Skip to content
The Believer's Library

Indian Revised Version(IRV) Odia - 2021

Acts 6 IRVOry

Show IRVOry only
Verse × ×
1 In those days, as the disciples multiplied, the Greek-speaking Jews grumbled against the Hebrews because their widows were overlooked in the daily distribution of food. ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍‍ ଭାଷାବାଦୀ ଯିହୁଦୀ ବିଶ୍ୱାସୀମାନେ, ଏବ୍ରୀୟ ବିଶ୍ୱାସୀମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା।
2 So the Twelve called all the disciples together and said, "It's not right for us to neglect our Father's word to serve tables. ସେଥିରେ ବାର ଜଣ ପ୍ରେରିତମାନେ ଶିଷ୍ୟସମୁହକୁ ନିକଟକୁ ଡାକି କହିଲେ, ଈଶ୍ବରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ।
3 So, brothers, pick seven men among you, well-respected, full of the Holy Spirit and wisdom, whom we'll appoint to this task. ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରିପାରୁ, ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
4 But we will devote ourselves to prayer and to the ministry of the word." କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା।
5 The whole assembly approved, and chose Stephen—full of faith and the Holy Spirit—along with Philip, Prochorus, Nicanor, Timon, Parmenas, and Nicolaus, a convert from Antioch. ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କୁ, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,
6 They presented these men to the apostles, who prayed and laid their hands on them. ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ।
7 The word of our Father spread, and disciples in Jerusalem multiplied greatly; a great number of priests became obedient to the faith. ଏଣୁ ଈଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମ ସହରରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।
8 Now Stephen, full of grace and power, was performing great wonders and signs among the people. ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ।
9 Some from the so-called Synagogue of the Freedmen—Cyrenians, Alexandrians, and men from Cilicia and Asia—rose up to argue with Stephen. କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୁଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଏସିଆ ଅଞ୍ଚଳଗୁଡ଼ିକରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,
10 Yet they could not stand up against the wisdom and the Spirit with which he was speaking. ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ।
11 Then they secretly instructed men to say, "We heard him speak blasphemous words against Moses and God." ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ବରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ।
12 They stirred up the people, elders, and scribes; came upon him, seized him, and brought him before the council. ଆଉ, ସେମାନେ ଜନସାଧାରଣଙ୍କୁ, ପୁଣି, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାହାଙ୍କୁ ବଳରେ ଧରି ମହାସଭାକୁ ଆଣିଲେ,
13 They brought in false witnesses, saying, "This man never stops speaking against this holy place and the law. ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ, ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ,
14 For we heard him say this Jesus of Nazareth will destroy this place and change the customs Moses handed down to us." କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହିସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ।
15 Everyone sitting in the council stared at him and saw his face was like an angel's face. ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]