Skip to content
The Believer's Library

Indian Revised Version(IRV) Odia - 2021

Amos 3 IRVOry

Show IRVOry only
Verse × ×
1 Hear this word our Father has spoken against you, children of Israel—against the whole family I brought up from Egypt: ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍‍, ଯେଉଁ ସମୁଦାୟ ଗୋଷ୍ଠୀକୁ ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,
2 Of all the families of the earth, I have known only you; therefore I will hold you accountable for all your sins. “ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।
3 Do two walk together, unless they have agreed to meet? ଏକ ପରାମର୍ଶ ନ ହେଲେ କି ଦୁଇ ଜଣ ଏକତ୍ର ଗମନ କରିବେ?
4 Does a lion roar in the forest when he has no prey? Does a young lion cry out from his den if he has caught nothing? ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜ୍ଜନ କରିବ? କୌଣସି ପଶୁ ନ ଧରିଲେ କି ଯୁବା ସିଂହ ଆପଣା ଗର୍ତ୍ତରେ ହୁଙ୍କାର କରିବ?
5 Does a bird fall into a snare on the ground when there is no trap for it? Does a snare spring up from the earth when it has caught nothing? ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ?
6 If a ram's horn is blown in a city, will the people not tremble? If disaster comes to a city, has our Father not done it? ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?
7 Surely the Sovereign Father does nothing without revealing his secret to his servants the prophets. ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।
8 The lion has roared—who will not fear? The Sovereign Father has spoken—who can keep from prophesying? ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର ନ କରିବ?”
9 Proclaim over the strongholds in Ashdod and over the strongholds in the land of Egypt, and say: "Assemble on the mountains of Samaria and see the great uproar within her, and the oppression in her midst." ତୁମ୍ଭେମାନେ ଅସ୍ଦୋଦସ୍ଥ ସକଳ ଅଟ୍ଟାଳିକାରେ ଓ ମିସର ଦେଶସ୍ଥ ସକଳ ଅଟ୍ଟାଳିକାରେ ଘୋଷଣା କରି କୁହ, “ତୁମ୍ଭେମାନେ ଶମରୀୟାର ପର୍ବତଗଣ ଉପରେ ଏକତ୍ର ହୁଅ, ଆଉ ତହିଁ ମଧ୍ୟରେ କି ମହା କୋଳାହଳ ଓ କି ଉପଦ୍ରବମାନ ହେଉଅଛି, ଏହା ଦେଖ।”
10 They do not know how to do right, declares our Father—those who hoard up violence and plunder in their strongholds. କାରଣ ସଦାପ୍ରଭୁ କହନ୍ତି, “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।”
11 So the Sovereign Father says: An enemy will surround the land, topple your defenses, and loot your strongholds. ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଏକ ଜଣ ବିପକ୍ଷ ଦେଶର ଚତୁର୍ଦ୍ଦିଗରେ (ଉଠିବ); ଆଉ, ସେ ତୁମ୍ଭଠାରୁ ତୁମ୍ଭର ବଳ ନତ କରିବ ଓ ତୁମ୍ଭର ଅଟ୍ଟାଳିକାସବୁ ଲୁଟିତ ହେବ।”
12 This is what our Father says: As a shepherd rescues two legs or a piece of an ear from the lion's mouth, so the children of Israel living in Samaria will be rescued—with a corner of a couch, part of a bed. ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”
13 Hear, and testify against the house of Jacob, declares the Sovereign Father, the Father of heaven's armies: “ତୁମ୍ଭେମାନେ ଏହା ଶୁଣ ଓ ଯାକୁବ ବଂଶ ବିରୁଦ୍ଧରେ ସାକ୍ଷ୍ୟ ଦିଅ, ଏହା ପ୍ରଭୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର କହନ୍ତି।
14 On the day I punish Israel for his rebellions, I will also punish the altars of Bethel; the horns of the altar will be cut off and fall to the ground. କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା, ସେହି ଦିନ ଆମ୍ଭେ ବେଥେଲ୍‍ସ୍ଥ ଯଜ୍ଞବେଦିସକଳକୁ ହିଁ ପ୍ରତିଫଳ ଦେବା, ତହିଁରେ ଯଜ୍ଞବେଦିର ଶୃଙ୍ଗସକଳ କଟାଯାଇ ଭୂମିରେ ପଡ଼ିବ।
15 I will strike the winter house along with the summer house; the houses of ivory will perish, and the great houses will come to an end, declares our Father. ପୁଣି, ଆମ୍ଭେ ଶୀତକାଳର ଗୃହକୁ ଓ ଗ୍ରୀଷ୍ମକାଳର ଗୃହକୁ ଆଘାତ କରିବା; ଆଉ, ହସ୍ତୀଦନ୍ତର ଗୃହସକଳ ନଷ୍ଟ ହେବ ଓ ବଡ଼ ବଡ଼ ଗୃହ ଲୁପ୍ତ ହେବ।” ଏହା ସଦାପ୍ରଭୁ କହନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]