Skip to content
The Believer's Library

Indian Revised Version(IRV) Odia - 2021

Amos 1 IRVOry

Show IRVOry only
Verse × ×
1 The words of Amos, a shepherd of Tekoa, which he saw about Israel when Uzziah ruled Judah and Jeroboam son of Joash ruled Israel, two years before the earthquake. ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍‍ବିଷୟକ ତାଙ୍କର ବାକ୍ୟ।
2 He said: Our Father roars from Zion, sounds his voice from Jerusalem; the shepherds' pastures mourn, and Carmel's summit withers. ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”
3 This is what our Father says: For three sins of Damascus, and for four, I will not turn it back, because they threshed Gilead with sledges of iron. ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;
4 So I will send a fire upon the house of Hazael, and it will devour the strongholds of Ben-hadad. ମାତ୍ର ଆମ୍ଭେ ହସାୟେଲ ରାଜାଙ୍କ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।
5 I will break the gate-bar of Damascus, and cut off the one who sits enthroned in the Valley of Aven and the one who holds the scepter in Beth-eden; and the people of Aram will go into exile to Kir, says our Father. ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା। ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍‍କୁ ଯିବେ।”
6 So says our Father: For three crimes of Gaza, and for four, I will not reverse it—they exiled an entire people, handing them over to Edom. ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ।
7 So I will send a fire upon the wall of Gaza, and it will devour her strongholds. ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
8 I will cut off the one enthroned in Ashdod and the one who holds the scepter in Ashkelon; I will turn my hand against Ekron, and the remnant of the Philistines will perish, says the Sovereign Father. ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
9 So says our Father: For three sins of Tyre, and for four, I will not relent, because they handed over a whole community of exiles to Edom and forgot the covenant of brothers. ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;
10 So I will send a fire upon the wall of Tyre, and it will devour her strongholds. ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।”
11 This is what our Father says: For three sins of Edom, and for four, I will not relent, because he chased his brother with the sword, stifled all compassion, his anger tore endlessly, and he kept his wrath forever. ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।
12 So I will send a fire upon Teman, and it will devour the strongholds of Bozrah. ମାତ୍ର ଆମ୍ଭେ ତୈମନ୍‍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”
13 This is what our Father says: For three sins of the Ammonites, and for four, I will not relent, because they ripped open Gilead's pregnant women to enlarge their border. ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।
14 So I will kindle a fire on the wall of Rabbah, and it will devour her strongholds, with shouting on the day of battle, with a tempest on the day of the whirlwind. ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
15 And their king will go into exile, he and his officials together, says our Father. ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣ ଏକ ସଙ୍ଗେ ନିର୍ବାସିତ ହୋଇଯିବେ। ଏହା ସଦାପ୍ରଭୁ କହନ୍ତି।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]