Skip to content
The Believer's Library

Indian Revised Version(IRV) Odia - 2021

Acts 7 IRVOry

Show IRVOry only
Verse × ×
1 Then the high priest asked, "Are these things true?" ସେଥିରେ ମହାଯାଜକ ପଚାରିଲେ, ଏହି ସମସ୍ତ ଅଭିଯୋଗ କି ସତ୍ୟ?
2 Stephen said, "Brothers and fathers, listen: Our Father of glory appeared to our father Abraham in Mesopotamia, before he lived in Haran, ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ। ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣ ନଗରରେ ବାସ କରିବା ପୂର୍ବେ ଯେତେବେଳେ ସେ ମେସୋପଟାମିଆ ଦେଶରେ ଥିଲେ, ସେତେବେଳେ ଗୌରବମୟ ଈଶ୍ବର ତାହାଙ୍କୁ ଦର୍ଶନ ଦେଇ କହିଲେ,
3 and told him, 'Leave your land and relatives, and go to the land I'll show you.' ତୁମ୍ଭେ ସ୍ୱଦେଶରୁ ଓ ଆପଣା ଆତ୍ମୀୟମାନଙ୍କ ମଧ୍ୟରୁ ବାହାରି ଆସ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଦେଶ ଦେଖାଇବା, ସେହି ଦେଶକୁ ଯାଅ।
4 He left the Babylonians' land and settled in Haran. After his father died, our Father moved him from there into this land you now live in. ସେଥିରେ କଲଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି, ତାହାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ ସେଠାରୁ, ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି, ଏହି ଦେଶକୁ ଈଶ୍ବର ତାହାଙ୍କୁ ନେଇ ଆସିଲେ,
5 He gave him no inheritance in it, not even a foot of ground—yet promised it to him and his descendants after him as a possession, though he had no child. ଆଉ, ସେ ତାହାଙ୍କୁ ସେଥିରେ କୌଣସି ଅଧିକାର ଦେଲେ ନାହିଁ, ନା, ଏକ ପାଦ ପରିମିତ ଭୂମି ହିଁ ଦେଲେ ନାହିଁ, ପୁଣି, ସେତେବେଳେ ତାହାଙ୍କର ସନ୍ତାନ ନ ଥିଲେ ସୁଦ୍ଧା ସେ ତାହାଙ୍କୁ ଓ ତାହାଙ୍କ ଭବିଷ୍ୟତ ବଂଶଧରକୁ ତାହା ଅଧିକାର କରିବା ନିମନ୍ତେ ଦେବେ ବୋଲି ପ୍ରତିଜ୍ଞା କଲେ।
6 And our Father said his offspring would be foreigners in a land not their own, enslaved and mistreated 400 years. ଈଶ୍ବର ଏହିପରି କହିଲେ, ତାହାଙ୍କ ବଂଶ ବିଦେଶରେ ପ୍ରବାସ କରିବେ ଏବଂ ସେ ସ୍ଥାନର ଲୋକେ ସେମାନଙ୍କୁ ଚାରି ଶହ ବର୍ଷ ପର୍ଯ୍ୟନ୍ତ ଦାସତ୍ୱରେ ରଖି ସେମାନଙ୍କ ପ୍ରତି ଅତ୍ୟାଚାର କରିବେ।
7 'I will judge the nation they serve,' our Father said, 'and after, they will come out and worship me in this place.' ପୁଣି, ଈଶ୍ବର କହିଲେ, ସେମାନେ ଯେଉଁ ଜାତିର ଦାସ ହେବେ, ଆମ୍ଭେ ତାହାର ବିଚାର କରିବା; ତାହା ପରେ ସେମାନେ ବାହାରି ଆସି ଏହି ସ୍ଥାନରେ ଆମ୍ଭର ଉପାସନା କରିବେ।
