Skip to content
The Believer's Library

Indian Revised Version(IRV) Odia - 2021

Amos 6 IRVOry

Show IRVOry only
Verse × ×
1 Woe to those who are at ease in Zion, and to those who feel secure on the mountain of Samaria—the notable men of the foremost nation, to whom the house of Israel comes! ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁମାନଙ୍କ ନିକଟକୁ ଇସ୍ରାଏଲ ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର!
2 Cross over to Calneh and look; from there go on to Hamath the great; then go down to Gath of the Philistines. Are you better than these kingdoms? Or is their territory greater than yours? ତୁମ୍ଭେମାନେ କଲନେ ସହରକୁ ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍‍ ନଗରକୁ ଯାଅ; ସେହି ସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼?
3 You push away the day of disaster, yet you bring near a reign of violence. ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି;
4 They lie on beds of ivory and sprawl on their couches, eating lambs from the flock and calves from the fattening pen. ସେମାନେ ହସ୍ତୀଦନ୍ତ ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଶରୀର ଲମ୍ବାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି;
5 They strum away on the harp and, like David, invent musical instruments for themselves. ନେବଲ ଯନ୍ତ୍ରରେ ଅନର୍ଥକ ଗୀତ ଗାନ କରନ୍ତି, ଦାଉଦଙ୍କ ସଦୃଶ୍ୟ ଆପଣାମାନଙ୍କ ନିମନ୍ତେ ନାନା ବାଦ୍ୟଯନ୍ତ୍ର ନିର୍ମାଣ କରନ୍ତି;
6 They drink wine by the bowlful and anoint themselves with the finest oils, but they are not grieved over the ruin of Joseph. ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।
7 Therefore they will now go into exile at the head of the exiles, and the revelry of those who sprawl at ease will pass away. ଏଥିପାଇଁ ସେମାନେ ଏବେ ପ୍ରଥମ ନିର୍ବାସିତ ଲୋକମାନଙ୍କ ସହିତ ନିର୍ବାସିତ ହେବେ ଓ ଶରୀର ଲମ୍ବକାରୀମାନଙ୍କର ହର୍ଷନାଦ ଲୁପ୍ତ ହେବ।”
8 The Sovereign Father has sworn by himself—this is the declaration of the Father of heaven's armies: I despise the pride of Jacob and hate his strongholds, and I will hand over the city and everything in it. ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା।”
9 And if ten men are left in one house, they too will die. ତହିଁରେ ଏକ ଗୃହରେ ଯଦି ଦଶ ଜଣ ଅବଶିଷ୍ଟ ରହିବେ, ତେବେ ସମସ୍ତେ ମରିବେ।
10 And when a man's relative, the one who burns the bodies, lifts him to carry the bones out of the house, and calls to whoever is in the innermost room, "Is anyone still with you?" and he answers, "No one," then he will say, "Hush! We must not invoke the name of our Father." ପୁଣି, ଗୃହ ମଧ୍ୟରୁ ଅସ୍ଥିସକଳ ବାହାର କରି ଆଣିବା ପାଇଁ କୌଣସି ଲୋକର ପିତୃବ୍ୟ, ଶବଦାହକାରୀ ତାହାକୁ ଉଠାଇଲା ଉତ୍ତାରେ ଗୃହର ଅନ୍ତରସ୍ଥ ଲୋକକୁ ପଚାରିବ, “ଏବେ ହେଁ ତୁମ୍ଭର କି ଆଉ କିଏ ଅଛି?” ତେବେ ସେ କହିବ, “ନାହିଁ।” ସେତେବେଳେ ସେ କହିବ, “ତୁନି ହୁଅ; କାରଣ ସଦାପ୍ରଭୁଙ୍କର ନାମ ଆମ୍ଭମାନଙ୍କର ଉଚ୍ଚାରଣ କରିବାର ନୁହେଁ।”
11 For look, our Father gives the command, and the great house will be smashed to fragments and the little house to bits. କାରଣ ଦେଖ, ସଦାପ୍ରଭୁ ଆଜ୍ଞା କରନ୍ତି ଓ ବଡ଼ ବଡ଼ ଗୃହ ଭଗ୍ନ ହେବ ଓ ସାନ ସାନ ଗୃହରେ ଫାଟ ହେବ।
12 Do horses gallop on a cliff? Does one plow the sea with oxen? Yet you have turned justice into poison and the fruit of righteousness into bitter poison. ଅଶ୍ୱଗଣ କି ଶୈଳ ଉପରେ ଦୌଡ଼ିବେ? କେହି ବଳଦ ନେଇ କି ସେଠାରେ ଚାଷ କରିବ? ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ତିକ୍ତ ଫଳରେ ପରିଣତ କରିଅଛ;
13 You who rejoice over Lo-debar and say, "Have we not by our own strength taken Karnaim for ourselves?" ତୁମ୍ଭେମାନେ ଅବସ୍ତୁରେ ଆନନ୍ଦ କରୁଅଛ, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ ଆପଣା ବଳରେ କି କରନିମ୍ ଲାଭ କରି ନାହୁଁ?”
14 But look—I am raising up against you a nation, house of Israel, declares the Father of heaven's armies, and they will oppress you from Lebo-hamath all the way to the Brook of the Arabah. ଏହେତୁ ଦେଖ, ହେ ଇସ୍ରାଏଲ ବଂଶ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଗୋଷ୍ଠୀକୁ ଉଠାଇବା; ତହିଁରେ ସେମାନେ ହମାତର ପ୍ରବେଶ ସ୍ଥାନଠାରୁ ଆରବା ସ୍ରୋତ ମାର୍ଗ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ୍ଲେଶ ଦେବେ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]