Skip to content
The Believer's Library

Indian Revised Version(IRV) Odia - 2021

Amos 2 IRVOry

Side by side with the Father's Heart Bible™

1ସଦାପ୍ରଭୁ ଏହି କଥା କହନ୍ତି,“ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ;କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;

2ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବାଓ ତାହା କରୀୟୋଥ୍‍ ନଗରର ଅଟ୍ଟାଳିକାସବୁ ଗ୍ରାସ କରିବ;ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ୱନି ସହିତ ପ୍ରାଣତ୍ୟାଗ କରିବ;

3ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବାଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।”ଏହା ସଦାପ୍ରଭୁ କହନ୍ତି।

ଯିହୁଦାର ଦଣ୍ଡ

4ସଦାପ୍ରଭୁ ଏହି କଥା କହନ୍ତି,“ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ;କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତିଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି,ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ,ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;

5ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବାଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ।”

ଇସ୍ରାଏଲର ଦଣ୍ଡ

6ସଦାପ୍ରଭୁ ଏହି କଥା କହନ୍ତି,“ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ;କାରଣ ସେମାନେ ରୂପା ପାଇଁ ଧାର୍ମିକକୁଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;

7ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତିଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି;ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି;

8ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି,ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।

9ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ;ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।

10ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।

11ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍‍ବକ୍ତାଗଣଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ।ସଦାପ୍ରଭୁ କହନ୍ତି,ହେ ଇସ୍ରାଏଲ-ସନ୍ତାନଗଣ, ଏପରି କି ହୋଇ ନାହିଁ?”

12ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।

13“ଦେଖ, ହଳାରେ ପୂର୍ଣ୍ଣ ଶଗଡ଼ ଯେପରି ଚାପେ,ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା।

14ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ,ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;

15ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ;ଯେ ଅଶ୍ୱାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ;

16ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ,ସେ ଉଲଙ୍ଗ ହୋଇ ସେଦିନ ପଳାଇଯିବ।”ଏହା ସଦାପ୍ରଭୁ କହନ୍ତି।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]