8 He gave him the covenant of circumcision. Abraham fathered Isaac and circumcised him on the eighth day; Isaac fathered Jacob, and Jacob the twelve ancestors. ଆଉ, ସେ ତାହାଙ୍କୁ ସୁନ୍ନତର ନିୟମ ପ୍ରଦାନ କଲେ, ପୁଣି, ତଦନୁସାରେ ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାହାଙ୍କୁ ସୁନ୍ନତ କଲେ; ଇସ୍‌ହାକ ଯାକୁବଙ୍କୁ ପୁଣି, ଯାକୁବ ବାର ଜଣ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ।
9 The ancestors, jealous of Joseph, sold him into Egypt, but our Father was with him, ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ବର ତାହାଙ୍କ ସହିତ ଥିଲେ,
10 and rescued him from all his troubles, gave him favor and wisdom before Pharaoh king of Egypt, who made him ruler over Egypt and Pharaoh's whole household. ପୁଣି, ତାହାଙ୍କ ସମସ୍ତ କ୍ଲେଶରୁ ତାହାଙ୍କୁ ଉଦ୍ଧାର କରି ମିସରର ରାଜା ଫାରୋଙ୍କ ସାକ୍ଷାତରେ ତାହାଙ୍କୁ ଅନୁଗ୍ରହ ଓ ଜ୍ଞାନ ପ୍ରଦାନ କଲେ; ସେଥିରେ ଫାରୋ ତାହାଙ୍କୁ ମିସର ଓ ଆପଣା ସମସ୍ତ ଗୃହର ଶାସନକର୍ତ୍ତା ସ୍ୱରୂପେ ନିଯୁକ୍ତ କଲେ।
11 A famine and great suffering struck all Egypt and Canaan, and our fathers found no food. ପରେ ସମସ୍ତ ମିସର ଓ କିଣାନରେ ଦୁର୍ଭିକ୍ଷ ପଡ଼ିଲା, ପୁଣି, ମହାକ୍ଲେଶ ଘଟିଲା, ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଖାଦ୍ୟ ପାଇ ପାରିଲେ ନାହିଁ।
12 Hearing there was grain in Egypt, Jacob sent our fathers there first. କିନ୍ତୁ ମିସରରେ ଶସ୍ୟ ଅଛି ବୋଲି ଶୁଣି, ଯାକୁବ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ପ୍ରଥମରେ ପ୍ରେରଣ କଲେ।
13 On the second visit, Joseph made himself known to his brothers, and Pharaoh learned of Joseph's family. ପୁଣି, ଦ୍ୱିତୀୟ ଥର ଯୋଷେଫ ଆପଣା ଭାଇମାନଙ୍କ ନିକଟରେ ପରିଚିତ ହେଲେ, ଆଉ ଫାରୋ ଯୋଷେଫଙ୍କ ଜାତିର ପରିଚୟ ପାଇଲେ।
14 And Joseph sent for his father Jacob and all his relatives, seventy-five persons in all. ତାହାପରେ ଯୋଷେଫ ଆପଣା ପିତା ଯାକୁବ ଓ ପଞ୍ଚସ୍ତରି ଜଣ ଜ୍ଞାତିକୁଟୁମ୍ବ ସମସ୍ତଙ୍କୁ ଡକାଇ ପଠାଇଲେ। ସେଥିରେ ଯାକୁବ ମିସରକୁ ଗଲେ,
15 And Jacob went down into Egypt, and he died, he and our fathers. ପୁଣି, ସେ ଓ ଆମ୍ଭମାନଙ୍କର ପିତୃ-ପୁରୁଷମାନେ ପ୍ରାଣତ୍ୟାଗ କଲେ,
16 They were taken back to Shechem, and buried in the tomb Abraham had bought for silver from Hamor's sons in Shechem. ଆଉ ସେମାନଙ୍କ ମୃତ ଶରୀର, ଶିଖିମକୁ ନିଆଯାଇ, ଅବ୍ରହାମ ସେଠାକାର ହମୋର ସନ୍ତାନମାନଙ୍କଠାରୁ ଯେଉଁ ସମାଧି-ସ୍ଥାନକୁ ରୌପ୍ୟ ମୂଲ୍ୟ ଦେଇ କ୍ରୟ କରିଥିଲେ, ସେଥିରେ ସମାଧିସ୍ଥ ହେଲେ।
