1In the second year of his reign, Nebuchadnezzar had dreams; his spirit was troubled and his sleep left him.IRVOryଏଥିଉତ୍ତାରେ ନବୂଖଦ୍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା।
2So the king ordered the magicians, enchanters, sorcerers, and astrologers summoned to tell him his dreams. They came and stood before the king.IRVOryତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।
3The king said to them, "I dreamed a dream, and my spirit is troubled to know the dream."IRVOryପୁଣି, ରାଜା ସେମାନଙ୍କୁ କହିଲା, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି।”
4Then the astrologers said to the king in Aramaic, "King, live forever! Tell your servants the dream, and we will reveal its interpretation."IRVOryତହିଁରେ କଲ୍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।”
5The king answered the astrologers, "My decree is firm: if you don't tell me the dream and its meaning, you'll be cut to pieces and your houses reduced to rubble.IRVOryରାଜା କଲ୍ଦୀୟମାନଙ୍କୁ ଉତ୍ତର ଦେଇ କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି; ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋତେ ନ ଜଣାଅ, ତେବେ ତୁମ୍ଭେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବ ଓ ତୁମ୍ଭମାନଙ୍କର ଗୃହ ଖତରାଶି କରାଯିବ।
6But if you tell the dream and its meaning, you'll receive gifts, rewards, and great honor from me. So tell me the dream and its meaning."IRVOryମାତ୍ର ଯଦି ତୁମ୍ଭେମାନେ ସ୍ୱପ୍ନ ଓ ତହିଁର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋʼ ଠାରୁ ଦାନ, ପୁରସ୍କାର ଓ ମହାସମାଦର ପାଇବ; ଏଥିପାଇଁ ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କର।”
7They answered a second time, "Let the king tell his servants the dream, and we will give its meaning."IRVOryସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, “ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ।”
8The king replied, "I know for certain you're trying to buy time, because you see my decree is firm:IRVOryରାଜା ଉତ୍ତର କରି କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ।
9If you don't tell me the dream, there is only one verdict for you. You have agreed to speak lying, corrupt words before me until the times change. So tell me the dream, then I'll know you can reveal its interpretation."IRVOryମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା-ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”
10The astrologers answered the king, "No one on earth can do what the king asks. No great, powerful king ever demanded such a thing of any magician, enchanter, or Chaldean.IRVOryକଲ୍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍ଦୀୟକୁ ଏପରି କଥା ପଚାରି ନାହାନ୍ତି।
11The king's request is too hard; only the gods, who don't live among mortals, can reveal it to the king."IRVOryପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ।”
12At this the king grew angry and furious, and ordered all Babylon's wise men destroyed.IRVOryଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା।
13So the decree went out to kill the wise men, and they searched for Daniel and his companions to put them to death.IRVOryତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ।
14Then Daniel answered Arioch, the king's guard commander, with wisdom and discretion; Arioch had gone out to kill Babylon's wise men.IRVOryସେତେବେଳେ ଅରୀୟୋକ୍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;
15He asked Arioch, the king's officer, "Why such a harsh decree from the king?" Then Arioch explained it to Daniel.IRVOryସେ ରାଜସେନାପତି ଅରୀୟୋକ୍କୁ ଉତ୍ତର କରି କହିଲେ, “ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି?” ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା।
16So Daniel went in and asked the king for time, so that he might reveal the interpretation to the king.IRVOryଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ।
17Then Daniel went home and told his companions Hananiah, Mishael, and Azariah about the matter,IRVOryଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,
18urging them to plead for mercy from our Father in heaven about this mystery, so Daniel and his companions wouldn't be destroyed with Babylon's other wise men.IRVOryଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
19Then the mystery was revealed to Daniel in a night vision, and Daniel blessed our Father in heaven.IRVOryଏଥିଉତ୍ତାରେ ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା। ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ।
20Daniel said: "Blessed be the name of our Father forever and ever, for wisdom and might belong to him.IRVOryଦାନିୟେଲ ଉତ୍ତର କରି କହିଲେ, “ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;
21He changes times and seasons; he removes kings and sets up kings; he gives wisdom to the wise and knowledge to those who have understanding.IRVOryଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;
22He reveals deep and hidden things; he knows what lies in darkness, and the light dwells with him.IRVOryସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।
23To you, the God of my fathers, I give thanks and praise, for you have given me wisdom and might, and now you have made known to me what we asked of you; you have made known to us the king's matter."IRVOryହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।”
24So Daniel went to Arioch, whom the king had appointed to destroy Babylon's wise men, and said, "Don't destroy Babylon's wise men. Take me to the king, and I will give him the interpretation."IRVOryଏହେତୁ ବାବିଲୀୟ ବିଦ୍ୱାନ୍ଗଣକୁ ବିନାଶ କରିବା ପାଇଁ ରାଜାର ନିଯୁକ୍ତ ଅରୀୟୋକ୍ ନିକଟକୁ ଦାନିୟେଲ ଗଲେ; ସେ ଯାଇ ତାହାକୁ ଏହିପରି କହିଲେ, “ବାବିଲୀୟ ବିଦ୍ୱାନ୍ମାନଙ୍କୁ ବଧ ନ କରନ୍ତୁ; ରାଜାଙ୍କ ଛାମୁକୁ ମୋତେ ନେଇ ଯାଉନ୍ତୁ, ମୁଁ ରାଜାଙ୍କ ନିକଟରେ ଅର୍ଥ ପ୍ରକାଶ କରିବି।”
25Then Arioch quickly brought Daniel before the king and said, "Among the exiles of Judah I found a man who can tell the king the interpretation."IRVOryତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, “ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ।”
26The king asked Daniel, called Belteshazzar, "Can you tell me the dream I saw and what it means?"IRVOryରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର?”
