Skip to content
The Believer's Library

Indian Revised Version(IRV) Odia - 2021

Amos 2 IRVOry

Show IRVOry only
Verse × ×
1 This is what our Father says: For three sins of Moab, and for four, I will not revoke it—he burned the bones of Edom's king to lime. ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;
2 So I will send fire on Moab, and it will devour the strongholds of Kerioth; Moab will die amid the uproar, with shouting and the sound of the shofar. ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା କରୀୟୋଥ୍‍ ନଗରର ଅଟ୍ଟାଳିକାସବୁ ଗ୍ରାସ କରିବ; ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ୱନି ସହିତ ପ୍ରାଣତ୍ୟାଗ କରିବ;
3 I will cut off the ruler from her midst and kill all her officials with him, says our Father. ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” ଏହା ସଦାପ୍ରଭୁ କହନ୍ତି।
4 This is what our Father says: For three sins of Judah, and for four, I will not revoke it—they rejected our Father's instruction and did not keep his rules, and their lies led them astray, the same lies their ancestors followed. ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
5 So I will send fire on Judah, and it will devour the strongholds of Jerusalem. ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ।”
6 This is what our Father says: For three sins of Israel, and four, I won't relent—they sell the righteous for silver, the needy for a pair of sandals. ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
7 They trample the heads of the poor into the dust of the earth and push the afflicted off the road. A man and his father go to the same girl, profaning my holy name. ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି;
8 They stretch out beside every altar on garments taken as collateral, and in the house of their God they drink the wine of those they have fined. ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।
9 Yet it was I who destroyed the Amorite before them, as tall as the cedars and as strong as the oaks; I destroyed his fruit above and his roots below. ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।
10 And it was I who brought you up out of the land of Egypt and led you forty years in the wilderness, to take possession of the land of the Amorite. ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।
11 I raised up some of your sons as prophets and some of your young men as Nazirites. Is this not so, people of Israel? declares our Father. ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍‍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ। ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, ଏପରି କି ହୋଇ ନାହିଁ?”
12 But you made the Nazirites drink wine, and you commanded the prophets, saying, "Do not prophesy." ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।
13 Look, I will crush you in your place, as a cart full of sheaves crushes the ground beneath it. “ଦେଖ, ହଳାରେ ପୂର୍ଣ୍ଣ ଶଗଡ଼ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା।
14 Even the swift will find no escape, the strong will not hold on to his strength, and the warrior will not save his life. ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;
15 The archer will not stand his ground, the fleet-footed will not escape, and the horseman will not save his life. ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; ଯେ ଅଶ୍ୱାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ;
16 Even the bravest of the warriors will flee away naked on that day, declares our Father. ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, ସେ ଉଲଙ୍ଗ ହୋଇ ସେଦିନ ପଳାଇଯିବ।” ଏହା ସଦାପ୍ରଭୁ କହନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]