17 As the time of the promise our Father gave Abraham neared, the people grew and multiplied in Egypt, କିନ୍ତୁ ଈଶ୍ବର ଅବ୍ରହାମଙ୍କ ନିକଟରେ ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ସଫଳ ହେବା ସମୟ ସନ୍ନିକଟ ହୁଅନ୍ତେ, ଲୋକମାନେ ମିସରରେ ବୃଦ୍ଧି ପାଇ ବହୁସଂଖ୍ୟକ ହୋଇ ଉଠିଲେ।
18 until there arose over Egypt another king who did not know Joseph. ଅବଶେଷରେ ମିସରରେ ଆଉ ଜଣେ ରାଜା ହେଲେ, ସେ ଯୋଷେଫଙ୍କୁ ଜାଣି ନ ଥିଲେ।
19 This king exploited our people and mistreated our fathers, forcing them to abandon their infants to die. ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥିନିମନ୍ତେ ସେମାନଙ୍କ ପ୍ରତି ଅତ୍ୟାଚାର କଲେ।
20 At that time Moses was born, beautiful in our Father's sight. He was raised three months in his father's house. ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଈଶ୍ବରଙ୍କ ଦୃଷ୍ଟିରେ ଅତି ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ।
21 And when he was abandoned, Pharaoh's daughter adopted him and brought him up as her own son. ପରେ ସେ ଯେତେବେଳେ ବାହାରେ ପକାଗଲେ, ସେତେବେଳେ ଫାରୋଙ୍କ କନ୍ୟା ତାହାଙ୍କୁ ଉଠାଇ ନେଇ ଆପଣା ପୁତ୍ରରୂପେ ପ୍ରତିପାଳନ କଲେ।
22 Moses was trained in all Egyptian wisdom, and was strong in speech and action. ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ।
23 When he was forty years old, he decided to visit his brothers, the sons of Israel. ତାହାଙ୍କୁ ଚାଳିଶ ବର୍ଷ ପୂର୍ଣ୍ଣ ହେଉଥିବା ସମୟରେ ଆପଣା ଭାଇମାନଙ୍କୁ, ଅର୍ଥାତ୍‍ ଇସ୍ରାଏଲ ସନ୍ତାନମାନଙ୍କୁ, ସାକ୍ଷାତ କରିବା ନିମନ୍ତେ ତାହାଙ୍କ ମନରେ ଇଚ୍ଛା ଜାତ ହେଲା।
24 Seeing one of them wronged, he defended the oppressed man and avenged him by striking down the Egyptian. ସେତେବେଳେ ଜଣକ ପ୍ରତି ଅନ୍ୟାୟ କରାଯାଉଥିବା ଦେଖି ସେ ତାହାର ସପକ୍ଷ ହେଲେ ଓ ସେହି ମିସରୀୟ ଲୋକକୁ ବଧ କରି ଅତ୍ୟାଚାରିତ ହେଉଥିବା ଲୋକ ପ୍ରତି ଅନ୍ୟାୟର ପ୍ରତିକାର କଲେ।
25 He thought his brothers would understand our Father was giving them salvation through his hand, but they didn't understand. ତାହାଙ୍କ ହସ୍ତ ଦ୍ୱାରା ଈଶ୍ବର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି, ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ।
26 The next day he came upon them as they were fighting and tried to reconcile them, saying, 'Men, you are brothers. Why do you wrong each other?' ପରଦିନ ସେମାନେ ପରସ୍ପର ମଧ୍ୟରେ ମରାମରି ହେଉଥିବା ସମୟରେ ସେ ଦେଖା ଦେଇ ସେମାନଙ୍କୁ ମିଳନ କରିବା ଉଦ୍ଦେଶ୍ୟରେ କହିଲେ, ଆହେ, ତୁମ୍ଭେମାନେ ପରସ୍ପର ଭାଇ, କାହିଁକି ଏକ-ଆରେକ ପ୍ରତି ଅନ୍ୟାୟ କରୁଅଛ?