27Daniel answered the king, "No wise men, enchanters, magicians, or astrologers can reveal the mystery the king asks about.IRVOryଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରିପାରନ୍ତି ନାହିଁ;
28But our Father in heaven reveals mysteries, and has made known to King Nebuchadnezzar what will happen in the latter days. Your dream and the visions in your mind as you lay on your bed were these:IRVOryମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
29"As you lay in bed, O king, your thoughts turned to what would come, and the revealer of mysteries showed you what is to be.IRVOryହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।
30But this mystery was revealed to me not because I have more wisdom than anyone else alive, but so the king may know its interpretation, and you may understand your heart's thoughts.IRVOryମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋʼ ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।
31"You watched, O king, and saw a great statue. This statue, huge and dazzling in brightness, stood before you, and its appearance was terrifying.IRVOryହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।
32The statue's head was fine gold, its chest and arms silver, its belly and thighs bronze,IRVOryସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ,
33its legs of iron, its feet partly of iron and partly of clay.IRVOryତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା।
34While you watched, a stone cut without hands struck the statue's feet of iron and clay, crushing them.IRVOryଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।
35Then the iron, clay, bronze, silver, and gold were all broken to pieces together, becoming like chaff on a summer threshing floor. The wind carried them off, leaving no trace. But the stone that struck the statue became a great mountain filling the whole earth.IRVOryଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।
36"This was the dream. Now we will tell the king its interpretation.IRVOryସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ।
37You, king, are the king of kings, to whom our Father in heaven has given kingdom, power, might, and glory.IRVOryହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।
38Into your hand he has placed all people, the beasts of the field, and the birds of the sky, wherever they live, making you ruler over them all. You are the head of gold.IRVOryଆଉ, ଯେକୌଣସି ସ୍ଥାନରେ ମନୁଷ୍ୟ-ସନ୍ତାନଗଣ ବାସ କରନ୍ତି, ସେହି ସ୍ଥାନର ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।
39"After you another kingdom will arise, inferior to yours; then a third kingdom, of bronze, ruling over all the earth.IRVOryପୁଣି, ଆପଣଙ୍କ ଉତ୍ତାରେ ଆପଣଙ୍କଠାରୁ ନ୍ୟୂନ ଆଉ ଗୋଟିଏ ରାଜ୍ୟ ଉଠିବ ଓ ତହିଁ ଉତ୍ତାରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମୁଦାୟ ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ।
40A fourth kingdom will be strong as iron—iron breaks and shatters everything—and as iron crushes all these, it will break and crush them.IRVOryପୁଣି, ଚତୁର୍ଥ ରାଜ୍ୟ ଲୌହ ତୁଲ୍ୟ ଦୃଢ଼ ହେବ; କାରଣ ଲୌହ ଯେପରି ସକଳ ଦ୍ରବ୍ୟ ଖଣ୍ଡ ଖଣ୍ଡ କରି ଆୟତ୍ତ କରେ ଓ ଲୌହ ଯେପରି ଏହିସବୁକୁ ଚୂର୍ଣ୍ଣ କରେ, ସେହିପରି ସେହି ରାଜ୍ୟ ଖଣ୍ଡ ଖଣ୍ଡ କରି ଭାଙ୍ଗି ସବୁ ଚୂର୍ଣ୍ଣ କରିବ।
41As you saw the feet and toes—part potter's clay, part iron—it will be a divided kingdom; yet it will have some of iron's strength, just as you saw iron mixed with soft clay.IRVOryଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।
42As the toes were partly iron and partly clay, so the kingdom will be partly strong and partly brittle.IRVOryପୁଣି, ପାଦର ଅଙ୍ଗୁଳିସବୁ ଯେପରି କିଛି ଲୌହମୟ ଓ କିଛି ମୃତ୍ତିକାମୟ ଥିଲା, ସେପରି ରାଜ୍ୟର ଏକାଂଶ ଦୃଢ଼ ଓ ଏକାଂଶ ଭଗ୍ନ ହେବ।
43As you saw iron mixed with soft clay, the people will mix in marriage but not hold together, just as iron does not mix with clay.IRVOryଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ।
44"In those kings' days our Father in heaven will set up a kingdom never to be destroyed, nor its rule left to another people. It will crush all these kingdoms and end them, and it will stand forever.IRVOryପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
45This is what the vision meant: the stone cut from a mountain, not by human hands, broke the iron, bronze, clay, silver, and gold to pieces. Our great Father has shown the king what will happen after this. The dream is certain, its interpretation trustworthy."IRVOryକାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।”
46Then King Nebuchadnezzar fell facedown, bowed to Daniel, and ordered offering and incense given to him.IRVOryସେତେବେଳେ ରାଜା ନବୂଖଦ୍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା।
47The king told Daniel, "Truly your God is God of gods, Lord of kings, and revealer of secrets, since you could reveal it."IRVOryରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।”
48Then the king promoted Daniel to high honor, gave him many great gifts, and made him ruler of Babylon's whole province and chief prefect over all its wise men.IRVOryତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।
49Daniel asked the king, who put Shadrach, Meshach, and Abednego over Babylon province's affairs; Daniel remained at the king's court.IRVOryପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app. Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]