Skip to content
The Believer's Library

Indian Revised Version(IRV) Odia - 2021

Colossians 3 IRVOry

Show IRVOry only
Verse × ×
1 Then, since you were raised with Christ, seek what is above, where Christ is seated at the right hand of our Father. ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର।
2 Set your minds on the things above, not on the things of the earth. ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ।
3 For you have died, and your life is hidden with Christ in our Father. କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ବରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।
4 When Christ, who is your life, appears, then you also will appear with him in glory. ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ।
5 So kill what is earthly in you: sexual sin, impurity, lust, evil desire, and greed—which is idolatry. ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;
6 Because of these things the wrath of our Father is coming on those who disobey him. ଏହିସବୁ ହେତୁରୁ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ,
7 You too once lived this way—that was your life. ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ।
8 Now get rid of all these: anger, rage, malice, slander, obscene talk from your mouth. କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍‍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର।
9 Do not lie to one another, since you have stripped off the old self with its practices, ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ
10 and put on the new self, being renewed in knowledge after the image of its Creator. ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;
11 No Greek or Jew here, circumcised or uncircumcised, barbarian, Scythian, slave or free—but Christ is all, in all. ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।
12 So, as our Father's chosen, holy and dearly loved, put on heartfelt compassion, kindness, humility, gentleness, and patience. ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।
13 Put up with one another, forgiving whatever complaints you have against each other. Forgive as the Lord forgave you. ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।
14 And over all these virtues put on love, which binds them all together in perfect unity. ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।
15 Let Christ's peace rule your hearts—you were called to it as one body. Be thankful. ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
16 Let the word of Christ dwell in you richly, teaching and correcting each other with all wisdom, singing psalms, hymns, and songs from the Spirit, with gratitude in your hearts to our Father. ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
17 Whatever you do, in word or deed, do it all in the name of the Lord Jesus, thanking our Father through him. ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।
18 Wives, submit yourselves to your husbands, as is fitting in the Lord. ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ।
19 Husbands, love your wives and do not be harsh with them. ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।
20 Children, obey your parents in everything, for this pleases the Lord. ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।
21 Fathers, don't provoke your children, so they won't lose heart. ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।
22 Slaves, obey your earthly masters in everything—not just while watched, to gain favor, but with a sincere heart, fearing the Lord. ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।
23 Whatever you do, work at it wholeheartedly, as for the Lord, not for people, ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ;
24 since you know you will receive the inheritance as reward from the Lord; you serve the Lord Christ. ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର,
25 Anyone who does wrong will be repaid for their wrong, and there is no favoritism. କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]