27 But the man wronging his neighbor shoved Moses aside, saying, 'Who made you ruler and judge over us? କିନ୍ତୁ ଯେଉଁ ଜଣକ ପ୍ରତିବାସୀ ପ୍ରତି ଅନ୍ୟାୟ କରୁଥିଲା, ସେ ତାହାଙ୍କୁ ପେଲିଦେଇ କହିଲା, କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ଶାସନକର୍ତ୍ତା ଓ ବିଚାରକସ୍ୱରୂପେ ନିଯୁକ୍ତ କଲା?
28 Do you want to kill me as you killed the Egyptian yesterday?' କାଲି ଯେପରି ସେହି ମିସରୀୟ ବ୍ୟକ୍ତିକୁ ବଧ କରିଥିଲ, ସେପରି କି ମୋତେ ବଧ କରିବାକୁ ଇଚ୍ଛା କରୁଅଛ?
29 At this word, Moses fled and lived as a foreigner in the land of Midian, where he fathered two sons. ଏହି କଥା ଶୁଣି ମୋଶା ପଳାଇଯାଇ ମିଦୀୟନ ଦେଶରେ ପ୍ରବାସୀ ହେଲେ; ସେଠାରେ ତାହାଙ୍କର ଦୁଇ ପୁତ୍ର ଜନ୍ମ ହେଲେ।
30 Forty years later, an angel appeared to him in the wilderness of Mount Sinai, in a burning bush's flame. ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ।
31 Moses saw it and was amazed; as he approached to look closer, our Father's voice came: ମୋଶା ସେହି ଦୃଶ୍ୟ ଦେଖି ଚମତ୍କୃତ ହେଲେ, ପୁଣି, ଭଲ ରୂପେ ଦେଖିବା ନିମନ୍ତେ ନିକଟକୁ ଯାଉଥିବା ସମୟରେ ପ୍ରଭୁଙ୍କର ଏହି ବାଣୀ ହେଲା,
32 'I am the God of your fathers—the God of Abraham, Isaac, and Jacob.' Moses trembled, not daring to look. ଆମ୍ଭେ ତୁମ୍ଭ ପିତୃ-ପୁରୁଷମାନଙ୍କ ଈଶ୍ବର, ଅବ୍ରହାମ, ଇସ୍‌ହାକ ଓ ଯାକୁବର ଈଶ୍ବର। ସେଥିରେ ମୋଶା କମ୍ପି ଉଠି, ଭଲ ରୂପେ ଦେଖିବାକୁ ସାହସ କଲେ ନାହିଁ।
33 Then our Father told him, 'Take the sandals off your feet, for the place you're standing on is holy ground.' ତାହାପରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼ିପକାଅ, କାରଣ ତୁମ୍ଭେ ଯେଉଁ ସ୍ଥାନରେ ଠିଆ ହୋଇଅଛ, ତାହା ପବିତ୍ର ଭୂମି।
34 I have indeed seen my people's suffering in Egypt, heard their groaning, and come down to rescue them. Now go—I'm sending you to Egypt. ମିସରରେ ମୋହର ଯେଉଁ ଲୋକମାନେ ଅଛନ୍ତି, ମୁଁ ସେମାନଙ୍କର କ୍ଲେଶ ନିଶ୍ଚୟ ଦେଖିଅଛି ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଅଛି, ପୁଣି, ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଓହ୍ଲାଇ ଆସିଅଛି, ଆଉ ଏବେ ଆସ, ମୁଁ ତୁମ୍ଭକୁ ମିସରକୁ ପ୍ରେରଣ କରିବି।
35 This Moses, whom they rejected, saying, 'Who made you ruler and judge?'—this is the one our Father sent as both ruler and redeemer, through the hand of the angel who appeared to him in the bush. କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ବର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ।
36 This man led them out, doing wonders and signs in the land of Egypt, at the Red Sea, and in the wilderness for forty years. ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ।
37 This is the Moses who told Israel's sons, 'Our Father will raise up a prophet like me for you, from your brothers.' ଏହି ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ଈଶ୍ବର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ।
