Skip to content
The Believer's Library

Indian Revised Version(IRV) Odia - 2021

Amos 4 IRVOry

Side by side with the Father's Heart Bible™

1“ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ,ତୁମ୍ଭେମାନେ ଏହି ବାକ୍ୟ ଶୁଣ,ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ,ଦୀନହୀନମାନଙ୍କୁ ଦଳି ପକାଉଅଛ,ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ,‘ଆଣ, ଆମ୍ଭେମାନେ ପାନ କରିବା।’

2ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି,ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବନଶୀ କଣ୍ଟାରେ ଟାଣି ନେବେ,ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ।

3ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣଆପଣା ଆପଣା ସମ୍ମୁଖସ୍ଥ ଭଗ୍ନ ସ୍ଥାନ ଦେଇ ବାହାରି ଯିବଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ।”ଏହା ସଦାପ୍ରଭୁ କହନ୍ତି।

4“ତୁମ୍ଭେମାନେ ବେଥେଲ୍‍କୁ ଯାଇ ଅପରାଧ କର;ଗିଲ୍‍ଗଲ୍‍କୁ ଯାଇ ଅପରାଧ ବୃଦ୍ଧି କର;ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳିଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;

5ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କରଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର;କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।”ଏହା ପ୍ରଭୁ ସଦାପ୍ରଭୁ କହନ୍ତି।

ଶିକ୍ଷା ଗ୍ରହଣ କରିବାକୁ ଇସ୍ରାଏଲ ଅସମର୍ଥ

6“ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତାଓ ତୁମ୍ଭମାନଙ୍କର ସମୁଦାୟ ବାସ ସ୍ଥାନରେ ଅନ୍ନ-ଅଭାବ ତୁମ୍ଭମାନଙ୍କୁ ଦେଇଅଛୁ;ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।”ଏହା ସଦାପ୍ରଭୁ କହନ୍ତି।

7“ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ;ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ;ଏକ କ୍ଷେତ୍ରରେ ବୃଷ୍ଟି ହେଲାଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।

8ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ,ମାତ୍ର ତୃପ୍ତ ହେଲେ ନାହିଁ;ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।”ଏହା ସଦାପ୍ରଭୁ କହନ୍ତି।

9“ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ;ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ,ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରିବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି;ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।”ଏହା ସଦାପ୍ରଭୁ କହନ୍ତି।

10“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ;ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ;ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ;ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।”ଏହା ସଦାପ୍ରଭୁ କହନ୍ତି।

11“ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ,ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ,ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ;ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।”ଏହା ସଦାପ୍ରଭୁ କହନ୍ତି।

12“ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା;ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା,ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ।”

13କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି,ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି,ଯେ ଅରୁଣକୁ ଅନ୍ଧକାରମୟ କରନ୍ତିଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି।ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]