Skip to content
The Believer's Library

Indian Revised Version(IRV) Odia - 2021

Daniel 1 IRVOry

Show IRVOry only
Verse × ×
1 In Jehoiakim king of Judah's third year, Nebuchadnezzar king of Babylon marched on Jerusalem and besieged it. ଯିହୁଦାର ରାଜା ଯିହୋୟାକୀମ୍‍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା।
2 The Sovereign Father handed Jehoiakim king of Judah over to him, with some items from our Father's house; he took them to Shinar, to his god's house, and the items into his god's treasury. ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍‍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହି ସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା।
3 The king ordered Ashpenaz, his chief official, to bring some Israelites from the royal family and nobility. ପୁଣି, ରାଜା ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ, ଅର୍ଥାତ୍‍, ରାଜକୀୟ ଓ କୁଳୀନ ବଂଶରୁ
4 Young men without defect, good-looking, skilled in all wisdom, well-informed, quick to understand, fit to stand in the king's palace—and to teach them Babylonian writing and language. ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍‍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍‍କୁ କହିଲା।
5 The king assigned them a daily portion of his food and wine, three years' training, then service before him. ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା।
6 Among them were Daniel, Hananiah, Mishael, and Azariah, from the sons of Judah. ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ।
7 The chief official renamed them: Daniel, Belteshazzar; Hananiah, Shadrach; Mishael, Meshach; Azariah, Abednego. ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍‍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍‍, ମୀଶାୟେଲଙ୍କୁ ମୈଶକ୍‍ ଓ ଅସରୀୟକୁ ଅବେଦ୍‍ନଗୋ ନାମ ଦେଲା।
8 Daniel resolved not to make himself unclean with the king's food or wine, so he asked the chief official's permission not to make himself unclean. ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।
9 Now our Father gave Daniel favor and compassion in the eyes of the chief official. ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ।
10 The chief official told Daniel, "I fear my lord the king, who set your food and drink. Why should he see your faces worse than boys your age? You'd forfeit my head to the king." ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, “ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ।”
11 Then Daniel said to the steward the chief official had appointed over Daniel, Hananiah, Mishael, and Azariah, ତହିଁରେ ନପୁଂସକାଧିପତି ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟଙ୍କ ଉପରେ ଯେଉଁ ଗୃହାଧ୍ୟକ୍ଷକୁ ନିଯୁକ୍ତ କରିଥିଲା, ତାହାକୁ ଦାନିୟେଲ କହିଲେ;
12 "Please test your servants for ten days. Give us only vegetables to eat and water to drink. “ଅନୁଗ୍ରହ କରି ଆପଣା ଦାସମାନଙ୍କୁ ଦଶ ଦିନ ପରୀକ୍ଷା କରନ୍ତୁ; ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ଶସ୍ୟ ଓ ପାନ ନିମନ୍ତେ ଜଳ ଦିଆଯାଉ।
13 Then compare our appearance with the youths eating the king's food; do with your servants as you see." ତହିଁ ଉତ୍ତାରେ ଆପଣଙ୍କ ସମ୍ମୁଖରେ ଆମ୍ଭମାନଙ୍କର ମୁଖ ଓ ରାଜକୀୟ ଭକ୍ଷ୍ୟ ଭୋଜନକାରୀ ଯୁବାମାନଙ୍କର ମୁଖ ଦେଖାଯାଉ; ତହିଁରେ ଆପଣ ଯେପରି ଦେଖନ୍ତି, ତଦନୁସାରେ ଆପଣ ଦାସମାନଙ୍କ ପ୍ରତି ବ୍ୟବହାର କରନ୍ତୁ।”
14 So he agreed to this and tested them for ten days. ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା।
15 After ten days they looked healthier and better fed than all the young men eating the royal food. ପୁଣି, ଦଶ ଦିନର ଶେଷରେ ରାଜକୀୟ ଆହାର ଭୋଜନକାରୀ ସକଳ ଯୁବାଙ୍କ ମୁଖ ଅପେକ୍ଷା ସେମାନଙ୍କ ମୁଖ ସୁନ୍ଦର ଦେଖାଗଲା ଓ ସେମାନେ ଅଧିକ ହୃଷ୍ଟପୃଷ୍ଟ ଦେଖାଗଲେ।
16 So the steward took away their assigned food and the wine they were to drink, and gave them vegetables instead. ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା।
17 To these four boys our Father gave knowledge and insight in all writing and wisdom; Daniel understood all visions and dreams. ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
18 When the king's set days for bringing them in ended, the chief official brought them before Nebuchadnezzar. ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍‍ନିତ୍ସରର ଛାମୁକୁ ଆଣିଲା।
19 The king spoke with them, and none matched Daniel, Hananiah, Mishael, and Azariah; so they served the king. ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖାଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ।
20 Whenever the king questioned them on wisdom and understanding, he found them ten times better than all magicians and enchanters in his whole kingdom. ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।
21 And Daniel remained there until the first year of King Cyrus. ପୁଣି, ଦାନିୟେଲ କୋରସ୍‍ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ସେଠାରେ ରହିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]