38 This is the one who was in the wilderness assembly with the angel speaking to him at Mount Sinai, and with our fathers—he received living words to give us. ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃ-ପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ।
39 Our fathers refused to obey him; they rejected him and in their hearts turned back to Egypt, ଆମ୍ଭମାନଙ୍କର ପିତୃ-ପୁରୁଷମାନେ ତାହାଙ୍କର ଆଜ୍ଞାବହ ହେବାକୁ ଇଚ୍ଛା ନ କରି ତାହାଙ୍କୁ ଅଗ୍ରାହ୍ୟ କଲେ, ପୁଣି, ଆପଣା ଆପଣା ହୃଦୟରେ ମିସରକୁ ବାହୁଡ଼ିଯାଇ ହାରୋଣଙ୍କୁ କହିଲେ,
40 telling Aaron, 'Make us gods to go ahead of us. As for this Moses who led us out of the land of Egypt, we don't know what happened to him.' ଆମ୍ଭମାନଙ୍କ ଆଗେ ଆଗେ ଯିବା ନିମନ୍ତେ ଆମ୍ଭମାନଙ୍କ ପାଇଁ ଦେବତାମାନଙ୍କୁ ନିର୍ମାଣ କର, କାରଣ ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।
41 They made a calf in those days, offered a sacrifice to the idol, and celebrated what their hands had made. ଆଉ ସେହି ସମୟରେ ସେମାନେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଏବଂ ସେହି ପ୍ରତିମା ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରି ଆପଣା ଆପଣା ହସ୍ତନିର୍ମିତ ବସ୍ତୁରେ ଆନନ୍ଦ କରିବାକୁ ଲାଗିଲେ।
42 But our Father turned away, giving them over to worship the host of heaven, as written in the prophets' book: 'Did you bring me slaughtered animals and sacrifices for forty years in the wilderness, house of Israel? କିନ୍ତୁ ଈଶ୍ବର ବିମୁଖ ହୋଇ ସେମାନଙ୍କୁ ଆକାଶବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖାଅଛି, “‘ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ କଅଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ?
43 You carried Moloch's tent and your god Rephan's star, the idols you fashioned to worship them; so I will banish you far beyond Babylon.' ବରଂ ତୁମ୍ଭେମାନେ ଉପାସନା କରିବା ନିମନ୍ତେ ଯେଉଁ ମୂର୍ତ୍ତିଗୁଡ଼ିକ ଗଢ଼ିଥିଲ, ସେହି ମୋଲଖର ତମ୍ବୁ ଓ ରେମ୍ଫାନ୍ ଦେବତାର ନକ୍ଷତ୍ରକୁ ତୁମ୍ଭେମାନେ ଘେନି ବହନ କଲ। ଏଣୁ ମୁଁ ତୁମ୍ଭମାନଙ୍କୁ ବାବିଲର ଆରପାଖକୁ ବନ୍ଦୀ କରି ପଠାଇବି।’
44 Our ancestors had the tent of witness in the wilderness, as he who spoke to Moses directed him to make it, matching the pattern he'd seen. ତୁମ୍ଭେ ଯେଉଁ ଆଦର୍ଶ ଦେଖିଅଛ, ତଦନୁସାରେ ସାକ୍ଷ୍ୟ ତମ୍ବୁ ନିର୍ମାଣ କର ବୋଲି ମୋଶାଙ୍କୁ ଯେ କହିଥିଲେ, ତାହାଙ୍କ ଆଦେଶ ଅନୁଯାୟୀ ଆମ୍ଭମାନଙ୍କ ପିତୃ-ପୁରୁଷମାନେ ପ୍ରାନ୍ତରରେ ସାକ୍ଷ୍ୟ ତମ୍ବୁ ପାଇଥିଲେ।
45 Our fathers in turn brought it in with Joshua when they dispossessed the nations that our Father drove out before them. So it was until the days of David, ଆଉ ଆମ୍ଭମାନଙ୍କ ପିତୃ-ପୁରୁଷମାନେ ତାହା ପ୍ରାପ୍ତ ହୋଇ, ଈଶ୍ବର ସେମାନଙ୍କ ସମ୍ମୁଖରୁ ଯେଉଁ ଜାତିମାନଙ୍କୁ ବାହାର କରିଦେଲେ, ସେହି ଜାତିମାନଙ୍କ ଅଧିକାରରେ ସେମାନେ ଯିହୋଶୂୟଙ୍କ ନେତୃତ୍ତ୍ୱରେ ପ୍ରବେଶ କରି ତାହା ଦାଉଦଙ୍କ ସମୟ ପର୍ଯ୍ୟନ୍ତ ରଖିଲେ।
46 who found favor with our Father and asked to find a dwelling place for our Father. ଦାଉଦ ଈଶ୍ବରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଈଶ୍ବରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ।
