ କଲେ ନାହିଁ।
25 Disagreeing among themselves, they left after Paul added one final word: "The Holy Spirit spoke rightly to your ancestors through Isaiah the prophet, saying, ପୁଣି, ସେମାନେ ନିଜ ନିଜ ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୂର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷମାନଙ୍କୁ ଭାବବାଦୀ ଯିଶାଇୟଙ୍କ ଦ୍ୱାରା ପବିତ୍ର ଆତ୍ମା ଯଥାର୍ଥ ରୂପେ କହିଥିଲେ,
26 "'Go to this people and say: You will indeed hear but never understand, and you will indeed see but never perceive. “ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ‘ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
27 For this people's heart has grown dull, and their ears are hard of hearing, and they have closed their eyes—otherwise they might see with their eyes, and hear with their ears, and understand with their heart, and turn, and I would heal them.' କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ନିଜ ନିଜ ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’”
28 So know: our Father's salvation was sent to the nations—they will listen." ଅତଏବ ଈଶ୍ବରଙ୍କ ଏହି ପରିତ୍ରାଣ ଅଣଯିହୁଦୀମାନଙ୍କ ନିକଟକୁ ଯେ ପ୍ରେରିତ ହୋଇଅଛି, ଆପଣମାନେ ଏହା ଜ୍ଞାତ ହୁଅନ୍ତୁ; ସେମାନେ ମଧ୍ୟ ଶ୍ରବଣ କରିବେ।
29 Not in this edition [ଆଉ ସେ ଏହିସବୁ କଥା କହନ୍ତେ ଯିହୁଦୀମାନେ ନିଜ ନିଜ ମଧ୍ୟରେ ବାଦାନୁବାଦ କରୁ କରୁ ପ୍ରସ୍ଥାନ କଲେ।]
30 He stayed two whole years in his own rented place and welcomed all who came to him, ସେ ସମ୍ପୂର୍ଣ୍ଣ ଦୁଇ ବର୍ଷ ପର୍ଯ୍ୟନ୍ତ ଆପଣା ଭଡ଼ାଘରେ ରହିଲେ,
31 proclaiming our Father's kingdom and teaching about the Lord Jesus Christ, boldly and unhindered. ପୁଣି, ଯେତେ ଲୋକ ତାହାଙ୍କ ନିକଟକୁ ଆସୁଥିଲେ, ସମସ୍ତଙ୍କୁ ସେ ଗ୍ରହଣ କରି ପୂର୍ଣ୍ଣ ସାହସରେ ଓ ନିର୍ବିଘ୍ନରେ ଈଶ୍ବରଙ୍କ ରାଜ୍ୟର କଥା ପ୍ରଚାର କରୁଥିଲେ ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ବିଷୟସବୁ ଶିକ୍ଷା ଦେଉଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]