Skip to content
The Believer's Library

Indian Revised Version(IRV) Odia - 2021

Amos 8 IRVOry

Show IRVOry only
Verse × ×
1 This is what the Sovereign Father showed me: a basket of summer fruit. ପ୍ରଭୁ ସଦାପ୍ରଭୁ ମୋତେ ଏହିପରି ଦେଖାଇଲେ; ଦେଖ, ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।
2 He said, "Amos, what do you see?" I said, "A basket of summer fruit." Then our Father told me, "The end has come for my people Israel; I will never again pass them by." ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମକାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।”
3 "The songs of the temple will turn to wailing in that day," declares the Sovereign Father. "So many corpses, flung down everywhere—silence!" ପୁଣି, “ସେହି ଦିନ ମନ୍ଦିରର ଗାନ ସବୁ ହାହାକାର ହେବ। ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ଶବ ଅନେକ ହେବ; ଲୋକମାନେ ପ୍ରତ୍ୟେକ ସ୍ଥାନରେ ନୀରବ ହୋଇ ସେମାନଙ୍କୁ ପକାଇବେ।”
4 Hear this, you who trample the needy and do away with the poor of the land, ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ।
5 saying, "When will the new moon be over, so we can sell grain? When will the Sabbath end, so we can open the wheat market—making the measure small and the weight large, and cheating with dishonest scales, “ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?
6 buying the poor for silver and the needy for a pair of sandals, and selling the sweepings of the wheat?" ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ।”
7 Our Father has sworn by the pride of Jacob: "I will never forget any of their deeds. ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, “ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।
8 Will not the land tremble for this, and all who live in it mourn? It will all rise like the Nile, be churned up, and sink again like the Nile of Egypt. ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ? ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ।”
9 On that day," declares the Sovereign Father, "I will make the sun go down at noon and darken the earth in broad daylight. ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।
10 I will turn your festivals into mourning and all your songs into a dirge. I will put mourning clothes on every waist and shave every head. I will make it like mourning for an only son, and its end like a bitter day. ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟିଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।”
11 The days are coming," declares the Sovereign Father, "when I will send a famine on the land—not a famine of bread, nor a thirst for water, but of hearing my words. ପ୍ରଭୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।
12 They will stagger from sea to sea and wander from north to east, searching for the word of our Father, but they will not find it. ଲୋକମାନେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଉତ୍ତର ଦିଗରୁ ପୂର୍ବଦିଗ ପର୍ଯ୍ୟନ୍ତ ଭ୍ରମଣ କରିବେ; ସେମାନେ ସଦାପ୍ରଭୁଙ୍କର ବାକ୍ୟର ଅନ୍ଵେଷଣ କରିବା ପାଇଁ ଏଣେତେଣେ ଦୌଡ଼ିବେ, ଆଉ ତାହା ପାଇବେ ନାହିଁ।
13 In that day the beautiful young women and the young men will faint from thirst. ସେହି ଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ।
14 Those who swear by the Guilt of Samaria, who say, 'As your god lives, Dan,' and, 'As the way of Beersheba lives'—they will fall, never to rise again." ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ‘ହେ ଦାନ୍, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ’ ଓ ବେର୍‍ଶେବାର ଦେବତା ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]