Skip to content
The Believer's Library

Indian Revised Version(IRV) Odia - 2021

Acts 9 IRVOry

Show IRVOry only
Verse × ×
1 But Saul, still breathing threats and murder against the Lord's disciples, went to the high priest, କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,
2 and asked him for letters to Damascus's synagogues, so that if he found any of the Way, men or women, he could bring them bound to Jerusalem. ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମ ସହରକୁ ଆଣି ପାରନ୍ତି, ଏଥିସକାଶେ ଦମ୍ମେଶକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ।
3 As he traveled and was approaching Damascus, suddenly a light from heaven flashed around him. ପରେ ସେ ଯାଉ ଯାଉ ଦମ୍ମେଶକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍‍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକି ଉଠିଲା।
4 He fell to the ground and heard a voice saying, "Saul, Saul, why are you persecuting me?" ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?”
5 He said, "Who are you, Lord?" And he said, "I am Jesus, whom you are persecuting. ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, “ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।”
6 But rise and enter the city, and you will be told what you must do." “କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କଅଣ କରିବାକୁ ହେବ, ତାହା କୁହାଯିବ।”
7 The men traveling with him stood speechless, hearing the voice but seeing no one. ଯେଉଁ ଲୋକମାନେ ତାହାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶବ୍ଦ ଶୁଣି କାହାରିକୁ ନ ଦେଖିବାରୁ ଅବାକ୍ ହୋଇ ରହିଲେ।
8 Saul got up from the ground, but with eyes open he saw nothing; they led him by the hand and brought him into Damascus. ପୁଣି, ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ। ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେଶକ ସହରକୁ ଘେନିଗଲେ।
9 He was blind for three days and neither ate nor drank. ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି, କିଛି ଖାଇଲେ ନାହିଁ କି ପିଇଲେ ନାହିଁ।
10 A disciple named Ananias lived in Damascus. In a vision the Lord said, "Ananias." He answered, "Here I am, Lord." ଦମ୍ମେଶକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହନନୀୟ।” ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ।
11 The Lord said to him, "Get up, go to the street called Straight, and look in Judas's house for a man from Tarsus named Saul—he is praying, ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ସହରର ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି;
12 and in a vision has seen a man named Ananias come in and place his hands on him so he may see again." ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥିନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି।”
13 Ananias replied, "Lord, many have told me about this man—the harm he's done your holy ones in Jerusalem. କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୁ, ଯିରୂଶାଲମ ସହରରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି।
14 And here he has authority from the chief priests to bind all who call on your name." ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି।
15 But the Lord said to him, "Go, for this man is my chosen instrument to carry my name before nations, kings, and Israel's people. କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ଯାଅ; କାରଣ ସେ ଅଣଯିହୁଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;
16 For I will show him how much he must suffer for the sake of my name." ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।”
17 Ananias went and entered the house. He laid hands on Saul and said, "Brother Saul, the Lord Jesus—who appeared to you on the road you traveled—sent me so you may see again and be filled with the Holy Spirit." ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍‍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି।
18 Immediately something like scales fell from his eyes, and he could see again. He got up and was baptized, ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କଅଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ,
19 and after eating, he regained his strength. For some days he was with the disciples in Damascus, ଆଉ ସେ ଭୋଜନ କରି ବଳ ପାଇଲେ। ଏଥିଉତ୍ତାରେ ସେ ଦମ୍ମେଶକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ;
20 and immediately he began proclaiming Jesus in the synagogues, that he is the Son of our Father. ପୁଣି, ଯୀଶୁ ଯେ ଈଶ୍ବରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ।
21 All who heard were amazed and said, "Isn't this the man who caused such havoc in Jerusalem among those calling on this name? And hasn't he come here for this: to bring them bound before the chief priests?" ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ଭିତ ହୋଇ କହିବାକୁ ଲାଗିଲେ, ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମ ସହରରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା, ଏ କି ସେହି ନୁହେଁ?
