Skip to content
The Believer's Library

Indian Revised Version(IRV) Odia - 2021

Acts 3 IRVOry

Show IRVOry only
Verse × ×
1 Peter and John were going up to the temple at around three in the afternoon, the hour of prayer. ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍‍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।
2 A man lame from birth was carried and placed daily at the temple gate called Beautiful, to beg from those entering the temple. ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା। ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ।
3 Seeing Peter and John about to go into the temple, he asked them for money. ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଯାଉଥିବା ଦେଖି ଭିକ୍ଷା ମାଗିବାକୁ ଲାଗିଲା
4 And Peter, gazing at him with John, said, "Look at us." ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି, ପିତର କହିଲେ, “ଆମ୍ଭମାନଙ୍କ ଆଡ଼କୁ ଚାହଁ।”
5 And he fixed his attention on them, expecting to receive something from them. ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡ଼କୁ ଚାହିଁ ରହିଲା।
6 Peter said, "I own no silver or gold, but I give you what I have: in the name of Jesus Christ of Nazareth, rise and walk." କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ।
7 Taking his right hand, he raised him up; instantly his feet and ankles grew strong. ପୁଣି, ସେ ତାହାର ଡାହାଣ ହାତ ଧରି ତାହାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତାହାର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,
8 Jumping up, he stood, began walking, and entered the temple with them, walking, jumping, and praising our Father. ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ବରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା।
9 And all the people saw him walking and praising our Father. ସେଥିରେ ଲୋକ ସମସ୍ତେ ତାହାକୁ ଚାଲିବା ଓ ଈଶ୍ବରଙ୍କ ପ୍ରଶଂସା କରିବା ଦେଖିଲେ,
10 They recognized him as the beggar who sat at the temple's Beautiful Gate, and were filled with wonder and amazement at what had happened to him. ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା, ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତାʼ ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ଭିତ ହେଲେ।
11 As he held on to Peter and John, all the people ran to them at the portico called Solomon's, utterly astonished. ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକ ସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ।
12 Seeing this, Peter said to the people, "Israelites, why does this amaze you? Why stare at us, as if by our own power or godliness we made him walk? ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି?
13 The God of Abraham, Isaac, and Jacob, the God of our fathers, glorified his servant Jesus, whom you handed over and denied before Pilate, when Pilate decided to release him. ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।
14 But you denied the Holy and Righteous One, asking that a murderer be given to you. ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ, ଏହା ଆପଣ ପୀଲାତଙ୍କ ନିକଟରେ ପ୍ରାର୍ଥନା କଲେ,
15 You killed the Author of life; our Father raised him from the dead. To this we are witnesses. କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।
16 His name, through faith in his name, has made this man strong—the very man you see and know. And faith in Jesus has given him this complete health right before your eyes. ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଅଛନ୍ତି ଓ ଜାଣିଅଛନ୍ତି, ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।
17 "And now, brothers, I know that you acted in ignorance, as did also your rulers. ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।
18 But our Father fulfilled what he predicted through all the prophets: his Christ would suffer. କିନ୍ତୁ ଈଶ୍ବର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି।
19 Repent, then, and turn back, so your sins are wiped out, ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,
20 that times of refreshing may come from our Father's presence, and that he may send the Christ appointed for you, Jesus, ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍‍ ଯୀଶୁଙ୍କୁ ସେ ପ୍ରେରଣ କରିବେ।
21 whom heaven must receive until all things are restored, about which our Father spoke through his holy prophets long ago. ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ବର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ।
22 Moses said, 'Your Father will raise up a prophet like me for you, from your brothers. Listen to him in everything he tells you.' ମୋଶା ତ କହିଥିଲେ, ପ୍ରଭୁ ଈଶ୍ବର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ।
23 Anyone who does not listen to that prophet will be utterly destroyed from among the people.' କିନ୍ତୁ ଏପରି ଘଟିବ ଯେ, ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ, ସେ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ।
24 All the prophets who spoke, from Samuel onward, also announced these days. ହଁ, ଶାମୁୟେଲ ଓ ତାହାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି, ସେମାନେ ସମସ୍ତେ ମଧ୍ୟ ଏହି କାଳର ବିଷୟ ପ୍ରଚାର କରିଅଛନ୍ତି
25 You are the sons of the prophets and of the covenant our Father made with your fathers, telling Abraham, 'By your offspring all the families of the earth will be blessed.' ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ବର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃ-ପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି।
26 Our Father raised up his servant and sent him to you first, to bless you by turning each of you from your evil." ଈଶ୍ବର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]