Skip to content
The Believer's Library

Indian Revised Version(IRV) Odia - 2021

Daniel 12 IRVOry

Show IRVOry only
Verse × ×
1 At that time Michael, the great prince guarding your people's children, will arise. There will be distress unmatched since nations began, until then. At that time your people—all listed in the book—will be rescued. ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।
2 Many sleeping in earth's dust will wake—some to everlasting life, some to shame and everlasting contempt. ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।
3 The wise will shine like the sky's brightness; those who turn many to righteousness, like stars, forever and ever. ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତକାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।
4 But you, Daniel, close these words and seal the book until the end time. Many will roam back and forth, and knowledge will grow. ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।”
5 Then I, Daniel, looked and saw two others standing, one on each bank of the river. ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ।
6 One asked the linen-clad man above the river's waters, "How long till these wonders end?" ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ?”
7 I heard the man dressed in linen, above the river's waters, lift his right hand and left toward heaven and swear by the One who lives forever: for a time, times, and half a time; when the shattering of the holy people's power is finished, all these things will be finished. ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।”
8 I heard, but didn't understand, so I said, "My lord, what is the end of these things?" ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, “ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ?”
9 He said, "Go, Daniel, for the words are shut and sealed until the time of the end. ତହିଁରେ ସେ କହିଲେ, “ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି।
10 Many will be purified, whitened, refined; the wicked will keep doing evil. None of the wicked will understand, but the wise will understand. ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ।
11 From the daily sacrifice's removal and the setting up of the abomination that causes desolation: 1,290 days. ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ।
12 Blessed is the one who waits and reaches the 1,335 days. ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ହଜାର ତିନି ଶହ ପଞ୍ଚତିରିଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ।
13 But you, go to the end. You will rest, then stand for your inheritance at the end of the days." ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]