22 But Saul grew stronger still, bewildering the Jews living in Damascus by proving this one is the Christ. କିନ୍ତୁ, ଶାଉଲ ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ, ଏହା ପ୍ରମାଣ କରି ଦମ୍ମେଶକନିବାସୀ ଯିହୁଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ।
23 After many days had passed, the Jews plotted to kill him, ଅନେକ ଦିନ ଗତ ହେଲା ଉତ୍ତାରେ ଯିହୁଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ;
24 but Saul learned of their plot; they watched the gates day and night to kill him, କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା। ଆଉ, ସେମାନେ ଯେପରି ତାହାଙ୍କୁ ବଧ କରିପାରନ୍ତି, ଏଥିନିମନ୍ତେ ଦିବାରାତ୍ର ମଧ୍ୟ ନଗରଦ୍ୱାରସବୁ ଜଗି ରହିଲେ,
25 but at night his disciples lowered him through the wall in a basket. କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ।
26 Arriving in Jerusalem, he tried to join the disciples, but all feared him, not believing he was a disciple. ପରେ ସେ ଯିରୂଶାଲମ ସହରକୁ ଯାଇ ଶିଷ୍ୟମାନଙ୍କ ସହିତ ମିଶିବାକୁ ଚେଷ୍ଟା କରୁଥିଲେ; ମାତ୍ର ସେ ଯେ ଜଣେ ଶିଷ୍ୟ, ଏହା ବିଶ୍ୱାସ ନ କରି ସମସ୍ତେ ତାହାଙ୍କୁ ଭୟ କରୁଥିଲେ।
27 But Barnabas took him to the apostles and explained how Saul had seen the Lord on the road, who spoke to him, and how in Damascus he had spoken boldly in Jesus' name. କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେଶକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ, ଏହିସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।
28 So he was with them, moving freely about Jerusalem, speaking boldly in the name of the Lord. ଆଉ, ସେ ସେମାନଙ୍କ ସହିତ ଯିରୂଶାଲମ ସହରରେ ଗମନାଗମନ କରି,
29 He spoke and debated with the Hellenists, but they were seeking to kill him. ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍‍ ଭାଷାବାଦୀ ଯିହୁଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ।
30 When the brothers learned this, they brought him down to Caesarea and sent him off to Tarsus. ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ।
31 So the church throughout Judea, Galilee, and Samaria had peace and was strengthened; walking in the fear of the Lord and comforted by the Holy Spirit, it multiplied in number. ଏହି ପ୍ରକାରେ ସମୁଦାୟ ଯିହୂଦିୟା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।
32 As Peter traveled among all the believers, he also went down to the holy ones living in Lydda. ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦ ନଗରବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ।
33 There he found a man named Aeneas, bedridden for eight years, who was paralyzed. ସେ ସ୍ଥାନରେ ସେ ଏନୀୟ ନାମକ ଜଣେ ଲୋକଙ୍କର ଦେଖାପାଇଲେ, ସେ ଆଠ ବର୍ଷ ପର୍ଯ୍ୟନ୍ତ ଶଯ୍ୟାଶାୟୀ ଥିଲେ; ତାହାଙ୍କୁ ପକ୍ଷାଘାତ ହୋଇଥିଲା।
34 Peter said to him, "Aeneas, Jesus Christ heals you. Get up, make your bed." He got up at once. ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ସେହିକ୍ଷଣି ଉଠିଲେ।
35 And all who lived in Lydda and Sharon saw him, and they turned to the Lord. ଆଉ, ଲୂଦ ଓ ଶାରୋଣନିବାସୀ ସମସ୍ତେ ତାହାଙ୍କୁ ଦେଖି ପ୍ରଭୁଙ୍କ ପ୍ରତି ଫେରିଲେ।
36 In Joppa lived a disciple named Tabitha, meaning Dorcas. She was full of good works and help for the poor. ଯାଫୋ ସହରରେ ଟାବୀଥା ନାମକ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନ-କ୍ରିୟାରେ ପୂର୍ଣ୍ଣ ଥିଲେ।
37 In those days she got sick and died; they washed her and laid her in an upstairs room. ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାହାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ।
38 Since Lydda was near Joppa, disciples who heard Peter was there sent two men to him, urging, "Don't delay coming to us." ପୁଣି, ଲୂଦ ଯାଫୋ ସହରର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ।
39 So Peter got up and went with them. When he arrived, they brought him to the upper room. All the widows stood beside him crying, showing the tunics and cloaks Dorcas had made while with them. ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହିସବୁ ଦେଖାଇବାକୁ ଲାଗିଲେ।
40 Peter sent everyone out, knelt, and prayed. Turning to the body, he said, "Tabitha, get up." She opened her eyes, saw Peter, and sat up. କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ।
41 Giving her his hand, he raised her up. Calling the holy ones and the widows, he presented her alive. ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ।
42 And it became known throughout all Joppa, and many believed in the Lord. ଏହି କଥା ଯାଫୋ ସହରର ସବୁଆଡ଼େ ଜଣାପଡ଼ିଲା ଓ ଅନେକେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ।
43 And he stayed in Joppa for many days with a man named Simon, a tanner. ପୁଣି, ପିତର ଅନେକ ଦିନ ଯାଫୋ ସହରରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]