47 But it was Solomon who built a house for him. କିନ୍ତୁ ଶଲୋମନ ଈଶ୍ବରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କଲେ।
48 Yet the Most High does not live in houses made by human hands, as the prophet says: ତଥାପି ଯେ ମହାନ ଈଶ୍ବର, ସେ ହସ୍ତନିର୍ମିତ ଗୃହରେ ବାସ କରନ୍ତି ନାହିଁ, ଯେପରି ଭାବବାଦୀ କହନ୍ତି,
49 'Heaven is my throne, and the earth is my footstool. What kind of house will you build for me, says our Father, or what is the place of my rest? ‘ସ୍ୱର୍ଗ ଆମ୍ଭର ସିଂହାସନ, ପୃଥିବୀ ଆମ୍ଭର ପାଦପୀଠ; ପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ? କିମ୍ବା ଆମ୍ଭର ବିଶ୍ରାମସ୍ଥାନ କାହିଁ?
50 Did not my hand make all these things?' ଆମ୍ଭର ହସ୍ତ କଅଣ ଏହି ସମସ୍ତ ବିଷୟ ସୃଷ୍ଟି କରି ନାହିଁ?’
51 "You stubborn people, uncircumcised in heart and ears, always resist the Holy Spirit—like your fathers, so do you. ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃ-ପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
52 Which of the prophets did your fathers not persecute? They killed those who announced beforehand the Righteous One's coming—whom you have now betrayed and murdered. ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
53 You who received the law through angels and yet did not keep it." ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ।”
54 Now when they heard these things they were enraged, and they ground their teeth at him. ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।
55 But Stephen, full of the Holy Spirit, looked into heaven, saw the glory of our Father, and Jesus standing at the right hand of our Father. କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ବରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ,
56 And he said, "Look, I see the heavens opened and the Son of Man standing at our Father's right hand." “ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି।”
57 But they cried out with a loud voice, covered their ears, and rushed at him. କିନ୍ତୁ ସେମାନେ ଉଚ୍ଚସ୍ୱରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ବନ୍ଦ କଲେ, ଆଉ ଏକସଙ୍ଗରେ ତାହାଙ୍କ ଉପରେ ମାଡ଼ିପଡ଼ିଲେ,
58 They threw him out of the city and stoned him. The witnesses laid their coats at the feet of a young man named Saul. ପୁଣି, ସେମାନେ ତାହାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ।
59 And as they were stoning him, Stephen called out, "Lord Jesus, receive my spirit." ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।”
60 Kneeling, he cried out loudly, "Lord, do not hold this sin against them." Then he fell asleep. ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]