Skip to content
The Believer's Library

Indian Revised Version(IRV) Odia - 2021

Acts 4 IRVOry

Show IRVOry only
Verse × ×
1 While Peter and John were speaking to the people, the priests, the temple captain, and the Sadducees came up to them, ପିତର ଏବଂ ଯୋହନ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
2 greatly annoyed because they were teaching the people and proclaiming the resurrection from the dead in Jesus. ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ।
3 They arrested them and put them in custody until the next day, since it was already evening. ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା।
4 But many who heard the message believed, and the men's number reached about 5,000. ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।
5 The next day their rulers, elders, and teachers of the law gathered together in Jerusalem, ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂଶାଲମ ସହରରେ ଏକତ୍ରିତ ହେଲେ;
6 with Annas the high priest, Caiaphas, John, Alexander, and all who were of the high-priestly family. ସେଠାରେ ମହାଯାଜକ ହାନାନ, କୟାଫା, ଯୋହନ, ଆଲେକ୍‌ଜାଣ୍ଡର, ପୁଣି, ମହାଯାଜକୀୟ ବଂଶର ସମସ୍ତ ଲୋକ ଉପସ୍ଥିତ ଥିଲେ।
7 They stood them in the middle and asked, "By what power or by what name did you do this?" ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ?
8 Then Peter, filled with the Holy Spirit, said to them, "Rulers of the people and elders, ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ,
9 if we're questioned today about a good deed to a sick man, how he was healed. ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ, ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି?
10 Know this, all of you and all Israel's people: by the name of Jesus Christ of Nazareth, whom you crucified, whom our Father raised from the dead—by him this man stands before you well. ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।
11 This Jesus is "the stone you builders rejected, which has become the cornerstone." “‘ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର।’
12 Salvation is in no one else; no other name under heaven is given among people by which we must be saved." ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”
13 Seeing Peter and John's boldness, and realizing they were uneducated, ordinary men, they were amazed and recognized they had been with Jesus. ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,
14 Seeing the healed man standing with them, they had nothing to say against it. ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ।
15 So they ordered them to leave the council, and then they conferred among themselves, ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କଅଣ କରିବା?
16 saying, "What should we do with these men? A notable sign has happened through them, plain to all who live in Jerusalem, and we cannot deny it. କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂଶାଲମ ସହରନିବାସୀ ସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;
17 But to stop this from spreading further among the people, let's warn them to speak to no one in this name again." କିନ୍ତୁ ଏ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଆହୁରି ଅଧିକ ବ୍ୟାପି ନ ଯାଏ, ଏଥିପାଇଁ ଏହି ନାମରେ କୌଣସି ଲୋକକୁ ଆଉ କିଛି ନ କହିବାକୁ ସେମାନଙ୍କୁ ଭୟ ଦେଖାଇବା।
18 They called them and ordered them not to speak or teach at all in Jesus' name. ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ରୂପେ ସେମାନଙ୍କୁ ଅାଜ୍ଞା ଦେଲେ।
19 Peter and John answered them, "You judge whether it's right before our Father to listen to you rather than to him. କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ
20 For we cannot help speaking about what we have seen and heard." କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ।
21 After more threats, they released them, finding no way to punish them because of the people, since all were glorifying our Father for what happened. ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,
22 For the man who had received this sign of healing was over forty years old. କାରଣ ଯେଉଁ ଲୋକଠାରେ ସେହି ସୁସ୍ଥତାର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା।
23 Once released, they went to their own people and reported all the chief priests and elders had said to them. ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହିସବୁ ଜଣାଇଲେ।
24 Hearing this, they raised their voices together to our Father and said, "Sovereign Father, you made heaven, earth, sea, and everything in them. ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ବରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ।
25 You spoke by the Holy Spirit through the mouth of our father David, your servant: "Why did the nations rage and the peoples plot in vain?" ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, “‘ଅଣଯିହୁଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ?
26 The kings of the earth took their stand, and the rulers gathered together against our Father and against his Anointed." ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି, ଶାସନକର୍ତ୍ତାମାନେ ଏକତ୍ର ହେଲେ।’
27 For truly, in this city, Herod and Pontius Pilate gathered with the Gentiles and peoples of Israel against your holy servant Jesus, whom you anointed, କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୁଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
28 to do whatever your hand and your plan had decided beforehand should happen. ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।
29 Now, Father, see their threats, and let your servants speak your word with all boldness, ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,
30 as you reach out your hand to heal, and signs and wonders occur through the name of your holy servant Jesus. ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।”
31 After they prayed, the place they were gathered in shook; all were filled with the Holy Spirit and spoke the word of our Father boldly. ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।
32 All the believers were one in heart and soul; no one called any possession their own, but held everything in common. ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।
33 With great power the apostles testified to the Lord Jesus's resurrection, and great grace rested on them all. ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା।
34 No one among them was needy: all who owned land or houses sold them and brought the price of what was sold, ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ,
35 and laid it at the apostles' feet, and it was distributed to each according to their need. ଆଉ ପ୍ରତ୍ୟେକ ଜଣକୁ ତାହାର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା।
36 Joseph, a Levite from Cyprus, whom the apostles called Barnabas (which means Son of Encouragement), ପୁଣି, ଯୋଷେଫ, ସାଇପ୍ରସ୍ ଦ୍ବୀପରୁ ଲେବୀ ବଂଶଜାତ ଜଣେ ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅର୍ଥାତ୍‍ ସାନ୍ତ୍ୱନାର ପୁତ୍ର),
37 sold a field he owned, brought the money, and laid it at the apostles' feet. ତାଙ୍କର ଖଣ୍ଡେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]