Skip to content
The Believer's Library

Indian Revised Version(IRV) Odia - 2021

Colossians 2 IRVOry

Show IRVOry only
Verse × ×
1 I want you to know how hard I'm struggling for you, those in Laodicea, and all who haven't met me in person, କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;
2 that their hearts may be encouraged, knit together in love, and come into all the riches of full assurance and understanding—into the knowledge of our Father's mystery, which is Christ, ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।
3 in whom are hidden all the treasures of wisdom and knowledge. ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।
4 I say this so that no one may deceive you with persuasive arguments. କେହି ଯେପରି ତୁମ୍ଭମାନଙ୍କୁ ବାକ୍‍ଚାତୁରି ଦ୍ୱାରା ନ ଭୁଲାଏ, ସେଥିନିମନ୍ତେ ମୁଁ ଏହା କହୁଅଛି।
5 Though absent in body, I'm with you in spirit, glad to see your good order and the firmness of your faith in Christ. କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ମୋହର ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି।
6 Therefore, as you received Christ Jesus the Lord, walk in him, ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର;
7 rooted and built up in him, firm in the faith as taught, overflowing with thanks. ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।
8 Watch that no one captures you through philosophy and empty deceit, according to human tradition, according to the world's elemental spirits, not according to Christ. ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;
9 For in him the whole fullness of deity lives in bodily form, କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,
10 and in him you have been made complete, who is the head over all rule and authority. ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।
11 In him you were also circumcised—a circumcision not made by hands, stripping off the body of flesh—the circumcision of Christ. ଆହୁରି ମଧ୍ୟ ତୁମ୍ଭେମାନେ ଶାରୀରିକ ସ୍ୱଭାବ ତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଅହସ୍ତକୃତ ସୁନ୍ନତରେ, ଅର୍ଥାତ୍‍ ଖ୍ରୀଷ୍ଟୀୟ ସୁନ୍ନତରେ ସୁନ୍ନତ ପ୍ରାପ୍ତ ହୋଇଅଛ;
12 Buried with him in baptism, in which you were also raised with him through faith in our Father's power, who raised him from the dead. ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ।
13 You were dead in your sins and uncircumcised flesh, but our Father made you alive with him, forgiving us all our sins, ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,
14 erasing the record of debt, with its regulations, that stood against us. He set this aside, nailing it to the cross. ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି;
15 He disarmed the rulers and authorities and publicly shamed them, triumphing over them in him. ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି।
16 So let no one judge you over food, drink, festival, new moon, or Sabbath. ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;
17 These are a shadow of the things that were to come, but the reality belongs to Christ. ସେହିସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ।
18 Let no one disqualify you by delighting in false humility and worship of angels, focusing on visions he has seen, puffed up without cause by his fleshly mind, ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;
19 and not holding on to the Head, from whom the whole body, fed and joined by joints and ligaments, grows with growth from our Father. ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ବରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।
20 If you died with Christ to the world's elemental spirits, why, as if still part of the world, do you submit to its rules? ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ମୌଳିକ ଶିକ୍ଷା ପ୍ରତି ମୃତ ହୋଇଅଛ,
21 "Do not handle, do not taste, do not touch"? ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ “ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁ, ସାଂସାରିକ ଲୋକ ପରି ଏହି ପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ?”
22 These all perish with use, because they are based on human commands and teachings. ଏହିସବୁ ବସ୍ତୁ ବ୍ୟବହାର ଦ୍ୱାରା କ୍ଷୟ ପାଏ।
23 These rules seem wise—invented worship, false humility, harsh treatment of the body—but hold no value against indulging the flesh. ଏହି ପ୍ରକାର ଶିକ୍ଷା ତ ସ୍ୱେଚ୍ଛା-ଉପାସନା, ନମ୍ରତା ଏବଂ ଶରୀର ପ୍ରତି କଠୋର ବ୍ୟବହାର ଦ୍ୱାରା ଜ୍ଞାନର ନାମ ପାଇଅଛି, କିନ୍ତୁ ସେଥିର ମୂଲ୍ୟ ନାହିଁ, ତଦ୍ୱାରା କେବଳ ଶାରୀରିକ ଭାବର ତୃପ୍ତି ହୁଏ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]